ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ନେଇ ଆଶଙ୍କା ଦେଖାଦେଇଛି। କୋଭିଡ୍‌-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସାମାଜିକ ଦୂରତ୍ୱ ବଜାୟ ରଖିବା ସହ ସମସ୍ତ ସାମାଜିକ ଏବଂ ଧାର୍ମିକ କାର୍ଯ୍ୟକ୍ରମ ଉପରେ କଟକଣା ଜାରି କରିଛନ୍ତି। ଏହି ମହାମାରୀର ପ୍ରକୋପ ସମ୍ପୂର୍ଣ୍ଣ ନ ହଟିବା ଯାଏ ଏଭଳି କଟକଣା ବଳବତ୍ତର ରହିବା ଏକ ପ୍ରକାର ନିଶ୍ଚିତ ହୋଇଛି। ଏଭଳି ସଙ୍କଟମୟ ପରିସ୍ଥିତିରେ ଆସନ୍ତା ଜୁନ ୨୩ରେ ହେବାକୁ ଥିବା ଶ୍ରୀଜୀଉଙ୍କ ରଥଯାତ୍ରା କିପରି ହେବ ସେନେଇ ରାଜ୍ୟ ସରକାର ଚିନ୍ତାରେ ପଡ଼ି ଯାଇଛନ୍ତି। ରଥଯାତ୍ରାର ପ୍ରାୟ ଦେଢମାସ ଆଗରୁ ପ୍ରସ୍ତୁତ ହେବାକୁ ପଡିଥାଏ। ଆସନ୍ତା ୨୬ ତାରିଖରେ ଅକ୍ଷୟ ତୃତୀୟା ପଡୁଛି। ସେହିଦିନ ମହାପ୍ରଭୁଙ୍କ ରଥଯାତ୍ରା ଲାଗି ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ଏଭଳିସ୍ଥିତିରେ ରଥଯାତ୍ରା ହେବ କି ନାହିଁ ସେନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଟେଲିଫୋନ୍‌ରେ କଥା ହୋଇଛନ୍ତି। ଶହଶହ ବର୍ଷ ଧରି ଚାଲି ଆସୁଥିବା ଏହି ମହାନ ପରମ୍ପରାକୁ ନେଇ ଉଭୟ ଆଲୋଚନା କରିଛନ୍ତି। ରଥଯାତ୍ରା ସମୟରେ ପୁରୀରେ ୧୦ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ସମାଗମ ହେଉଛି। ତେଣୁ କିପରି ଭାବେ ସାମାଜିକ ଦୂରତ୍ୱ ରକ୍ଷା କରାଯାଇ ପାରିବ ସେନେଇ ଉଭୟ ଆଲୋଚନା କରିଛନ୍ତି। ତେବେ ରଥଯାତ୍ରା ହେବ କି ନାହିଁ ସେ ବିଷୟରେ କିଛି ସ୍ପଷ୍ଟ କରାଯାଇ ନାହିଁ। ଦ୍ୱାଦଶ ଶତାବ୍ଦୀରୁ ଚଳି ଆସୁଥିବା ଏହି ବିଶ୍ୱ ପ୍ରସିଦ୍ଧ ପରମ୍ପରାକୁ ବଜାୟ ରଖିବା ନେଇ ଉଭୟ କଂଗ୍ରେସ ଓ ଭାଜପା ରାଜ୍ୟ ସରକାରଙ୍କ ନିକଟରେ ଦାବି କରିଛନ୍ତି। କରୋନା ସଂକ୍ରମଣ କଟକଣା ଯୋଗୁ ଶ୍ରୀମନ୍ଦିରରେ ମାର୍ଚ୍ଚ୨୨ତାରିଖରୁ ସାଧାରଣ ଦର୍ଶନକୁ ବନ୍ଦ ରଖାଯାଇଛି। କେବଳ କେତେକ ସେବାୟତଙ୍କ ଦ୍ୱାରା ମହାପ୍ରଭୁଙ୍କ ନୀତିକାନ୍ତି ସମ୍ପାଦନ କରାଯାଉଛି। ରାଜ୍ୟରେ କୋଭିଡ-୧୯ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି। ରାଜ୍ୟରେ ୯୪ଟି କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ୩୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଜଣେ ବ୍ୟକ୍ତିଙ୍କ ଏହି ରୋଗରେ ମୃତ୍ୟୁ ହୋଇଥିବା ମୁଖ୍ୟମନ୍ତ୍ରୀ ଆଲୋଚନା ବେଳେ ସୂଚନା ଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ହର୍ମୁଜକୁ ନେଇ ବଡ଼ ସର୍ତ୍ତ ରଖିଲାଣି ଇରାନ, ଗୋଟିଏ ଦିନରେ ମାତ୍ର ଏତିକି ଜାହାଜକୁ ମିଳିବ ଅନୁମତି

ତେହରାନ୍‌,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ମଧ୍ୟରେ, ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୁଷିଆର ସରକାରୀ ଖବର…

ଇରାନ-ଆମେରିକା ଯୁଦ୍ଧବିରତି ଭାରତ ପାଇଁ ପାଲଟିଲା ସଞ୍ଜିବନୀ, ସିଧାସଳଖ ମିଳିବ ଲାଭ

ନୂଆଦିଲ୍ଲୀ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ୧୪ ଦିନିଆ ଅସ୍ତ୍ରବିରତିରୁ ଭାରତକୁ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିବ। ପଶ୍ଚିମ ଏସିଆରେ ଉତ୍ତେଜନା ହ୍ରାସ ପାଇବା ସହିତ, ଭାରତର ଶକ୍ତି…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri