ପ୍ରଦର୍ଶନକାରୀଙ୍କୁ ଟ୍ରମ୍ପ୍‌ଙ୍କ ଚେତାବନୀ: ଆମ ପାଖରେ ରହିଛି ଭୟଙ୍କର କୁକୁର ସହିତ ମାରଣାସ୍ତ୍ର

ଓ୍ବାଶିଂଟନ,୩୧।୫: କରୋନା ମହାମାରୀ ସଙ୍କଟ ସମୟରେ ଆମେରିକାରେ ଜଣେ ଅଣ-ଶ୍ୱେତାଙ୍ଗଙ୍କ ମୃତ୍ୟୁ ନେଇ ପ୍ରଦର୍ଶନ ଜାରି ରହିଛି। ମିନେସୋଟା ରାଜ୍ୟର ମିନେପୋଲିସ ସହରରେ ପୋଲିସ ହେପାଜତରେ ଅଣ-ଶ୍ୱେତାଙ୍ଗ ଜର୍ଜ ଫ୍ଲୋୟର୍ଡଙ୍କ ମୃତ୍ୟୁ ନେଇ ଲୋକଙ୍କ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ସୁରକ୍ଷା ଦୃଷ୍ଟିରୁ ଆମେରିକାର ଆଟଲାଣ୍ଟା ସମେତ ୧୬ଟି ରାଜ୍ୟର ୨୫ଟି ସହରରେ କର୍ଫ୍ୟୁ ଜାରି କରାଯାଇଛି। ଶନିବାର ରାତିରେ ବହୁ ସହରରେ ପ୍ରଦର୍ଶନକାରୀ ଏବଂ ପୋଲିସ ମୁହାଁ ମୁହିଁ ହୋଇଛନ୍ତି। ଏନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପ୍ରଦର୍ଶନକାରୀଙ୍କୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ହ୍ବାଇଟ୍‌ ହାଉସର ପରିସୀମା ଛୁଇଁଲେ ପ୍ରଦର୍ଶନକାରୀ ଅସୁବିଧାରେ ପଡ଼ିବେ। ଆମ ପାଖରେ ଭୟଙ୍କର କୁକୁର ଏବଂ ମାରଣାସ୍ତ୍ର ରହିଛି। ଏବେ ଟ୍ରମ୍ପ୍‌ଙ୍କ ଏଭଳି ମନ୍ତବ୍ୟ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ସୂଚନାଯୋଗ୍ୟ, ଇତିମଧ୍ୟରେ ୧୪୦୦ ପ୍ରଦର୍ଶନକାରୀଙ୍କ ଗିରଫ କରାଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି। ସେମାନଙ୍କ ମଧ୍ୟରେ ୮୦ ପ୍ରତିଶତ ମିନେପୋଲିସ ସହରର ବାସିନ୍ଦା ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri