ପ୍ରବେଶପଥ ବନ୍ଦ କରିଦେଲେ ଗ୍ରାମବାସୀ

ବରଗଡ଼ ଅଫିସ୍‌,୨୭।୩-ଘାତକ କରୋନା ଭୂତାଣୁ(କୋଭିଡ୍‌-୧୯)ଏବେ ସାରାବିଶ୍ୱରେ ଆତଙ୍କ ଖେଳାଇ ଦେଇଛି । ଏହି ଭୂତାଣୁ ସଂକ୍ରମଣ ଗୋଟିଏ ଦେଶରୁ ଅନ୍ୟଦେଶକୁ ବ୍ୟାପୁଥିବାବେଳେ ମୃତକ ଓ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ତେବେ ଏହି ଭୂତାଣୁକୁ ଦମନ କରିବା ପାଇଁ ବର୍ତ୍ତମାନ ସୁଦ୍ଧା କୌଣସି ପ୍ରତିଷେଧକ ଔଷଧ ବାହାରି ନ ଥିବାବେଳେ ସାମ୍ପ୍ରତିକ ପରିସ୍ଥିତିରେ ସଚେତନତା, ସତର୍କତା ତଥା ସାମାଜିକ ଦୂରତ୍ୱ ଅବଲମ୍ବନ ହିଁ କରୋନା ପ୍ରତିହତ ପାଇଁ ଏକମାତ୍ର ମାଧ୍ୟମ ପାଲଟିଛି । ଏହି ଦୃଷ୍ଟିରୁ ଗତ ମଙ୍ଗଳବାର ମଧ୍ୟରାତ୍ରିରୁ ସାରା ଭାରତରେ ଲକ୍‌ ଡାଉନ୍‌ କଟକଣା ଲାଗୁ ହୋଇଛି । ତେବେ ଲୋକଙ୍କ ଖାମଖିଆଲି ମନୋଭାବ ଯୋଗୁ କେତେକ ସ୍ଥଳେ ଏହି କଟକଣା ବାଟବଣା ହୋଇପଡ଼ିଥିବା ମଧ୍ୟ ପରିଲକ୍ଷିତ ହେଉଛି । ଅନ୍ୟପଟେ ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ପାଲି ବୁଗବୁଗା ଗ୍ରାମବାସୀ ଶୁକ୍ରବାରଠାରୁ ଗ୍ରାମକୁ ସଂଯୋଗ କରୁଥିବା ସମସ୍ତ ପ୍ରବେଶପଥକୁ ବନ୍ଦ ସହିତ ସମଗ୍ର ଗ୍ରାମକୁ ଲକ୍‌ ଡାଉନ୍‌ କରିଦେଇଛନ୍ତି । କେବଳ ସେତିକି ନୁହେଁ, ଗତ କିଛିଦିନ ତଳେ ରାଜ୍ୟ ବାହାରେ ରହୁଥିବା ୫ଜଣ ଉକ୍ତ ଗ୍ରାମକୁ ପହଞ୍ଚିଥିଲେ ବି ସଚେତନତା ଦୃଷ୍ଟିରୁ ସେହି ୫ଯୁବକ ନିଜ ଘରକୁ ଯାଇ ନ ଥିଲେ । ଗ୍ରାମର ଏକ କ୍ଲବ ଘର ମଧ୍ୟରେ ସେମାନେ ହୋମ୍‌ କ୍ବାରାଣ୍ଟାଇନରେ ରହୁଛନ୍ତି । ସେହିପରି ଗ୍ରାମରେ ମଦ, କୁସୁନା ଭଳି ନିଶା କାରବାରକୁ ମଧ୍ୟ ସମ୍ପୂର୍ଣ୍ଣ ବନ୍ଦ କରି ଦିଆଯାଇଛି । ଅତି ଜରୁରୀ କାମ ପଡ଼ିଲେ ଗ୍ରାମର କେହି ପଦାକୁ ବାହାରୁଛନ୍ତି, ନ ଚେତ୍‌ ସାମାଜିକ ଦୂରତ୍ୱ ରକ୍ଷା କରି ନିଜ ଗ୍ରାମ ଓ ଘର ମଧ୍ୟରେ ରହୁଥିବା ଗ୍ରାମବାସୀ କହୁଛନ୍ତି । ସହର ମଧ୍ୟରେ ଲକ୍‌ ଡାଉନ୍‌ କଟକଣା ବାଟବଣା ହୋଇପଡ଼ୁ ଥିବାବେଳେ ପାଲିବୁଗବୁଗା ଭଳି ଏକ ନିପଟ ମଫସଲିଆ ଗ୍ରାମର ଗ୍ରାମବାସୀଙ୍କ ଏଭଳି ଉଦ୍ୟମ ପ୍ରଶଂସନୀୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri