Posted inଜାତୀୟ

ପ୍ରଦୂଷଣ, ବାତ୍ୟା ସ୍ଥିତି ସମୀକ୍ଷା କଲେ ମୋଦି

ନୂଆଦିଲ୍ଲୀ,୬-୧୧(ପି.ଟି.):ଦିଲ୍ଲୀ ଓ ଜାତୀୟ ରାଜଧାନୀ କ୍ଷେତ୍ର (ଏନ୍‌ସିଆର୍‌) ଅଞ୍ଚଳରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଉତ୍ତର ଭାରତର ସ୍ଥିତି ସମୀକ୍ଷା କରିଛନ୍ତି। ସେ ଏକ ବୈଠକରେ ଅଧ୍ୟକ୍ଷତା କରି ପ୍ରଦୂଷଣ ସମ୍ପର୍କିତ ସ୍ଥିତି ସମ୍ପର୍କରେ ଆଲୋଚନା କରିଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍‌ଓ) ପକ୍ଷରୁ ଟୁଇଟ୍‌ କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ପ୍ରଧାନ ସଚିବ ପି.କେ. ମିଶ୍ର ଦିଲ୍ଲୀ, ପଞ୍ଜାବ ଓ ହରିୟାଣାରେ ପ୍ରଦୂଷଣକୁ ନେଇ ବରିଷ୍ଠ ଅଧିକାରୀଙ୍କ ସହ ରବିବାର ସମୀକ୍ଷା ବୈଠକ କରିବା ଦିନକ ପରେ ମୋଦି ଏହି ସମୀକ୍ଷା କରିଛନ୍ତି। ସେହିପରି ପଶ୍ଚିମ ଭାରତରେ ସମ୍ଭାବ୍ୟ ଝଡ଼ ସ୍ଥିତିକୁ ନେଇ ମଧ୍ୟ ମୋଦି ସମୀକ୍ଷା କରିଥିବା ଜଣାପଡ଼ିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ମିଳିଥିବା ସୂଚନାନୁସାରେ ଦିଲ୍ଲୀର ବାୟୁ ଗଣବତ୍ତା ସୂଚକାଙ୍କ(ଏକ୍ୟୁଆଇ) ପୂର୍ବାହ୍ନ ୯ଟା ୪୫ରେ ୩୬୫ ଥିବାବେଳେ ଅପରାହ୍ନ ୩ଟା ୪୫ରେ ୩୩୧କୁ ଖସିଥିଲା। ଏନ୍‌ସିଆର୍‌ର ଗ୍ରେଟର ନଏଡାରେ ୩୪୮, ନଏଡା ୩୫୮, ଗାଜିଆବାଦ ୩୫୧, ଫରିଦାବାଦ ୩୧୧ ଓ ଗୁରଗାଓଁରେ ୩୨୮ ରହିଥିଲା। ଏକ୍ୟୁଆଇ ୦-୫୦ ରହିଲେ ଭଲ, ୫୧-୧୦୦ ସନ୍ତୋଷଜନକ, ୧୦୧-୨୦୦ ମଧ୍ୟମ, ୨୦୧-୩୦୦ ନିମ୍ନ, ୩୦୧-୪୦୦ ଅତି ନିମ୍ନ ଓ ୪୦୧-୫୦୦ ରହିଲେ ତାକୁ ଖରାପ କୁହାଯାଏ। ସେହିପରି ଏହି ସୂଚକାଙ୍କ ସ୍ତର ୫୦୦ ଅତିକ୍ରମ କଲେ ସିଭିଅର ପ୍ଲସ୍‌ ଭାବେ ବର୍ଗୀକରଣ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ବଳାତ୍କାର, ହତ୍ୟା ଅଭିଯୋଗରେ ଜଣଙ୍କୁ ପିଟି ମାରିଦେଲେ

ବାରୁଇପୁର(ପଶ୍ଚିମବଙ୍ଗ),୭।୭: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲା ଅନ୍ତର୍ଗତ ବାରୁଇପୁର ଅଞ୍ଚଳରେ ଜଣେ ୧୧ ବର୍ଷୀୟା ବାଳିକାଙ୍କ ମୃତଦେହ ରବିବାର ମିଳିବା ପରେ ତାଙ୍କୁ ବଳାତ୍କାର ପରେ…

ଟ୍ରମ୍ପ-ମେଲୋନିଙ୍କ ଫଟୋ ଦେଖି ରାଗିଗଲା ଇଟାଲୀ! ‘ଲୋକ ଆସନ୍ତି ଆଉ …’

ରୋମ,୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନିଙ୍କ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇଟାଲୀ ଟ୍ରମ୍ପଙ୍କ ଏକ ନୂତନ ଆକ୍ରମଣର ଜବାବ…

ରୋନାଲ୍ଡୋଙ୍କ ବିଶ୍ୱକପ୍‌ ସ୍ବପ୍ନ ଶେଷ: ବିଶ୍ୱକପ୍‌ରୁ ବିଦା ହେଲା ପର୍ତ୍ତୁଗାଲ

ଆର୍ଲିଂଟନ,୭ା୭:ଇଞ୍ଜୁରି ଟାଇମ୍‌ରେ ମିକେଲ ମେରିନୋଙ୍କ ଗୋଲ ବଳରେ ସୋମବାର ରାତିରେ ଅନୁଷ୍ଠିତ ଚଳିତ ବିଶ୍ୱକପ୍‌ର ଏକ ପ୍ରି-କ୍ୱାର୍ଟର ଫାଇନାଲରେ ସ୍ପେନ ୧-୦ ଗୋଲରେ ପର୍ତ୍ତୁଗାଲକୁ ପରାସ୍ତ କରି…

‘ଏଲ୍‌ ନିନୋ’ ପ୍ରଭାବ: ଭାରତରେ ସୃଷ୍ଟି ହୋଇପାରେ ବଡ଼ ବିଦ୍ୟୁତ୍‌ ସଙ୍କଟ

ନୂଆଦିଲ୍ଲୀ,୭ା୭(ପି.ଟି.):ଚଳିତ ବର୍ଷ ବିଶ୍ୱ ପାଣିପାଗରେ ଦେଖାଦେଇଥିବା ‘ଏଲ୍‌ ନିନୋ’ର ସବୁଠାରୁ ମାରାତ୍ମକ ପ୍ରଭାବ ଭାରତର ଶକ୍ତି ବ୍ୟବସ୍ଥା ଉପରେ ପଡ଼ିବାକୁ ଯାଉଛି। ଅନ୍ତର୍ଜାତୀୟ ଗବେଷଣା ସଂସ୍ଥା ‘ସେଣ୍ଟର…

ପ୍ରବଳ ବର୍ଷାରେ ମୁମ୍ବାଇ ବେହାଲ;ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ, ୧୩ ମୃତ

ମୁମ୍ବାଇ,୭।୭: ମୁମ୍ବାଇ ଓ ଆଖପାଖ ଜିଲାରେ ୩/୪ ଦିନ ହେଲା ପ୍ରବଳ ବର୍ଷା ଲାଗିରହିଥିବାବେଳେ ଦେଶର ଆର୍ଥିକ ରାଜଧାନୀ ଏକପ୍ରକାର ଅଚଳ ହୋଇଯାଇଛି। ବର୍ଷାଜନିତ ଘଟଣାରେ ୧୩ଜଣଙ୍କ…

ଝାଡ଼ଖଣ୍ଡ ଉପରେ ଅବପାତ ସକ୍ରିୟ: ଆଜିଠୁ କମିବ ବର୍ଷା

ଭୁବନେଶ୍ୱର,୭।୭(ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ପ୍ରାୟ ୨୫କି.ମି. ବେଗରେ ଗତି କରି…

ମସ୍ତିଷ୍କର ଭିନ୍ନ ଅଂଶରୁ ସୃଷ୍ଟି ହୁଏ ସ୍ବତଃସ୍ଫୂର୍ତ୍ତ, ଇଚ୍ଛାକୃତ ହସ

ନୂଆଦିଲ୍ଲୀ,୭।୭(ପି.ଟି.): ମଣିଷର ହସ ପଛରେ ଥିବା ରହସ୍ୟକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଆମର ସ୍ବତଃସ୍ଫୂର୍ତ୍ତ (ଆବେଗିକ) ଏବଂ ଇଚ୍ଛାକୃତ ହସ ପାଇଁ ମସ୍ତିଷ୍କର…

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri