ପ୍ରବାସୀ ଓଡ଼ିଆଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ତ

ଖୋର୍ଦ୍ଧା ଅଫିସ/ ନିରାକାରପୁର,୬ା୫(ଡି.ଏନ୍‌.ଏ.): ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ଏକ ବସ୍‌ ପୁଣି ଦୁର୍ଘଟଣାଗ୍ରସ୍ତ ହୋଇଛି। ମଙ୍ଗଳବାର ପ୍ରତ୍ୟୁଷରେ ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ କୁହୁଡି ଛକରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ବସ୍‌ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ଡ୍ରାଇଭର ଏମ୍‌.ଶ୍ରୀକାନ୍ତ। ଖବରପାଇ କୁହୁଡି ଫାଣ୍ଡି ଓ ଟାଙ୍ଗୀ ପୋଲିସ, ଦମକଳ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଟାଙ୍ଗୀ ମେଡିକାଲରେ ଭର୍ତ୍ତି କରିଥିଲେ। କୁହୁଡି ଛକରେ ଡ୍ରାଇଭର ନିୟନ୍ତ୍ରଣ ହରାଇବାରୁ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ପୋଲିସର ପ୍ରାଥମିକ ଅନୁସନ୍ଧାନରୁ ଜଣାପଡିଛି।
ସୂଚନା ଅନୁଯାୟୀ, ହାଇଦ୍ରାବାଦରୁ ୪୦ଜଣ ପ୍ରବାସୀ ଓଡ଼ିଆଙ୍କୁ ଧରି ଏକ ଅଶୋକା ନାମକ ବସ(ଏପି୦୨ଟିଏ ୦୯୫୪) ଖୋର୍ଦ୍ଧା ଅଭିମୁଖେ ଆସୁଥିଲା। ଏଥିରେ ବାଙ୍କୀର ୩୦, କେନ୍ଦ୍ରାପଡା ୪, ଜଗତ୍‌ସିଂହପୁର ୩ ଏବଂ ପିପିଲି୧, ନିମାପଡାର ୨ଜଣ ଥିଲେ। ମଙ୍ଗଳବାର ଭୋର ସାଢେ ୪ଟାରେ କୁହୁଡି ଛକ ରାଜପଥରେ ଏକ ଆମ୍ବ ବୋଝେଇ ଟ୍ରକ (ଓଡି୦୨ପି ୯୧୬୨)ହମ୍ପସ୍‌ ପାରି ହେଉଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ଏହି ବସ ପଛପଟୁ ଧକ୍କା ଦେଇଥିଲା। ବସର ଆଗପଟ ସମ୍ପୂର୍ଣ୍ଣ ଚୂରମାର ହୋଇଯାଇଛି। ଏହି ସମୟରେ ବସ୍‌ର ବାମ ପାର୍ଶ୍ୱରେ ବସିଥିବା ଦ୍ୱିତୀୟ ଡ୍ରାଇଭର ଶ୍ରୀକାନ୍ତ ଟ୍ରକ ଦେହରେ ପିଟିହୋଇ ଗୁରୁତର ଆହତ ହୋଇଥିଲେ। ଅନ୍ୟପଟେ ବସ୍‌ ଚାଳକଙ୍କ ସମେତ ବସ୍‌ରେ ଥିବା ୨ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିଲେ। ବସ୍‌ରେ ଥିବା ଅନ୍ୟ ଯାତ୍ରୀମାନେ ଏକ ବଡଧରଣ ଅଘଟଣରୁ ବର୍ତ୍ତି ଯାଇଥିଲେ। ଖବରପାଇ ବାଲୁଙ୍ଗା ଏସ୍‌ଡିପିଓ ଏସ.କେ.ଦାଶ, କୁହୁଡି ଫାଣ୍ଡି ଅଧିକାରୀ ନିରଞ୍ଜନ ରାଉତ, ଟାଙ୍ଗୀ ଥାନାଧିକାରୀ ସରୋଜ କୁମାର ଉପାଧ୍ୟାୟ, ଦମକଳ ବାହିନୀ ଏବଂ ଟାଙ୍ଗୀ ବ୍ଳକ ଅଧ୍ୟକ୍ଷ ବିଜୟ କୁମାର ଜେନା ପ୍ରମୁଖ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଶ୍ରୀକାନ୍ତଙ୍କୁ ମୃତ ଘୋଷଣା କରିଥିଲେ। ଆହତଙ୍କ ପ୍ରାଥମିକ ଚିକିତ୍ସା ପରେ ଛାଡି ଦିଆଯାଇଥିବା ଜଣାପଡିଛି। ପରେ ପ୍ରଶାସନ ପକ୍ଷରୁ ଏକ ବସ୍‌ ଯୋଗେ ସେମାନଙ୍କୁ ଖୋର୍ଦ୍ଧା ପୌର ପ୍ରଶାସନ ପକ୍ଷରୁ ପ୍ରସ୍ତୁତ କ୍ୱାରାଣ୍ଟାଇନ ସେଣ୍ଟରକୁ ପଠାଇଥିଲେ। ସେଠାରେ ସେମାନଙ୍କ ସ୍କିନିଂ, ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ଜିଲା ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବସ ଯୋଗେ ସେମାନଙ୍କୁ ଗନ୍ତବ୍ୟ ସ୍ଥଳକୁ ପଠାଯାଇଥିଲା। ସୂଚନାଥାଉ କି, ମଙ୍ଗଳବାର ଘଟଣାକୁ ମିଶାଇ ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ବାହାର ରାଜ୍ୟ ୪ଟି ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri