Posted inଜାତୀୟ

ପ୍ରବାସୀ ଶ୍ରମିକଙ୍କୁ ମିଳିବ ୨ ମାସ ମାଗଣା ଖାଦ୍ୟ, ଭଡ଼ା ଘର ଯୋଜନା

ନୂଆଦିଲ୍ଲୀ, ୧୪।୫: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ଦେଶର ପ୍ରବାସୀ ଶ୍ରମିକ, ରାସ୍ତାକଡ଼ ଦୋକାନୀ, କ୍ଷୁଦ୍ର ବ୍ୟବସାୟୀ, ଛୋଟ କୃଷକମାନଙ୍କ ପାଇଁ ବିଭିନ୍ନ ସହାୟତା ଯୋଜନା ଘୋଷଣା କରିଛନ୍ତି। ପ୍ରାୟ ୮ କୋଟି ପ୍ରବାସୀ ଶ୍ରମିକଙ୍କ ପାଇଁ ଖାଦ୍ୟ ସୁରକ୍ଷା ଯୋଜନା ଅଧୀନରେ ୩୫୦୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଥିବା ସେ ସୂଚନା ଦେଇଛନ୍ତି । ଏହି ସ୍କିମ ଅନୁସାରେ ପ୍ରବାସୀ ଶ୍ରମିକଙ୍କୁ ଆସନ୍ତା ୨ ମାସ ପର୍ଯ୍ୟନ୍ତ ମାଗଣା ଖାଦ୍ୟଶସ୍ୟ ମିଳିବ ।
ପ୍ରତିବ୍ୟକ୍ତି ମାସକୁ ୫ କିଲୋ ଚାଉଳ ବା ଗହମ ଓ ପ୍ରତି ଶ୍ରମିକ ପରିବାରକୁ ମାସକୁ ୧ କିଲୋ ଡାଲି ଆସନ୍ତା ୨ ମାସ ପର୍ଯ୍ୟନ୍ତ ମାଗଣା ମିଳିବ। ଏହି ସୁବିଧା ପାଇଁ ସେମାନଙ୍କୁ କୌଣସି ରାସନକାର୍ଡ ଦେଖାଇବାକୁ ପଡ଼ିବ ନାହିଁ । ଏହି ସ୍କିମ୍‌ ବାବଦରେ ସରକାର ୩୫୦୦ କୋଟି ବ୍ୟୟ କରିବେ ଓ ଏହା ଦ୍ୱାରା ୮ କୋଟି ପ୍ରବାସୀ ଶ୍ରମିକ ଉପକୃତ ହେବେ । ଖାଦ୍ୟଶସ୍ୟ ପ୍ରଦାନ କରିବାକୁ ରାଜ୍ୟମାନଙ୍କୁ ଦାୟିତ୍ୱ ଦିଆଯାଇଛି। ଖୁବ୍‌ଶୀଘ୍ର ଏକ ଦେଶ -ଏକ ରାସନ କାର୍ଡ ଲାଗୁ ହେବାକୁ ଯାଉଛି। ଏହାର ଅର୍ଥ ଦେଶର ଯେକୌଶସି ରାସନ ଡିପୋରୁ ଉପଭୋକ୍ତା ଜିନିଷ ନେଇପାରିବେ।
ଏଥିସହ ପ୍ରବାସୀ ଶ୍ରମିକ ରହିବା ପାଇଁ ଘରଭଡ଼ା ଯୋଜନା ଆରମ୍ଭ ହେବ। ସୁଲଭ ଦରରେ ଭଡ଼ା ଘର ଯୋଗାଣ ନେଇ ବ୍ୟବସ୍ଥା କରାଯିବ। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସୁଲଭ ଭଡ଼ା ଘର ମିଳିବ। ୧୫ ହଜାରରୁ କମ୍‌ ଋଣ ଥିବା ଲୋକଙ୍କୁ ୨% ସୁଧ ଛାଡ଼ କରାଯିବ। ୩ କୋଟି ଋଣ ଗ୍ରହୀତାଙ୍କୁ ୧୫ ଶହ କୋଟିର ରିହାତି ମିଳିବ। ସେହିପରି ରାସ୍ତାକଡ଼ ଦୋକାନୀଙ୍କ ପାଇଁ ୫ ହଜାର କୋଟି ଟଙ୍କା ଘୋଷଣା କରାଯାଇଛି। ପ୍ରତି ଦୋକାନୀଙ୍କୁ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ଋଣ ମିଳିବ। ଏହା ଦ୍ୱାରା ଦେଶର ପ୍ରାୟ ୫୦ ଲକ୍ଷ ଦୋକାନୀ ଲାଭବାନ ହୋଇପାରିବେ। ମଧ୍ୟବିତଙ୍କୁ ଗୃହ ନିର୍ମାଣ ସୁବିଧା ପାଇଁ କ୍ରେଡିଟ ଲିଙ୍କ ସବ୍‌ସିଡି ଅବଧି ବୃଦ୍ଧି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଝିଅଙ୍କ କମାଲ: OAS ପରୀକ୍ଷାରେ ରଖିଛନ୍ତି ୪ର୍ଥ ର଼୍ୟାଙ୍କ, ଛୁଟୁଛି ଶୁଭେଚ୍ଛାର ସୁଅ

କେସିଙ୍ଗା, ୨୬।୫ (ତୁମେଶ୍ୱର ସାହୁ): ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସେସ (OCS) ପରୀକ୍ଷା-୨୦୨୪ର ଚୂଡ଼ାନ୍ତ ଫଳ ପ୍ରକାଶ ପାଇଛି। ଏହି…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଏଲପିଜି ସିଲିଣ୍ଡରକୁ ବାଏ-ବାଏ; ଏବେ ପାଣିରେ ଜଳିବ ରୋଷେଇ ଚୁଲି! ନୀତିନ ଗଡ଼କରୀଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୫: ଦେଶରେ ମହଙ୍ଗା ମାଡ଼ରେ ଅତିଷ୍ଠ ହେଉଥିବା ସାଧାରଣ ଗ୍ରାହକ ଏବଂ ଗୃହିଣୀମାନଙ୍କ ପାଇଁ ଏକ ବଡ଼  ଖବର ସାମ୍ନାକୁ ଆସିଛି। ବଜାରରେ ଉପଲବ୍ଧ କମର୍ଶିଆଲ୍ ତଥା…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri