Posted inଜାତୀୟ

ପ୍ରଧାନମନ୍ତ୍ରୀ ପ୍ରାର୍ଥୀ: ରାହୁଲଙ୍କୁ ଦେବେଗୌଡ଼ାଙ୍କ ସମର୍ଥନ

ନୂଆଦିଲ୍ଲୀ,୧୯ା୫: ଡିଏମ୍‌କେ ମୁଖ୍ୟ ଏମ୍‌.କେ. ଷ୍ଟାଲିନ୍‌ଙ୍କ ପରେ ଜେଡିଏସ୍‌ ସୁପ୍ରିମୋ ଦେବେଗୌଡା କଂଗ୍ରେସ ଅଧ୍ୟକ୍ଷ ରାହୁଲଙ୍କ ଗାନ୍ଧୀଙ୍କୁ ପ୍ରଧାନମନ୍ତ୍ରୀ ପଦ ପାଇଁ ଶନିବାର ସମର୍ଥନ କରିଛନ୍ତି। ୮୭ତମ ଜନ୍ମଦିନରେ ସେ ଭେଙ୍କଟେଶ୍ୱର ମନ୍ଦିରରୁ ଫେରି ତିରୁମାଲାରେ ଖବରଦାତାଙ୍କ ସହ ଆଲୋଚନାବେଳେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଭାବେ ଅଣଭାଜପା ମେଣ୍ଟରେ ରାହୁଲ ଉପଯୁକ୍ତ ଓ ଆମେ କଂଗ୍ରେସକୁ ସମର୍ଥନ ଦେବୁ ବୋଲି ପ୍ରକାଶ କରିଛନ୍ତି।
ପୁଅ ତଥା କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍‌.ଡି, କୁମାରସ୍ବାମୀ ରାହୁଲ ତାଙ୍କ ଦଳର ପସନ୍ଦ ଓ ପ୍ରଧାନମନ୍ତ୍ରୀ ପଦଲାଗି ଉପଯୁକ୍ତ ବୋଲି କହିଛନ୍ତି। ଆମ ଆଭିମୁଖ୍ୟରେ କୌଣସି ପରିବର୍ତ୍ତନ ହେବନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି। ପ୍ରକାଶଥାଉ କି, କିଛିଦିନ ପୂର୍ବରୁ ଡିଏମ୍‌କେ ମୁଖ୍ୟ ଏମ୍‌.କେ. ଷ୍ଟାଲିନ୍‌ ରାହୁଲଙ୍କ ପ୍ରଧାନମନ୍ତ୍ରୀ ପଦକୁ ସମର୍ଥନ କରିଥିଲେ। ରାହୁଲଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବା ଲାଗି ବିରୋଧୀଙ୍କ ସ୍ବର ଲମ୍ବିବାରେ ଲାଗିଥିବାବେଳେ ଭୋଟ ଫଳାଫଳ ଆସିବା ପରେ ବିରୋଧୀ ମହାମେଣ୍ଟ ଏକାଠି ହୋଇ ପ୍ରଧାନମନ୍ତ୍ରୀ ପଦରେ କାହାକୁ ବସାଯିବ ସେନେଇ ନିଷ୍ପତ୍ତି ନେବେ ବୋଲି କହିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri