ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ଧାର୍ଯ୍ୟ ସମୟରେ ଗୃହ ନିର୍ମାଣ ପାଇଁ ହିତାଧିକାରୀଙ୍କ ସାମୂହିକ ଶପଥ

କର୍ଲାମୁଣ୍ଡା,୧୯।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସାପଲହରା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀମାନେ ମଙ୍ଗଳବାର ଏକାଠି ହୋଇ ଧାର୍ଯ୍ୟ ସମୟରେ ଗୃହ ନିର୍ମାଣ କାର୍ଯ୍ୟ ସମାପ୍ତ କରିବାକୁ ଶପଥ ନେଇ ଥିବା ଜଣାପଡିଛି। ଏହି ପଞ୍ଚାୟତର ୧୯ ଜଣ ହିତାଧିକାରୀ କର୍ଲାମୁଣ୍ଡା ବିଡିଓ ପ୍ରିୟଦର୍ଶନୀ ମିର୍ଦ୍ଧା, ସରପଞ୍ଚ ପୃଥିରାଜ ମାଝିଙ୍କ ଉପସ୍ଥିତିରେ ପ୍ରଥମେ ଗଁା ଦେବୀଙ୍କୁ ପୂଜାର୍ଚ୍ଚନା ପରେ ସମସ୍ତ ହିତାଧିକାରୀ ଏକାଠି ହୋଇ ଶପଥ ନେଇଥିଲେ। କନିଷ୍ଠଯନ୍ତ୍ରୀ ଶିଶିର କୁମାର ବେହେରା, ଗ୍ରାମରୋଜଗାର ସେବକ କ୍ଷମା ସାହୁ, ଆବାସ ଗୃହ ଯୋଜନାର ବ୍ଲକ ସଂଯୋଜକ ରୁଦ୍ର ପ୍ରସାଦ ସାହୁ, ପିଇଓ ଚମାରୁ ନାଏକ ପ୍ରମୁଖ ଯୋଗଦେଇ ଗୃହ ନିର୍ମାଣ ପାଇଁ ଲେଆଉଟ ଦେଇଥିଲେ। ସେପ୍ଟେମ୍ବର ୧୭ରେ ହିତାଧିକାରୀଙ୍କ ଗୃହ ନିର୍ମାଣ ପାଇଁ ଭୂମି ପୂଜନ ଓ ଲେଆଉଟ ଦେବା ସହିତ ଅକ୍ଟୋବର ୨ରେ ଗୃହ ପ୍ରବେଶ ପାଇଁ ସମୟ ସୀମା ଧାର୍ଯ୍ୟ କରାଯାଇଥିବାରୁ ଏତେ ଅଳ୍ପ ଦିନ ଭିତରେ ହିତାଧିକାରୀମାନେ କିପରୀ ଘର ନିର୍ମାଣ କାର୍ଯ୍ୟ ସାରିବେ ବୋଲି ହିତାଧିକାରୀମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଭିଲା ପ୍ରଚଣ୍ଡ ଶବ୍ଦ : ହଠାତ୍‌ ଘର କାନ୍ଥ ଫାଟି ଆଁ କରିଲା, ଜୀବନ ବିକଳରେ ଦୌଡ଼ି ଆସିଥିଲେ ପରିବାର ଲୋକେ

ଆନନ୍ଦପୁର, ୨୩।୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲାରୁ ଲୁହାପଥର ଚାଲାଣ ପାଇଁ ଜେଏସଡବ୍ଲୁ କମ୍ପାନୀ ପକ୍ଷରୁ ଏମ୍ପ୍ରୋକନ ଠିକା ସଂସ୍ଥା ଦ୍ୱାରା ୨୦ ନମ୍ବର ଜାତୀୟ ରାଜପଥ…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ଥୁଆମୂଳ ରାମପୁରରେ ଜନ ଭାଗୀଦାରି ଅଭିଯାନ

ଥୁଆମୂଳ ରାମପୁର, ୨୧ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକରେ ଭାରତ ସରକାରଙ୍କ ଜନଜାତି ମନ୍ତ୍ରଣାଳୟ ପକ୍ଷରୁ ‘ଜନ ଭାଗୀଦାରି: ସବ୍‌ସେ ଦୂର, ସବ୍‌ସେ ପହେଲେ’ କାର୍ଯ୍ୟକ୍ରମ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri