ବୌଦ୍ଧ,୮।୫(ସ୍ବ.ପ୍ର.)-କାଳବୈଶାଖୀ ଯୋଗୁ କ୍ଷତିଗସ୍ତ ହୋଇଥିବା ପରିବାରକୁ ପ୍ରଧାନମନ୍ତ୍ରୀ ଆବାସ ପ୍ରଦାନ ପାଇଁ ଭାଜପା ପକ୍ଷରୁ ଦାବି କରାଯାଇଛି। ଜିଲାରେ ଦୁଇ ଦିନ ତଳେ ପ୍ରବଳ ବେଗରେ ପବନ ବହିବା ଫଳରେ ବହୁ ଚାଳ ଓ ଟିଣ ଛପର ଘର ଭାଙ୍ଗି ପଡିଥିଲା। ଅଧିକାଂଶ ପରିବାର ଏଯାଏ ଭଙ୍ଗାଘରକୁ ଠିଆ କରାଇ ପାରିନାହାନ୍ତି। ପାଲ ତଳେ କିମ୍ବା ସମ୍ପର୍କୀୟଙ୍କ ଘରେ ସେମାନେ ଆଶ୍ରୟ ନେଇଛନ୍ତି। ବଡ଼ ବଡ଼ ଗଛ ଭାଙ୍ଗି ପଡିବା ସହ ବିଦ୍ୟୁତ୍ ସରବରାହ ବ୍ୟାହତ ହୋଇଛି। ଏଥିପାଇଁ ବୌଦ୍ଧ ଓ କଣ୍ଟାମାଳ ବ୍ଲକର ଅନେକ ଅଞ୍ଚଳ ଅନ୍ଧାରରେ ରହିଛି। ପ୍ରଶାସନ ପକ୍ଷରୁ କ୍ଷୟକ୍ଷତିର ଆକଳନ ଚାଲିଛି। କ୍ଷତିଗ୍ରସ୍ତ ଗରିବ ପରିବାରକୁ ସମସ୍ତ ପ୍ରକାର ସାହାର୍ଯ୍ୟ ଯୋଗାଇ ଦେବାକୁ ଜିଲା ଭାଜପା ପକ୍ଷରୁ ଜିଲାପାଳଙ୍କ ନିକଟରେ ଦାବି କରାଯାଇଛି। ସମସ୍ତ ଯୋଗ୍ୟ କ୍ଷତିଗ୍ରସ୍ତ ପରିବାରକୁ ପ୍ରଧାନମନ୍ତ୍ରୀ ଆବାସ ଗୃହ ଯୋଗାଇଦେବାକୁ ଜିଲା ସଭାପତି ବିପ୍ରଚରଣ ମହାନ୍ତି ଦାବି କରିଛନ୍ତି।
Posted inHome, ଆମ ଜିଲା ଖବର, ବୌଦ୍ଧ View All
ଶଗଡ଼କୁ ଧକ୍କା ଦେଇ ଫେରାର ଥିବା ହାଇୱା ଚାଳକ ଶେଷରେ ଗିରଫ; ସାନଖେମୁଣ୍ଡି କୋର୍ଟକୁ ପଠାଇଲା ପୋଲିସ
ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଏଏସଆଇ ସୁଧୀର ନାୟକ ଶୁକ୍ରବାର ବ୍ରହ୍ମପୁର ବଡ ବଜାର ଥାନା ଜଗନ୍ନାଥ ବିହାର ୭ ମ ଲେନର…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ପଦକ୍ଷେପ: ଚାଉଳ ମିଲିଂ ଖର୍ଚ୍ଚ ୨ ଗୁଣ ବୃଦ୍ଧି କଲେ ରାଜ୍ୟ ସରକାର
ଭୁବନେଶ୍ୱର,୫।୬: ରାଜ୍ୟର ଚାଷୀମାନଙ୍କ ଠାରୁ ସୁରୁଖୁରୁରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି।…
ଜେଲ୍ର ଜୁଲୁମ୍ ଆଗରେ ନଇଁବନି ଆଦିବାସୀଙ୍କ ଜଳ-ଜଙ୍ଗଲ-ଜମିର ଲଢ଼େଇ; କୁର୍କୁଟି ମୌଜାରୁ ସରକାରଙ୍କୁ ସିଧା ଚ୍ୟାଲେଞ୍ଜ
ଥୁଆମୂଳ ରାମପୁର, ୦୫/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣପୁର ଗ୍ରାମପଞ୍ଚାୟତର ପୁଲିଙ୍ଗପଦର ଗ୍ରାମରୁ ବିଶ୍ୱ ପରିବେଶ ଦିବସ ଅବସରରେ ‘ଖଣ୍ଡୁଆଳମାଳି ସ୍ଥାୟୀ…
ରବିରେ ଉଠିଲା ଖରିଫ ଧାନ: ଇଚ୍ଛାମୃତ୍ୟୁ ଆବେଦନ କରିଥିଲେ ଚାଷୀ
ବରଗଡ଼,୫।୬(ପ୍ରେମାନନ୍ଦ ଖମାରୀ)- ଗତ ଖରିଫ ଋତୁରେ ଧାନ ବିକ୍ରି ପଞ୍ଜୀକରଣରୁ ବାଦ୍ ପଡ଼ି ବରଗଡ଼ ଜିଲା ସହରାଟିକ୍ରା ମଣ୍ଡି ଉପରେ ନିର୍ଭରଶୀଳ ଅନେକ ଚାଷୀ ଧାନ ବିକ୍ରି…
ଭଞ୍ଜନଗରରେ କଂଗ୍ରେସ ପ୍ରଭାରୀ: ଜିଲା ସଂଗଠନ ସୁଦୃଢ଼ ଉପରେ…
ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଓଡ଼ିଶା କଂଗ୍ରେସ ପ୍ରଭାରୀ ଜେ.ଟି. କୁସୁମ କୁମାର ଶୁକ୍ରବାର ଅପରାହ୍ନରେ ଭଞ୍ଜନଗର ଗସ୍ତରେ ଆସି ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଗଞ୍ଜାମ…
୪୪ କେଜି ଗଞ୍ଜେଇ ଜବତ, ଜଣେ ଗିରଫ
ମୋହନା,୫ା୬(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରା ଚାଲାଣ ବେଳେ ମୋହନା ପୋଲିସ ଚଢାଉ କରି ଗଞ୍ଜେଇ ଜବତ କରିଛି। ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛି। ସେ ହେଲେ…
କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ଏବଂ ଅଧ୍ୟକ୍ଷ ଚିନ୍ତାମଣି ଏବଂ ଚାଷୀ କେ. ଶ୍ୟାମ ସୁନ୍ଦରଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର
ଦିଗପହଣ୍ଡି,୫|୬(ଅଶେଷ ନାଥ ମିଶ୍ର): ପ୍ରକୃତି ସଂରକ୍ଷଣ ଓ ପରିବେଶ ସୁରକ୍ଷା କ୍ଷେତ୍ରରେ ଦିଗପହଣ୍ଡି ବ୍ଳକର କଇଠଖଣ୍ଡି ପଞ୍ଚାୟତକୁ ପ୍ରକୃତି ମିତ୍ର ସମ୍ମାନରେ ସମ୍ମାନୀତ କରାଯିବା ସହ ପୁରସ୍କାର…
ଫେକ୍ ରିଭ୍ୟୁରୁ ସାବଧାନ! ଅନଲାଇନ୍ ଶପିଂ ସମୟରେ ଷ୍ଟାର୍ ରେଟିଂ ଦେଖି ଠକିଯାଉଛନ୍ତି କି? ଏମିତି କରନ୍ତୁ ଅସଲି-ନକଲିର ଚିହ୍ନଟ…
ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅନଲାଇନ ଶପିଂ ଆମର ଦୈନନ୍ଦିନ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଗଲାଣି। ଘରେ ବସି ମନପସନ୍ଦର ସାମଗ୍ରୀ ପାଇବା ଯେତିକି ସହଜ, ଏଥିରେ…
Archives

