ପ୍ରବାସୀ ମହିଳା ପୁଅର ନାମ ରଖିଲେ ସୋନୁ ସୁଦ

କରୋନା ମୁକାବିଲାରେ ବଲିଉଡ୍‌ ତାରକାମାନେ ସହାୟତାର ହାତ ବଢାଇଛନ୍ତି। ଏବେ ଏଥିରେ ନିଜକୁ ସାମିଲ କରିଛନ୍ତି ବଲିଉଡ ଅଭିନେତା ସୋନୁ ସୁଦ। ସେ ମୁମ୍ବାଇରେ ଫଶି ରହିଥିବା ପ୍ରବାସୀ ଶ୍ରମିକମାନଙ୍କ ପାଇଁ ଯାନବାହନର ବନ୍ଦୋବସ୍ତ କରି ଏବେ ଚାରିଆଡେ ଚର୍ଚ୍ଚା ପାଲଟିଛନ୍ତି। ସୋନୁ ଶ୍ରମିକଙ୍କୁ ଘରକୁ ପଠାଉଥିବାବେଳେ ସେଠାରେ ଜଣେ ମହିଳା ଏକ ଶିଶୁ ପୁତ୍ର ଜନ୍ମ ଦେଇଛନ୍ତି। ଯାହାର ନାମ ସେ ରଖିଛନ୍ତି ସୋନୁ ସୁଦ। ଏକଥା ଜାଣିବା ପରେ ସୋନୁ ଭାବପ୍ରବଣ ହୋଇପଡିଛନ୍ତି। ମେ ୧୨ରେ ଶ୍ରମିକଙ୍କ ଏକ ଗ୍ରୁପ୍‌ ମୁମ୍ଭାଇରୁ ବିହାରର ଦରଭଙ୍ଗା ପଠାଯାଇଥିଲା। ଏହି ଗ୍ରୁପ୍‌ରେ ଦୁଇ ଜଣ ମହିଳା ଗର୍ଭବତୀ ଥିଲେ। ସେଥିମଧ୍ୟରୁ ଜଣେ ମହିଳା ନିଜ ଘରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ଯାହାର ନାମ ସେ ସୋନୁ ସୁଦ ଶ୍ରୀବାସ୍ତବ ରଖିଥିଲେ।
ମୁମ୍ବାଇରେ ଫଶି ରହିଥିବା ୭୦୦ ଜଣ ପ୍ରବାସୀ ଶ୍ରମିକଙ୍କୁ ଉତ୍ତରପ୍ରଦେଶ ଓ ବିହାରକୁ ଯିବା ପାଇଁ ୧୪ଟା ବସ୍‌ର ବନ୍ଦୋବସ୍ତ କରି କରିଥିଲେ ସୋନୁ। ବ୍ୟବସାୟୀ ନୀତି ଗୋଏଲଙ୍କ ‘ଘର ଭେଜୋ’ ଅଭିଯାନରେ ସାମିଲ ହୋଇ ସୋନୁ ଶ୍ରମିକମାନଙ୍କୁ ଏପରି ଭାବେ ସହାୟତାର ହାତ ବଢାଇଛନ୍ତି। ପୂର୍ବରୁ ମଧ୍ୟ ସୋନୁ ଏପରି ମହତ୍‌ କାର୍ଯ୍ୟ କରି ଚର୍ଚ୍ଚାରେ ରହି ସାରିଛନ୍ତି। ସେ ଗୁଲବାରା, କର୍ଣ୍ଣାଟକ ଓ ମହାରାଷ୍ଟ୍ରରେ ଫଶିଥିବା ଶ୍ରମିକଙ୍କ ପାଇଁ ଗାଡି ଯୋଗାଡ କରିଦେବା ସହ ସେମାନଙ୍କୁ ଘରକୁ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଆମେରିକା ନିକଟରେ ମୁଣ୍ଡ ନୁଆଁଇବାକୁ ସିଧା ମନା କଲା ଇରାନ

ତେହରାନ,୩।୪: ମଧ୍ୟପ୍ରାଚ୍ୟ ଗତ ୩୪ ଦିନ ଧରି ଯୁଦ୍ଧର ନିଆଁରେ ବୁଡ଼ି ରହିଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ସତ୍ତ୍ୱେ, ଇରାନ ଅଟଳ ରହିଛି ଏବଂ ଏହି…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

ସ୍ବାମୀଙ୍କୁ ନେଇ ଏମିତି କହିଦେଲେ ଆଲିଆ

ବଲିଉଡ୍‌ ଅଭିନେତା ରଣବୀର କପୁର ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ଭଗବାନ ରାମଙ୍କ ପ୍ରଥମ ଝଲକ ରିଲିଜ୍‌ ହୋଇଛି। ଦର୍ଶକ ରଣବୀରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri