ପ୍ରଧାନ ଶିକ୍ଷକଙ୍କ ବିଦାୟ ସମୟରେ କାନ୍ଦିଲେ ଛାତ୍ରୀଛାତ୍ର

ନଓ୍ବାଡା,୨।୩: ସାଧାରଣତଃ ଅତି ନିଜ ବ୍ୟକ୍ତିଙ୍କ ବିଦାୟୀ ସମୟରେ ଆଖିରେ ଲୁହ ଆସିଯାଇଥାଏ। କିନ୍ତୁ କେବେ ଶୁଣିଛନ୍ତି ବା ଦେଖିଛନ୍ତି କି ଜଣେ ଶିକ୍ଷକଙ୍କ ବିଦାୟି ସମୟରେ ସାରା ସ୍କୁଲ କାନ୍ଦୁଥିବାର। କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବିହାର ନଓ୍ବାଡାର ରୋହ ପ୍ରଖଣ୍ଡରେ ଥିବା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ। ଉକ୍ତ ସ୍କୁଲର ପ୍ରଧାନ ଶିକ୍ଷକ ଯମୁନା ପ୍ରସାଦ ଶନିବାର ସ୍କୁଲରୁ ଅବସର ଗ୍ରହଣ କରିଥିଲେ। ତାଙ୍କ ପାଇଁ ସ୍କୁଲ ପକ୍ଷରୁ ଏକ ବିଦାୟୀ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଆୟୋଜିତ କରାଯାଇଥିଲା। ଏହି ଅବସରରେ ବିଦ୍ୟାଳୟର ଛାତ୍ରୀମାନେ ପ୍ରଧାନ ଶିକ୍ଷକଙ୍କ ପାଇଁ ଏକ ସ୍ବତନ୍ତ୍ର ବିଦାୟୀ ଗୀତ ପ୍ରସ୍ତୁତ କରିଥିଲେ। ଏହାକୁ ଶୁଣିବା ମାତ୍ରେ ହିଁ ସେଠାରେ ଉପସ୍ଥିତ ଥିବା ଲୋକଙ୍କ ଆଖିରେ ଲୁହ ଭରି ଯାଇଥିଲା। ଏହାପରେ ଯମୁନାଙ୍କୁ ବିଦାୟ ଦେବା ବେଳେ ଶିକ୍ଷକ ଓ ଛାତ୍ରୀଛାତ୍ର ଭାବୁକ ହୋଇ ଭୋ ଭୋ କରି କାନ୍ଦି ପକାଇଥିଲେ। ସେହି ସମୟର ଏକ ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ସୂଚନା ମୁତାବକ ସ୍କୁଲର ବିକାଶ ହେଉ କି ପିଲାଙ୍କ ପାଠପଢ଼ାରେ ଯମୁନାଙ୍କ ଅବଦାନ ଅତୁଳନୀୟ। ମହତ କାର୍ଯ୍ୟ ବା ନିଜର ସ୍ବଭାବ ପାଇଁ ସ୍ଥାନୀୟ ଅଞ୍ଚଳରେ ଯମୁନାଙ୍କ ବେଶ୍‌ ଲୋକପ୍ରିୟତା ରହିଛି। ସେ ନିଜ ଦରମା ଟଙ୍କାରେ ସ୍କୁଲର ମରାମତି କାର୍ଯ୍ୟ କରୁଥିବା ଜଣାପଡ଼ିଛି। ତେବେ ସମାଜରେ ଏଭଳି ଶିକ୍ଷକ ମିଳିବା ବିରଳ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri