ପ୍ରବାସୀ ଶ୍ରମିକଙ୍କୁ ଦିଆଗଲା ଚାଉଳ

ଚମ୍ପୁଆ,୨ା୬(ଡି.ଏନ.ଏ.)- କରୋନା ମହାମାରୀରେ ପ୍ରଭାବିତ ହୋଇଛନ୍ତି ଶ୍ରମିକ। ଶ୍ରମ ହରାଇବା ସହିତ ବହୁ କଷ୍ଟରେ ନିଜ ପୈତୃକ ଘରକୁ ଫେରୁଛନ୍ତି। କେତେକ ଶହ ଶହ କି.ମି ଚାଲି ଚାଲି ଫେରୁଛନ୍ତି ତ କେତେକ ସାଇକେଲ ଯୋଗେ ମଧ୍ୟ ନିଜ ଘରକୁ ଫେରୁଥିବା ଦେଖିବାକୁ ମିଳିଛି। ଏହି ଫେରନ୍ତା ପ୍ରବାସୀ ଶ୍ରମିକମାନଙ୍କୁ ସହାୟତା ପ୍ରଦାନ ନିମନ୍ତେ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଓଡିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ ଚମ୍ପୁଆ ଯୋଗାଣ ବିଭାଗ ପକ୍ଷରୁ ପ୍ରବାସୀ ଶ୍ରମିକମାନଙ୍କୁ ସହାୟତା ପୂର୍ବକ ଚାଉଳ ବଣ୍ଟନ କରାଯାଇଛି। ଓଡିଶା ଓ ଝାଡ଼ଖଣ୍ଡର ସୀମାନ୍ତ ବର୍ତ୍ତୀ ଅଞ୍ଚଳ ଚମ୍ପୁଆ ସୀମାନ୍ତଠାରେ ଏହି ବଣ୍ଟନ କାଯର୍‌ୟ କରାଯାଇଛି। ଯୋଗାଣ ନିରୀକ୍ଷକ ତାରିଣୀ ମିଶ୍ରଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ନାରାୟଣ ବାରିକ, ସହଦେବ ମହାନ୍ତ, ଅନାମ ଦାସ, ଭୋଳାନାଥ ସେଠୀ, ମକୁରୁ ମହାନ୍ତ ଓ ଶ୍ରୀଧର ସାହୁ ପ୍ରମୁଖ ଏହି ବଣ୍ଟନ କାର୍ଯ୍ୟ କରିଛନ୍ତି। ମେ’ ଓ ଜୁନ ଦୁଇ ମାସର ୧୦ କେଜି ଚାଉଳ ପ୍ରଦାନ କରାଯାଇଛି। ଆଗାମୀ ଦିନରେ ଏହି ପ୍ରବାସୀ ଶ୍ରମିକ ମାନଙ୍କୁ ଦୁଇ ମାସର ଦୁଇ କେଜି ଚଣା ଯୋଗାଇ ଦିଆଯିବ ବୋଲି ବିଭାଗ ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

ଛାଡ଼ି ଯାଇଛି ବନ୍ୟା, କମିନି ଦୁର୍ଦ୍ଦଶା: ୩୧ ହଜାରରୁ ଅଧିକ ଲୋକ ପ୍ରଭାବିତ; ଭାଙ୍ଗିଛି ଘର, ଚିନ୍ତାରେ…

ହାଟଡିହୀ/ଛେନାପଦୀ,୩୦।୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀରେ ଆସିଥିବା ବନ୍ୟା ପାଣି କମିଯାଇଥିଲେ ମଧ୍ୟ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବନ୍ୟା ପ୍ରଭାବିତ ଅଞ୍ଚଳରେ ଲୋକଙ୍କ ଦୁର୍ଦ୍ଦଶା କମିବାର…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri