ପ୍ରବାସୀ ଶ୍ରମିକଙ୍କ ପାଇଁ ଆଉ ଏକ ନିୟମ: ଫେରିବା ପୂର୍ବରୁ ସରପଞ୍ଚଙ୍କୁ ସମସ୍ତ ତଥ୍ୟ ଦେବା ଜରୁରୀ

ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ବିଶେଷକରି ବାହାର ରାଜ୍ୟରେ ଫସିଥିବା ପ୍ରବାସୀ ଓଡ଼ିଆ(ଶ୍ରମିକ)ମାନେ ଚିନ୍ତାର କାରଣ ପାଲଟିଛନ୍ତି। ସମ୍ପ୍ରତି ସ୍ଥିତିର ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ତେବେ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ଅନ୍‌ଲାଇନ୍‌ ପୋର୍ଟାଲରେ ନିଜର ରେଜିଷ୍ଟ୍ରେଶନ୍‌ କରାଇବା ସହ ଟ୍ରେନ୍‌ ଏବଂ ବସ୍‌ ଯୋଗେ ସେମାନଙ୍କୁ ଫେରାଇଅଣାଯାଉଛି। ଏପରିକି ସେମାନଙ୍କ କ୍ୱାରାଣ୍ଟାଇନ୍‌ ପାଇଁ ପଞ୍ଚାୟତସ୍ତରରେ ବ୍ୟାପକ କାର୍ଯ୍ୟକ୍ରମକୁ ହାତକୁ ନିଆଯାଇଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସମୀକ୍ଷା କରିଛନ୍ତି। ଏହି ଅବସରରେ ପ୍ରବାସୀ ଶ୍ରମିକଙ୍କ ଫେରିବା ପାଇଁ ଆଉ ଏକ ନିୟମ କରିବା ନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେମାନେ ବାହାର ରାଜ୍ୟରୁ ଫେରିବା ପୂର୍ବରୁ ଅନ୍‌ଲାଇନ୍‌ ରେଜିଷ୍ଟ୍ରେଶନ କରିବେ। ଏଥିସହ ନିଜ ସରପଞ୍ଚଙ୍କୁ ସବୁ ତଥ୍ୟ ଦେବା ଜରୁରୀ। ନିଜ ଗସ୍ତ ବିବରଣୀ, କେବେ ପହଞ୍ଚିବେ ସବୁ ତଥ୍ୟ ସରପଞ୍ଚକୁ ଦେବେ। ପୂର୍ବରୁ ତଥ୍ୟ ନ ଦେଲେ ଆନୁଷଙ୍ଗିକ ସୁବିଧାରେ ଉଣା ରହିପାରେ। ଏନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ମୁଖପାତ୍ର ସୁବ୍ରତ ବାଗ୍‌ଚୀଙ୍କ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri