ପ୍ରବାସୀଙ୍କ ସୁରକ୍ଷା ପାଇଁ ରଣନୀତି: ଷ୍ଟେଶନ, ସଙ୍ଗରୋଧ କେନ୍ଦ୍ରରେ ଅଧିକ ପୋଲିସ ମୁତୟନ ହେବେ

କଟକ ଅଫିସ,୩।୫: ବାହାର ରାଜ୍ୟରେ କାମ କରୁଥିବା ପ୍ରବାସୀ ଶ୍ରମିକଙ୍କ ଓଡ଼ିଶା ଫେରିବା ଆରମ୍ଭ ହୋଇଗଲାଣି। ସ୍ବତନ୍ତ୍ର ଟ୍ରେନ୍‌ ଏବଂ ବସ୍‌ରେ ସେମାନେ ଓଡ଼ିଶା ଫେରୁଛନ୍ତି। ଏହାକୁ ନେଇ ରଣନୀତି ପ୍ରସ୍ତୁତ କରିଛି ରାଜ୍ୟ ପୋଲିସ। ଶନିବାର ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀ ଯଥା ଆଇଜି, ଡିଆଇଜି ଏବଂ ଏସ୍‌ପିମାନଙ୍କ ସହ ଭିଡିଓ କନ୍‌ଫରନ୍ସିଂରେ ଏନେଇ ଆଲୋଚନା କରିଛନ୍ତି ଡିଜିପି ଅଭୟ। ସୀମାରେ କଡ଼ାକଡ଼ି ଯାଞ୍ଚକୁ ଗୁରୁତ୍ୱ ଦିଆଯାଇଛି।

ଆନ୍ତଃ ରାଜ୍ୟ ତନଖି ଫାଟକଗୁଡ଼ିକର ଠିକ୍‌ ପରିଚାଳନା ଉପରେ ଡିଜିପି ଅଭୟ ଆଲୋଚନା କରିଥିଲେ। ପ୍ରବାସୀ ଶ୍ରମିକମାନେ ରାଜ୍ୟ ଭିତରେ ପ୍ରବେଶ କରିବା ପରେ କିଭଳି ଭାବେ ଗନ୍ତବ୍ୟ ସ୍ଥଳରେ ସୁରକ୍ଷିତ ଭାବେ ପହଞ୍ଚିପାରିବେ ସେ ସମ୍ପର୍କରେ ଡିଜିପି ଗୁରୁତ୍ୱ ଦେଇଥିଲେ। ଟ୍ରେନ୍‌ରେ ପହଞ୍ଚିବା ସ୍ଥଳରେ ପର୍ଯ୍ୟାପ୍ତ ପୋଲିସ ମୁତୟନ କରାଯିବ ଓ ସେମାନଙ୍କ ରହଣି ସ୍ଥାନରେ କଡ଼ା ପୋଲିସ ପହରା ଦିଆଯିବ। ବିଶେଷକରି ଗ୍ରାମାଞ୍ଚଳରେ ପ୍ରସ୍ତୁତ କରାଯାଇଥିବା ସଙ୍ଗରୋଧ କେନ୍ଦ୍ରଗୁଡିକର ସୁରକ୍ଷା ଦିଗରେ ଆବଶ୍ୟକ ପଦକ୍ଷେପ ନେବାକୁ ଡିଜିପି ବରିଷ୍ଠ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଅନ୍ୟପକ୍ଷରେ ଅତ୍ୟଧିକ ଦୁର୍ବଳ କିମ୍ବା ଅସୁସ୍ଥ ପୋଲିସ କର୍ମଚାରୀଙ୍କୁ କଷ୍ଟଦାୟକ କାର୍ଯ୍ୟରେ ନିୟୋଜିତ ନ କରିବା ପାଇଁ ପୂର୍ବରୁ ଦିଆଯାଇଥିବା ନିର୍ଦ୍ଦେଶକୁ ପାଳନ କରିବାକୁ କୁହାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡ ଅର୍ଥକୁ ଠିକ୍‌ ଭାବେ ବିନିଯୋଗ କରିବା, ଲକ୍‌ଡାଉନ୍‌ ଓ ଆନୁଷଙ୍ଗିକ କାର୍ଯ୍ୟରେ ସ୍ବତନ୍ତ୍ର ସୁରକ୍ଷା ବାଟାଲିୟନ୍‌କୁ ମୁତୟନ, ବିଭିନ୍ନ ସାମଗ୍ରୀର ନିଲାମ୍‌, ପୋଲିସ କର୍ମଚାରୀଙ୍କ କଲ୍ୟାଣ ଏବଂ ଲକ୍‌ଡାଉନ୍‌ ନିୟମର କାର୍ଯ୍ୟକାରିତା ବିଷୟରେ ଆଲୋଚନା ହୋଇଥିଲା। ଏହି ଆଲୋଚନାରେ ପୋଲିସ ମୁଖ୍ୟାଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri