Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ସମ୍ପତ୍ତି ୨.୫୧ କୋଟି

ବାରାଣସୀ,୨୭ା୪(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରାଣସୀ ଲୋକ ସଭା ଆସନ ଲାଗି ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ନିର୍ବାଚନ କମିଶନଙ୍କ ପାଖରେ ଦାଖଲ ସତ୍ୟପାଠରେ ପ୍ରଧାନମନ୍ତ୍ରୀ ନିଜର ସମ୍ପତ୍ତି ପରିମାଣ ୨.୫୧ କୋଟି ଟଙ୍କା ବୋଲି ଉଲ୍ଲେଖ କରିଛନ୍ତି। ସେଥିରେ ରହିଛି ଗୁଜରାଟର ଗାନ୍ଧୀନଗରରେ ଏକ ବାସୋପଯୋଗୀ ଜମି, ୧.୨୭ କୋଟି ଟଙ୍କାର ସ୍ଥାୟୀ ଜମା ଏବଂ ନଗଦ ୩୮,୭୫୦ ଟଙ୍କା। ମୋଟ ସମ୍ପତ୍ତି ମଧ୍ୟରୁ ଅସ୍ଥାବର ସମ୍ପତ୍ତି ୧.୪୧ କୋଟି ଟଙ୍କା ହୋଇଥିବାବେଳେ ସ୍ଥାବର ସମ୍ପତ୍ତି ପରିମାଣ ୧.୧ କୋଟି ଟଙ୍କା ବୋଲି ଦର୍ଶାଯାଇଛି। ଟିକସ ସଞ୍ଚୟ ଇନ୍‌ଫ୍ରା ବଣ୍ଡ୍‌ରେ ସେ ୨୦ ହଜାର ଟଙ୍କା ରଖିଥିବାବେଳେ ଜାତୀୟ ସଞ୍ଚୟ ସାର୍ଟିଫିକେଟ୍‌(ଏନଏସସି)ରେ ୭.୬୧ ଲକ୍ଷ ଏବଂ ଏଲ୍‌ଆଇସିରେ ୧.୯ ଲକ୍ଷ ଟଙ୍କା ଜମା କରିଛନ୍ତି। ସଞ୍ଚୟ ବ୍ୟାଙ୍କ ଖାତାରେ ମୋଦିଙ୍କର ୪୧୪୩ ଟଙ୍କା ରହିଛି। ଏହାବ୍ୟତୀତ ତାଙ୍କର ୪୫ ଗ୍ରାମ ଓଜନର ୪ଟି ସୁନା ମୁଦି ରହିଛି, ଯାହାର ମୂଲ୍ୟ ୧.୧୩ ଲକ୍ଷ ଟଙ୍କା। ଗାନ୍ଧୀନଗର ସେକ୍ଟର-୧ରେ ପ୍ରଧାନମନ୍ତ୍ରୀଙ୍କର ୩୫୩୧ବର୍ଗଫୁଟ୍‌ର ଏକ ପ୍ଲଟ ରହିଛି, ଯାହାର ଦାମ୍‌ ୧.୧ କୋଟି ଟଙ୍କା ହେବ ବୋଲି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି। ସେ ସରକାରୀ ବେତନ ଏବଂ ବ୍ୟାଙ୍କ ସୁଧକୁ ଆୟ ଉତ୍ସରେ ସାମିଲ କରିଥିଲାବେଳେ ସ୍ତ୍ରୀଙ୍କ ଆୟ ଉତ୍ସ ଏବଂ ବୃତ୍ତି କିମ୍ବା ପେସା ସମ୍ପର୍କରେ ଜାଣି ନ ଥିବା ଲେଖିଛନ୍ତି।
ପ୍ରଧାନମନ୍ତ୍ରୀ ଗୁଜରାଟ ବିଶ୍ୱବିଦ୍ୟାଳୟରୁ ୧୯୮୩ରେ ଏମ୍‌.ଏ. ଡିଗ୍ରୀ ହାସଲ କରିଛନ୍ତି। ଏହା ପୂର୍ବରୁ ସେ ୧୯୭୮ରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ କଳାରେ ସ୍ନାତକ ଏବଂ ୧୯୬୭ରେ ଗୁଜରାଟ ବୋର୍ଡରୁ ଏସଏସସି ପରୀକ୍ଷାରେ ପାଶ୍‌ କରିଥିଲେ। ଯଶୋଦାବେନ୍‌ ତାଙ୍କ ସ୍ତ୍ରୀ ବୋଲି ମୋଦି ସତ୍ୟପାଠରେ ଦର୍ଶାଇଛନ୍ତି। ମୋଦିଙ୍କ ନାମରେ କୌଣସି ଅପରାଧ ମାମଲା ନାହିଁ ଏବଂ ସରକାରଙ୍କର ତାଙ୍କର ଉପରେ କୌଣସି ବକେୟା ନ ଥିବା ସେ ସତ୍ୟପାଠରେ ଉଲ୍ଲେଖ କରିଛନ୍ତି। ୨୦୧୪ରେ ନାମାଙ୍କନପତ୍ର ଦାଖଲ ବେଳେ ମୋଦି ତାଙ୍କର ମୋଟ ସମ୍ପତ୍ତି ପରିମାଣ ୧.୬୫ କୋଟି ଟଙ୍କା ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଇତିହାସ ହୋଇଯିବ କଂଗ୍ରେସ…ଯେମିତି ଔରଙ୍ଗଜେବ’, ମୋଦିଙ୍କୁ କବର ଦେବା ବୟାନକୁ ନେଇ ଭାଜପା କହିଲା…

ନୂଆଦିଲ୍ଲୀ,୧୫।୧୨: ରାଜଧାନୀ ଦିଲ୍ଲୀରେ ରବିବାର ‘ଭୋଟ ଚୋର, ଗଦ୍ଦି ଛିଡ଼’ ରାଲିରେ କଂଗ୍ରେସ ଭାଜପା ଉପରେ ଆକ୍ରମଣକୁ ତୀବ୍ର କରିଥିଲା, ଶାସକ ଦଳ ନେହେରୁ ପରିବାରକୁ...

‘ଭାଜପା ଡିଏନ୍‌ଏରେ ଭୋଟ୍‌ ଚୋରି’

ନୂଆଦିଲ୍ଲୀ,୧୫ା୧୨(ପି.ଟି.); ଭାଜପାର ଡିଏନ୍‌ଏରେ ‘ଭୋଟ ଚୋରି’ ପ୍ରବୃତ୍ତି ରହିଛି। କଂଗ୍ରେସ ସତ୍ୟ ସହ ଛିଡ଼ା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

୮ମ ବେତନ କମିଶନ ଭାର ସମ୍ଭାଳିବ ଭାରତୀୟ ରେଳବାଇ, ଖର୍ଚ୍ଚ କାଟିବାକୁ ସରକାରଙ୍କ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ୮ମ କେନ୍ଦ୍ରୀୟ ବେତନ କମିଶନ ଲାଗୁ ହେବା ପୂର୍ବରୁ, ବୃଦ୍ଧି ହେବାକୁ ଥିବା ଦରମା ଓ ପେନ୍‌ସନ୍ ଭାରକୁ...

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ମାଆ ବଞ୍ଚି ଥାଉ ଥାଉ ଜାଲ ମୃତ୍ୟୁ ପ୍ରମାଣପତ୍ର ବାହାର କରି ସବୁ ହଡ଼ପ କଲେ ପୁଅ, ଏମିତି ଖୋଲିଲା ରାଜ୍‌

କୋଲକାତା,୧୪।୧୨: ପଶ୍ଚିମବଙ୍ଗର ହାଓଡ଼ାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ପୁଅ ତାଙ୍କ ଜୀବିତ ମାଆଙ୍କ ନାମରେ ମୃତ୍ୟୁ ପ୍ରମାଣପତ୍ର ଜାଲ କରି ବ୍ୟାଙ୍କରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri