ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ନେଇ ଘର କରୁ ନାହାନ୍ତି ହିତାଧିକାରୀ: ପ୍ରଶାସନ ପକ୍ଷରୁ ଧାରଣା

ଚନ୍ଦାହାଣ୍ଡି,୨୭।୧(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ୧୪ ପଞ୍ଚାୟତବାସୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ନେଇ ଘର କରୁ ନ ଥିବାବେଳେ ଏ ନେଇ ସୋମବାର ପ୍ରଶାସନ ପକ୍ଷରୁ ଧାରଣା ହିତାଧିକାରୀଙ୍କ ଘର ସମ୍ମୁଖରେ ଧାରଣା ଦିଆଯାଇଛି।
ସୂଚନାଯୋଗ୍ୟ, ସରକାରଙ୍କ ପକ୍ଷରୁ ଚଳିତ ଆର୍ଥିକବର୍ଷରେ ୨ ହଜାର ୩ଶହ ୫ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର କରିବାକୁ କାର୍ଯ୍ୟାଦେଶ ଦିଆଯାଇଥିଲା। ତେବେ ୨୦୨୨ ସୁଦ୍ଧା ସମସ୍ତ କଚାଘରକୁ ପକ୍କା କରିବାକୁ ସରକାରଙ୍କ ପକ୍ଷରୁ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିବା ବେଳେ ଶୀଘ୍ର ଘର କାର୍ଯ୍ୟ ସାରିବାକୁ ପ୍ରୋତ୍ସାହନ ଦିଆଯାଉଛି। ମାତ୍ର କାର୍ଯ୍ୟାଦେଶ ନେଇ ଘରକରିବା ପାଇଁ ବ୍ୟାଙ୍କଖାତାକୁ ଆସିଥିବା ପ୍ରଥମ ୨୦ ହଜାର ଟଙ୍କା ଉଠାଇଥିଲେ ମଧ୍ୟ ବହୁ ହିତାଧିକାରୀ ଘର କରି ନାହାନ୍ତି। ଏ ନେଇ ସୋମବାର ବିଡିଓ ଦେବେନ୍ଦ୍ର କୁମାର ବଳଙ୍କ ନେତୃତ୍ୱରେ ପିଇଓ ସୂର୍ଯ୍ୟନାରାୟଣ ଭତ୍ରା, ଲଛମନ ନିଆଲ, ସନ୍ତୋଷ ମିଶ୍ର, ଜିଆର୍‌ଏସ୍‌ ଦେନାଥ ବଞ୍ଜରା ଓ ଶ୍ରୀମାଞ୍ଚଳ ବେହେରା ପ୍ରମୁଖ ଚକାମାଳ ଏବଂ ଅନକରାବେଡ଼ା ଗ୍ରାମର ବହୁ ହିତାଧିକାରୀଙ୍କ ଘର ସମ୍ମୁଖରେ ଧାରଣା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?