ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପର ଚର୍ଚ୍ଚା’ରେ ଅଂଶଗ୍ରହଣ କରିବେ ସ୍ବସ୍ତିକ

ରାଇରଙ୍ଗପୁର,୧୮ା୧(ଡି.ଏନ୍‌.ଏ.): ନୂଆଦିଲ୍ଲୀଠାରେ ଆସନ୍ତା ୨୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ପରୀକ୍ଷା ପର ଚର୍ଚ୍ଚା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ନେଇ ସମଗ୍ର ଭାରତରୁ ୨୨ ହଜାର ଛାତ୍ରୀଛାତ୍ରଙ୍କୁ ଚୟନ କରାଯାଇଛି। ଓଡ଼ିଶାର ବିଭିନ୍ନ ଶିକ୍ଷାନୁଷ୍ଠାନରୁ ମନୋନୀତ ହୋଇଥିବା ଛାତ୍ରୀଛାତ୍ରଙ୍କ ମଧ୍ୟରୁ ମୟୂରଭଞ୍ଜ ଜିଲା ଉପାନ୍ତ ରାଇରଙ୍ଗପୁର ଅଞ୍ଚଳସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟର ନବମ ଶ୍ରେଣୀର ଛାତ୍ର ସ୍ବସ୍ତିକ ଦାସମହାପାତ୍ର ସାମିଲ ହୋଇଛନ୍ତି। ସ୍ବସ୍ତିକଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଶ୍ନପତ୍ରକୁ ପିଏମ୍‌ଓ କାର୍ଯ୍ୟାଳୟକୁ ପଠାଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଛାତ୍ରୀଛାତ୍ରମାନଙ୍କୁ ସମ୍ବୋଧିତ କରିବା ସହ ସିଧାସଳଖ ଆଲୋଚନା କରିବେ। କାର୍ଯ୍ୟକ୍ରମରେ ରାଜ୍ୟରୁ ମନୋନୀତ ଛାତ୍ରୀଛାତ୍ରଙ୍କର ଗସ୍ତ, ରହିବା ଏବଂ ଖାଇବା ସକାଶେ ଓଡ଼ିଶା ସରକାରଙ୍କ ଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ରାଇରଙ୍ଗପୁର ସବ୍‌ଡିଭିଜନ ତିରିଂ ବ୍ଲକ୍‌ ବଡ଼ଡାଳିମା ପାର୍ବତୀ ଉଚ୍ଚ ବାଳିକା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁବଳ ଦାସମହାପାତ୍ର ଏବଂ ହିନ୍ଦୀ ଶିକ୍ଷୟିତ୍ରୀ ସସ୍ମିତା ଦାସମହାପାତ୍ରଙ୍କ ପୁତ୍ର ସ୍ବସ୍ତିକ ଜଣେ ମେଧାବୀ ଛାତ୍ର। ସଙ୍ଗୀତ ପ୍ରତି ତାଙ୍କର ରୁଚି ରହିଛି। କାର୍ଯ୍ୟକ୍ରମରେ ସାମିଲ ହେବା ସମ୍ପର୍କରେ ସ୍ବସ୍ତିକ କହନ୍ତି ପ୍ରଧାନମନ୍ତ୍ରୀଙ୍କ ସହ ସିଧାସଳଖ ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ପାଇଁ ମନୋନୀତ ହୋଇଥିବାରୁ ସେ ନିଜକୁ ଗର୍ବିତ ମନେ କରୁଛନ୍ତି। ମାତାପିତା ଓ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଆଶୀର୍ବାଦରୁ ଏହି ସଫଳତା ମିଳିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି, ଆଜିଠୁ ଆନ୍ଦୋଳନକୁ ଓହ୍ଲାଇବ CJP

ମୁମ୍ବାଇ, ୨।୧୦(ପି.ଟି.): ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ସାମ୍ନାକୁ ଆସିବା ପରେ ମୁଖ୍ୟ ନିର୍ବାଚନ ଆୟୁକ୍ତ (ସିଇସି) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା…

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?