ପ୍ରବାସୀ ଓଡ଼ିଆଙ୍କ ପାଇଁ କ୍ୱାରାଣ୍ଟାଇନ ବାଧ୍ୟତାମୂଳକ: ନିର୍ଦ୍ଦେଶନାମା ଜାରି କଲା ବିଏମ୍‌ସି

ବ୍ରହ୍ମପୁର ଅଫିସ,୭ା୫-ବ୍ରହ୍ମପୁରକୁ ଗୁଜୁରାଟ, ମହାରାଷ୍ଟ୍ର ଓ କେରଳ ରାଜ୍ୟରୁ ଆସିଥିବା ପ୍ରବାସୀ ଓଡ଼ିଆ ହୋମ କ୍ବାରାଣ୍ଟାଇନରେ ରହି ପାରିବେ ନାହିଁ। ସେମାନେ ପ୍ରଶାସନ ପକ୍ଷରୁ କରାଯାଇଥିବା ଇନଷ୍ଟିଚ୍ୟୁଟନାଲ ତଥା ସରକାରୀ କ୍ବାରାଣ୍ଟାଇନ କେନ୍ଦ୍ରରେ ରହିବାକୁ ପଡିବ। ଗୁରୁବାର ବ୍ରହ୍ମପୁର ମହାନଗର ନିଗମ (ବିଏମସି) ପକ୍ଷରୁ ଏଭଳି ନିଦ୍ଦେର୍ର୍ଶନାମା ଜାରି କରାଯାଇଛି। ବର୍ତ୍ତମାନ ଗୁଜୁରାଟରୁ ଆସିଥିବା ୨୧ ପ୍ରବାସୀ ଓଡ଼ିଆଙ୍କ ଠାରେ କରୋନା ଭୁତାଣୁ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମ ଜିଲାକୁ ରେଡ଼ ଜୋନ ଭାବେ ଘୋଷଣା କରାଯାଇଛି। ଏହାକୁ ଦୃଷ୍ଟିରେ ରଖି କେରଳ, ମହାରାଷ୍ଟ୍ର, ଗୁଜୁରାଟ ଭଳି କରୋନା ସଂକ୍ରମଣ ଅଞ୍ଚଳରୁ ଆସୁଥିବା ପ୍ରବାସୀ ଓଡ଼ିଆଙ୍କଠାରୁ ହେବାକୁ ଥିବା ସାମାଜିକ ସଂକ୍ରମଣ ସମ୍ଭାବନାକୁ ଏଡ଼ାଇବା ନେଇ ବିଏମସି ପକ୍ଷରୁ ଏଭଳି ନିର୍ଦ୍ଦେଶନାମା ଜାରି କରାଯାଇଥିବା କୁହାଯାଇଛି। ବର୍ତ୍ତମାନ ସୁଦ୍ଧା କେବଳ ବ୍ରହ୍ମପୁର ଅଞ୍ଚଳରେ ବିଭିନ୍ନ ସଂକ୍ରମିତ ଅଞ୍ଚଳରୁ ଆସିଥିବା ପ୍ରାୟ ୧୫୦ ଲୋକ ହୋମ କ୍ବାରାଣ୍ଟାଇନରେ ରହିଛନ୍ତି। ତେବେ ସେମାନଙ୍କଠାରେ ବର୍ତ୍ତମାନ ସୁଦ୍ଧା କୌଣସି କରୋନା ସମ୍ବନ୍ଧିତ ଲକ୍ଷଣ ଦେଖାଦେଇ ନାହିଁ। ଆଗାମୀ ଦିନରେ ସଂକ୍ରମିତ ରାଜ୍ୟରୁ ଆସୁଥିବା ପ୍ରତ୍ୟେକ ପ୍ରବାସୀ ଓଡିଆମାନେ ପ୍ରଶାସନ ପକ୍ଷରୁ କରାଯାଇଥିବା ଇନଷ୍ଟିଚ୍ୟୁଟନାଲ କ୍ବାରାଣ୍ଟାଇନ ସେଣ୍ଟରରେ ରହିବାକୁ ବାଧ୍ୟ ବୋଲି ବିଏମସି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?