ପ୍ରଧାନମନ୍ତ୍ରୀଙ୍କୁ ନବୀନଙ୍କ ପରାମର୍ଶ: ୩୦ ଯାଏ ଜାରି ରହୁ ଲକ୍‌ଡାଉନ

ଭୁବନେଶ୍ୱର,୧୨।୪(ବ୍ୟୁରୋ): କରୋନା ମୁକାବିଲା ପାଇଁ ସାମାଜିକ ଦୂରତା ନିୟମ ଅନୁପାଳନ ହେବା ଆବଶ୍ୟକ। ଏଥିପାଇଁ ଲକ୍‌ଡାଉନ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ତେଣୁ କରୋନା ଭୂତାଣୁ ସଂକ୍ରମଣ ଓ ଏହାର କୁପ୍ରଭାବକୁ ହ୍ରାସ କରିବା ପାଇଁ ଲକ୍‌ଡାଉନ ଅବଧି ବୃଦ୍ଧି କରାଯିବାର ଆବଶ୍ୟକ। ରାଜ୍ୟସ୍ତରରେ ଲକ୍‌ଡାଉନ ବୃଦ୍ଧି ନେଇ କ୍ୟାବିନେଟ୍‌ରେ ନିଷ୍ପତ୍ତି ନେବା ପରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ମୁଖରେ ଉପରୋକ୍ତ ଦାବି ଉପସ୍ଥାପନ କରିଛନ୍ତି। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଚଳିତ ମାସ ୩୦ ଯାଏ ଓଡ଼ିଶାରେ ଲକ୍‌ଡାଉନ ବଳବତ୍ତର ରହିବ।

ଏତଦ୍‌ବ୍ୟତୀତ ୩୦ ଯାଏ ଜାତୀୟସ୍ତରରେ ଲକ୍‌ଡାଉନ ସହ ଉଭୟ ରେଳପଥ ଏବଂ ବିମାନ ସେବା ବନ୍ଦ ରଖିବାକୁ ନବୀନ ପଟ୍ଟନାୟକ ପରାମର୍ଶ ଦେଇଛନ୍ତି। ଲକ୍‌ଡାଉନ ଦ୍ୱାରା ତୃଣମୂଳରେ ଥିବା ସାଧାରଣ ଜନତା ବହୁଳ ପ୍ରଭାବିତ ହେଉଛନ୍ତି। ତେଣୁ ସାମାଜିକ ଦୂରତା ରକ୍ଷାକରି କିଛି ପରିମାଣରେ ଅର୍ଥନୈତିକ କାର୍ଯ୍ୟକଳାପ ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି। ବିଶେଷ କରି ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆରଇଜିଏସ୍‌) ଅଧୀନରେ କାର୍ଯ୍ୟ ଆରମ୍ଭ ପାଇଁ କୁହାଯାଇଛି। କରୋନା ମୁକାବିଲା କରିବା ପାଇଁ ଆବଶ୍ୟକ ସମସ୍ତ ପଦକ୍ଷେପରେ ରାଜ୍ୟ ପକ୍ଷରୁ ସହଯୋଗ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସେହିଭଳି ଓଡ଼ିଶାରେ ଲକ୍‌ଡାଉନ ଫସିରହିଥିବା ଯୋଗୁ ଅନ୍ୟ ରାଜ୍ୟର ଶ୍ରମିକ, ସାଧାରଣ ଜନତାଙ୍କୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବା ନେଇ ରାଜ୍ୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

ରାଜଧାନୀରେ ନକଲି ଆଡିଶନାଲ ଏସ୍‌ପି, ପୋଲିସ ଗିରଫ କରି…

ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍‌ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍‌ପି ବା ନକଲି ଅତିରିକ୍ତ ଏସ୍‌ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି…

Bankipur By-Election: ବାଙ୍କିପୁରରେ BJPକୁ କାହିଁକି ହରାଇବା ଦରକାର? ୩ କାରଣ କହିଲେ ପିକେ

ପାଟନା,୧୦।୭: ଜନ ସୁରାଜ ପ୍ରାର୍ଥୀ ପ୍ରଶାନ୍ତ କିଶୋର ବାଙ୍କିପୁର ନିର୍ବାଚନମଣ୍ଡଳୀରେ ସକ୍ରିୟ ଭାବରେ ଗସ୍ତ କରୁଛନ୍ତି, ଲୋକଙ୍କୁ ବୁଝାଉଛନ୍ତି ଯେ ଉପନିର୍ବାଚନରେ ଭାଜପାକୁ କାହିଁକି ପରାସ୍ତ କରାଯିବା…

ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷାମନ୍ତ୍ରୀ, କହିଲେ ବ୍ଲକ୍‌ଗ୍ରାଣ୍ଟ କଲେଜକୁ ସରକାର ଟଙ୍କା ଦେବେ

ଭୁବନେଶ୍ୱର,୧୦ା୭: କେଜିରୁ ପିଜି ମାଗଣା ଶିକ୍ଷା ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, ପ୍ରଫେଶନାଲ ଓ ସେଲ୍ଫ ଫାଇନାନ୍ସିଂ କୋର୍ସକୁ…

Sunil Gavaskar Love Story: ଅଟୋଗ୍ରାଫ ନେବାକୁ ଆସିଥିବା ପ୍ରଶଂସକଙ୍କ ପ୍ରେମରେ ପଡ଼ିଯାଇଥିଲେ ସୁନୀଲ ଗାଭାସ୍କର, ଜାଣନ୍ତୁ ‘ଲିଟିଲ ମାଷ୍ଟର’ଙ୍କ ଲଭ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୭: ପୂର୍ବତନ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଜି ତାଙ୍କର 77ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ, ଆସନ୍ତୁ ତାଙ୍କ ପ୍ରେମ କାହାଣୀକୁ ଶେୟାର କରିବା,…

ଭାଜପା ରାଜ୍ୟ ସଭାପତିଙ୍କ କେସିଙ୍ଗା ଗସ୍ତ, କର୍ମୀଙ୍କ ଏକାଠି କରି…

କେସିଙ୍ଗା,୧୦ା୭(ତୁମେଶ୍ୱର ସାହୁ): ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର କେସିଙ୍ଗା ଗସ୍ତ କରି କର୍ମୀମାନଙ୍କୁ ନେଇ ଏକ ସାଙ୍ଗଠାନିକ କାର୍ଯ୍ୟକ୍ରମକୁ ସୁଦୃଢ କରିବା ପାଇଁ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri