ପ୍ରବାସୀ ଶ୍ରମିକଙ୍କ ଫେରିବା ଖର୍ଚ୍ଚ ବହନ କରିବାକୁ ସୁଯୋଗ ଦିଅ

ଭୁବନେଶ୍ୱର, ୫।୫ (ବ୍ୟୁରୋ): ରାଜ୍ୟ ବାହାରେ ଫସି ରହିଥିବା ଶ୍ରମିକମାନଙ୍କୁ ଫେରାଇ ଆଣିବା ଲାଗି ଯାତ୍ରା ଖର୍ଚ୍ଚ ବହନ କରିବା ପାଇଁ କଂଗ୍ରେସ ପକ୍ଷରୁ ଘୋଷଣା କରାଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ସୋମବାର ଚିଠି ଲେଖି କହିଛନ୍ତି ଯେ, ଭାରତୀୟ ଜାତୀୟ କଂଗ୍ରେସ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ସହଯୋଗକରି ବାହାରେ ଫସିଥିବା ଶ୍ରମିକଙ୍କୁ ଫେରାଇ ଆଣିବାକୁ ଚାହୁଁଛି। ରାଜ୍ୟର ଶ୍ରମିକ ଏବଂ କାର୍ଯ୍ୟକର୍ତ୍ତା ହେଉଛନ୍ତି ଅର୍ଥନୀତିର ମେରୁଦଣ୍ଡ। ସେମାନଙ୍କ କଠିନ ପରିଶ୍ରମ ଦେଶର ମୂଳଦୁଆ ପକାଇଥାଏ। ଏଭଳି ସମୟରେ ପ୍ରବାସୀ ଶ୍ରମିକମାନଙ୍କୁ ଫେରିବା ଲାଗି ଟଙ୍କା ମିଳୁନାହିଁ, ଯେଉଁଥିପାଇଁ ସେମାନେ ନିଜ ଘଣ୍ଟା ଏବଂ ମୋବାଇଲ ବିକ୍ରି କରିଦେଉଛନ୍ତି। ଏହି ଅର୍ଥରେ ସେମାନେ ବସ୍‌ ଏବଂ ରେଳ ଟିକେଟ କରୁଛନ୍ତି। ଏଭଳି ସମୟରେ ସେହି ପ୍ରବାସୀ ଶ୍ରମିକଙ୍କ ଟ୍ରେନ୍‌ ଓ ବସ୍‌ ଟିକେଟ ଖର୍ଚ୍ଚ କଂଗ୍ରେସ ପକ୍ଷରୁ ବହନ କରିବାକୁ ସୁଯୋଗ ଦିଆଯାଉ। ତେଣୁ ସରକାରଙ୍କ ନିକଟରେ ବାହାରେ ଫସିଥିବା ଶ୍ରମିକଙ୍କ ଯେଉଁ ତାଲିକା ରହିଛି ତାହା ଦେବାକୁ ନିରଞ୍ଜନ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ଅନ୍ୟପଟେ ଟ୍ରେନ୍‌ ଟିକେଟ କିଣିବାକୁ ଅକ୍ଷମ ଥିବା ପ୍ରବାସୀ ଶ୍ରମିକଙ୍କ ସାହାଯ୍ୟ ଲାଗି ପ୍ରଦେଶ କଂଗ୍ରେସ ପକ୍ଷରୁ ହେଲ୍ପଲାଇନ ନମ୍ବର ଜାରି କରାଯାଇଛି। ୯୯୩୮୬୧୪୩୯୯, ୯୨୩୮୫୭୦୮୩୪ ନମ୍ବର ଯୋଗେ ଯୋଗାଯୋଗକରି ପ୍ରବାସୀ ଶ୍ରମିକମାନେ ସାହାଯ୍ୟ ପାଇପାରିବେ ବୋଲି ନିରଞ୍ଜନ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri