ପ୍ରଫେସର ଦତ୍ତେଶ୍ୱର ହୋତା ଏସ୍‌ସିବି ପ୍ରିନ୍ସିପାଲ

କଟକ ଅଫିସ,୧ା୭: ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟର ୪୯ତମ ଡିନ୍‌ ତଥା ପ୍ରିନ୍ସିପାଲ ଭାବେ ୟୁରୋଲୋଜି ବିଭାଗର ମୁଖ୍ୟ ପ୍ରଫେସର ଡା. ଦତ୍ତେଶ୍ୱର ହୋତା ମଙ୍ଗଳବାର ଦାୟିତ୍ୱ ନେଇଛନ୍ତି। ଡା. ଜୟଶ୍ରୀ ମହାନ୍ତି ଅଧ୍ୟକ୍ଷ ପଦବୀରୁ ଅବସର ନେବା ପରେ ଡା. ହୋତାଙ୍କୁ ଡିଏମ୍‌ଇଟି ଏହି ନିଯୁକ୍ତି ଦେଇଛି। ୟୁରୋଲୋଜିରେ ପରବର୍ତ୍ତୀ ବିଭାଗୀୟ ମୁଖ୍ୟ ଯୋଗ ଦେବା ଯାଏ ସେ ଏହି ବିଭାଗର ଦାୟିତ୍ୱ ମଧ୍ୟ ତୁଲାଇବେ। ସେ ଗତ ୧୦ ବର୍ଷଧରି ମେଡିକାଲ କାଉନସିଲ ଅଫ୍‌ ଇଣ୍ଡିଆର ଓଡ଼ିଶାରୁ ରାଜ୍ୟ ମନୋନୀତ ପ୍ରତିନିଧି ରହିଆସିଛନ୍ତି। ବିଭିନ୍ନ ସମୟରେ ସ୍ନାତକୋତ୍ତର କମିଟି ଓ ସ୍ଥାନାନ୍ତରୀକରଣ କମିଟିର ଅଧ୍ୟକ୍ଷ ଭାବେ ମଧ୍ୟ ସେ କାମ କରିଛନ୍ତି। ୨୦୦୯ରେ ତାଙ୍କ ପ୍ରଚେଷ୍ଟାରେ ଏସ୍‌ସିବିରେ ପ୍ରଥମ କରି ୟୁରୋଲୋଜି ବିଭାଗରେ ଏମ୍‌ସିଏଚ୍‌ (ମୂତ୍ରାଶୟ ବିଭାଗ ସ୍ନାତକୋତ୍ତର) ପାଠ୍ୟକ୍ରମ ଆରମ୍ଭ ହୋଇଥିଲା। ସେହିପରି ତାଙ୍କରି ପ୍ରଚେଷ୍ଟାରେ ଓଡ଼ିଶାରେ ସରକାରୀ ହସ୍ପିଟାଲରେ କିଡ୍‌ନୀ ପ୍ରତିରୋପଣ ଆରମ୍ଭ ହୋଇଥିଲା ଓ ବର୍ତ୍ତମାନ ସୁଦ୍ଧା ସେ ୨୦୦ରୁ ଅଧିକ କିଡ୍‌ନୀ ପ୍ରତିରୋପଣ କରିସାରିଛନ୍ତି। କାଡାଭରିକ (ମୃତ୍ୟୁ ପରେ) ଅଙ୍ଗ ପ୍ରତିରୋପଣ ପ୍ରକ୍ରିୟା ଆରମ୍ଭ କରାଇବାରେ ମଧ୍ୟ ତାଙ୍କର ଉଲ୍ଲେଖନୀୟ ଭୂମିକା ରହିଥିଲା। ୨୦୧୭ରେ ଦ୍ୱିତୀୟ ଓଡ଼ିଆ ଭାବେ ସେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଦିଆଯାଉଥିବା ସବୁଠାରୁ ବଡ଼ ସମ୍ମାନ (ଡା. ବି.ସି. ରୟ) ଉପାଧି ଲାଭ କରିଥିଲେ। ଏହି ନିଯୁକ୍ତି ପରେ ଡାକ୍ତର ହୋତା ନିଜ ପ୍ରତିକ୍ରିୟାରେ ରାଜ୍ୟ ସରକାରଙ୍କୁ କୃତଜ୍ଞତା ଜ୍ଞାପନ କରିବା ସହ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସରକାରଙ୍କ ସମସ୍ତ କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ତୁଲାଇବା ଓ ମେଡିକାଲ ଶିକ୍ଷାର ମାନବୃଦ୍ଧିରେ ନିଜକୁ ନିୟୋଜିତ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ଇରାନ ସହିତ ଚୁକ୍ତି ପୂର୍ବରୁ ଇସ୍ରାଏଲର ବଡ଼ ଆକ୍ରମଣ, ରାଗିଯାଇ ଟ୍ରମ୍ପ କହିଲେ ଏହା ଉଚିତ…

ଓ୍ବାଶିଂଟନ,୧୪।୬: ରବିବାର ଦିନ ଇସ୍ରାଏଲ ଲେବାନନର ରାଜଧାନୀ ବେରୁଟ ଉପରେ ଆକ୍ରମଣ କରିଛି । ଏହି ଆକ୍ରମଣ ଏପରି ସମୟରେ ଘଟିଛି ଯେତେବେଳେ ଆମେରିକା ଏବଂ ଇରାନ…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri