ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଇରାନ ବହିର୍ବ୍ୟାପାରମନ୍ତ୍ରୀ: ଗଲ୍ଫରେ ଉତ୍ତେଜନା ହ୍ରାସକରୁ ଭାରତ

ନୂଆଦିଲ୍ଲୀ,୧୬ା୧(ପି.ଟି.): ଗଲ୍ଫ (ଉପସାରଗରୀୟ ଅଞ୍ଚଳ)ରେ ଲାଗିରହିଥିବା ଉତ୍ତେଜନାକୁ ହ୍ରାସ କରିବାରେ ଭାରତ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇପାରେ। ଆମେରିକା ଓ ଇରାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚତ୍ଥିବାବେଳେ ତେହେରାନ ପକ୍ଷରୁ ପ୍ରଥମଥର ପାଇଁ ନୂଆଦିଲ୍ଲୀର ଭୂମିକା ଉପରେ ଏପରି ଗୁରୁତ୍ୱ ଦିଆଯାଇଛି। ସେହିପରି ସମ୍ପୃକ୍ତ ଅଞ୍ଚଳରେ ଶାନ୍ତି ବଜାୟ ରଖି ସ୍ଥିରତା ଆଣିବା ପାଇଁ ଭାରତ ଆଗ୍ରହୀ ବୋଲି ଭାରତ କହିଛି। ଇରାନ ବହିର୍ବ୍ୟାପାର ମନ୍ତ୍ରୀ ମହମ୍ମଦ ଜାଭେଦ ଜରିଫ୍‌ ତିନିଦିନିଆ ଭାରତ ଗସ୍ତରେ ଆସି ବୁଧବାର ରାଇସିନା ଡାଇଲଗ୍‌ ୨୦୨୦ରେ ଯୋଗଦେଇଛନ୍ତି। ଏହି ଅବସରରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ୍‌ ଡୋଭାଲଙ୍କୁ ସାକ୍ଷାତ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି।
ଡାଇଲଗ୍‌ ୨୦୨୦ରେ ଉଦ୍‌ବୋଧନ ଦେଇ ଜରିଫ୍‌ ଆମେରିକା ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌, ପରରାଷ୍ଟ୍ର ସଚିବ ମାଇକ୍‌ ପମ୍ପିଓ ଏବଂ ଆତଙ୍କବାଦୀ ସଙ୍ଗଠନ ଇସ୍‌ଲାମିକ୍‌ ଷ୍ଟେଟ୍‌ (ଆଇଏସ୍‌) ଇରାନ ସେନାର ଜେନେରାଲ କାସିମ୍‌ ସୋଲେମାନୀଙ୍କ ମୃତ୍ୟୁକୁ ନେଇ ଉତ୍ସବ ମନାଉଛନ୍ତି। ଆମେରିକା ସବୁକିଛିକୁ ନିଜ ଲାଭ ଦୃଷ୍ଟିରୁ ଦେଖୁଛି, ସମ୍ପୃକ୍ତ ଅଞ୍ଚଳର ହିତ ଦୃଷ୍ଟିରୁ ନୁହେଁ। ସୋଲେମାନୀଙ୍କ ହତ୍ୟା ଆମେରିକାର ଅହଂକାର ଓ ଅଜ୍ଞତାର ପରିଚୟ। ଏହି ବର୍ବରକାର୍ଯ୍ୟକୁ ଭାରତର ୪୩୦ ସହରରେ ବିରୋଧ କରାଯାଇଛି। ଉପସାଗରୀୟ ଅଞ୍ଚଳରେ ଉତ୍ତେଜନା ହ୍ରାସ ପାଇଁ ଭାରତ ବଡ଼ ଭୂମିକା ନେଉ ବୋଲି ସେ କହିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ସମ୍ପୃକ୍ତ କ୍ଷେତ୍ରରେ ଶାନ୍ତି, ସୁରକ୍ଷା ଓ ସ୍ଥିରତା ବଜାୟ ରଖିବା ପାଇଁ ଭାରତ ଚାହୁଁଛି। ଚବାହାର ପ୍ରକଳ୍ପରେ ଉନ୍ନତି ଓ ଏହାକୁ ଏକ ସ୍ବତନ୍ତ୍ର ଅର୍ଥନୈତିକ ଜୋନ୍‌ରେ ପରିଣତ କରିଥିବାରୁ ଇରାନ ନେତୃବୃନ୍ଦଙ୍କୁ ଧନ୍ୟବାଦ। ଇରାନ ସହିତ ଭାରତର ସମ୍ପର୍କ ଆଗକୁ ଆହୁରି ସୁଦୃଢ଼ ହେବ ବୋଲି ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ତାଙ୍କ କାର୍ଯ୍ୟାଳୟ ପିଏମ୍‌ଓ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri