ପ୍ରଭାବଶାଳୀଙ୍କ ଜବରଦଖଲରେ ଡ୍ରେନ୍‌

ଜଗତ୍‌ସିଂହପୁର ଅଫିସ, ୨୬ା୨: ନିୟମ ରହିଛି ପ୍ରାକୃତିକ ନାଳ କିମ୍ବା ଡ୍ରେନ୍‌ ରୋକାଯାଇ ପାରିବନାହିଁ। ଏହାର ଗତି ବଦଳାଯିବନି। କେହି ଜବରଦଖଲ କଲେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କୋର୍ଟଙ୍କ ଏହି ନିର୍ଦ୍ଦେଶ ପାଳନ କରିବା ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଅଛି। ରାଜ୍ୟ ସରକାର ମଧ୍ୟ ବିଭିନ୍ନ ସମୟରେ ନାଳ କିମ୍ବା ଡ୍ରେନ୍‌ରେ ଯେପରି ଜଳ ନିସ୍କାସନରେ ବାଧା ନ ଉପୁଜିବ ସେନେଇ ଜିଲା ପ୍ରଶାସନକୁ ଚିଠି କରିଥାନ୍ତି। ନଗର ଉନ୍ନୟନ ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ପୌର ପରିଷଦ, ମ୍ୟୁନିସିପାଲଟି ଆଦିକୁ ଏ ସଂକ୍ରାନ୍ତୀୟ ଚିଠି କରାଯାଇଛି। ଏଥିରେ ଉଲ୍ଲେଖ ଅଛି, ଡ୍ରେନ୍‌ଗୁଡିକର ଯେଉଁସବୁ ସ୍ଥାନରେ ପାଣି ଜମି ରହୁଛି ସେଗୁଡିକ ସଫା କରି ଜଳ ନିସ୍କାସନକୁ ସ୍ବାଭାବିକ କର। ଜବରଦଖଲ ହୋଇଥିଲେ ଉଚ୍ଛେଦ କର। ଡ୍ରେନ୍‌ ବା ନାଳଗୁଡିକ ଯେଉଁ ବିଭାଗ ଅଧୀନରେ ଯାଉଛି ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ସହ ଯୋଗାଯୋଗ କରି ଜବରଦଖଲ ଉଚ୍ଛେଦ ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କର। ଆବଶ୍ୟକ ପଡିଲେ ପୋଲିସର ସହାୟତା ନେଇ ଏହି କାମ କର। କିନ୍ତୁ ବିଭାଗୀୟ ନିର୍ଦ୍ଦେଶକୁ ଫୁ କରି ଦେଇଛି ଜଗତ୍‌ସିଂହପୁର ପୌର ପ୍ରଶାସନ। ପରିଷଦ ଅଞ୍ଚଳ ଦେଇ ଯାଇଥିବା ୩ଟି ଯାକ ଡ୍ରେନେଜ୍‌ କଟ୍‌ ଜବରଦଖଲ ହୋଇଥିଲେ ସୁଦ୍ଧା ଏହାକୁ ମୁକ୍ତ କରାଯାଉନାହିଁ। ପ୍ରଭାବଶାଳୀଙ୍କ ଦଖଲରେ ଡ୍ରେନେଜ୍‌ କଟ୍‌ ଥିବାରୁ ପରିଷଦ ବିଭାଗୀୟ ନିର୍ଦ୍ଦେଶକୁ ପାଳନ କରିବାକୁ ପଛଘୁଞ୍ଚା ଦେଉଥିବା ଅଭିଯୋଗ ହେଉଛି। ମଙ୍ଗଳବାର ଦିନଭରି ତୁହାକୁ ତୁହା ବର୍ଷା ହୋଇଥିବାରୁ ଏହି ଡ୍ରେନ ସମେତ ସହରର ବିଭିନ୍ନ ସ୍ଥାନରେ ପାଣି ଜମି ରହିଛି। ପୌର ପ୍ରଶାସନ ଏଥିପ୍ରତି ଧ୍ୟାନ ଦେବାକୁ ସାଧାରଣରେ ଦାବି ହେଉଛି।
ଜଗତ୍‌ସିଂହପୁର ସହରରେ ଥିବା ଡ୍ରେନ୍‌ଗୁଡିକ ହେଲା ନାଗପୁର, ପାଣିଶାଳିଆ ଓ ମାଧପୁର। ନାଗପୁର ଡେନ୍‌ ଜଗତ୍‌ସିଂହପୁରରୁ ନାଗପୁର ପର୍ଯ୍ୟନ୍ତ ଲମ୍ବିଥିବାବେଳେ ସେଥିରୁ ୩ କିଲୋମିଟର ଜଗତ୍‌ସିଂହପୁର ପୌର ପରିଷଦ ଅଧୀନରେ ଯାଉଛି। ଏହା ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖ ରାସ୍ତାର ଅପରପାର୍ଶ୍ୱରୁ ବାହାରି ଟାଉନ ହଲ୍‌ ଛକ-ସିପି-ଖେରସ ମୌଜା ଦେଇ ପୁରୋହିତପୁର ପାଖରେ ନାଳରେ ପଡିଛି। ଜଗତ୍‌ସିଂହପୁର ସହରରେ ଏହି ଡ୍ରେନ୍‌ର ଓସାର ପାଖାପାଖି ୩୦ ଫୁଟ ହେବ ବୋଲି କୁହାଯାଉଥିବା ବେଳେ ସେଥିରୁ ଅଧିକାଂଶ ଜବରଦଖଲ ହୋଇଯାଇଛି। ଏବେ ଓସାର ମାତ୍ର ୫/୬ ଫୁଟ ଭିତରେ ରହୁଥିବା ସୂଚନା ମିଳିଛି। ସେହିପରି ପାଣିଶାଳିଆ ଡ୍ରେନ୍‌ର ଦୈର୍ଘ୍ୟ ପାଖାପାଖି ୧.୫ କିଲୋମିଟର ହେବ। ଏହା ସହରରେ ଥିବା ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ ନିକଟରୁ ବାହାରି ବସଷ୍ଟାଣ୍ଡ, ଟାଉନ ହଲ୍‌ ଛକ ଦେଇ ପାଣିଶାଳିଆ ଅମୁହାଁଦଣ୍ଡା ପର୍ଯ୍ୟନ୍ତ ଲମ୍ବିଛି। ଏହି ଡ୍ରେନ୍‌ ମଧ୍ୟ ଜବରଦଖଲ ହୋଇଛି। ବିଶେଷକରି ବସଷ୍ଟାଣ୍ଡ, ଟାଉନ ହଲ୍‌ ଛକ ଆଦି କେତେକ ସ୍ଥାନରେ ଅଧିକ ଜବରଦଖଲ ହୋଇଛି। ମାଧପୁର ଡ୍ରେନ୍‌ର ଲମ୍ବ ପାଖାପାଖି ୨ କିଲୋମିଟର ହେବ। ଏହି ଡ୍ରେନ୍‌ର କମ ସ୍ଥାନ ଜବରଦଖଲ ହୋଇଥିଲେ ସୁଦ୍ଧା ଆପାତତଃ ଭଲ ସ୍ଥିତିରେ ଅଛି। ଏହିସବୁ ଡ୍ରେନ୍‌ ଦୀର୍ଘ ବର୍ଷ ଧରି ଜବରଦଖଲ ଯୋଗୁ ଜଳ ନିସ୍କାସନରେ ବାଧା ଉପୁଜିଛି। ନାଗପୁର ଡ୍ରେନ୍‌ଟି ସବୁଠାରୁ ଅଧିକ ଅବ୍ୟବସ୍ଥିତ ଅବସ୍ଥାରେ ରହିଛି। ଜବରଦଖଲ ସାଙ୍ଗକୁ ବ୍ୟବସାୟୀମାନେ ଏଥିରେ ଅଳିଆଆବର୍ଜନା ପକାଉଥିବାରୁ ଦୁର୍ଗନ୍ଧରେ ନାକ ଫାଟି ପଡୁଛି। ଜଗତ୍‌ସିଂହପୁର ପୌର ପରିଷଦ ପକ୍ଷରୁ ମଧ୍ୟ ସଫେଇ ଠିକଭାବେ ହେଉନାହିଁ। ସହରର ଦୁର୍ଗା ବଜାର ଅଞ୍ଚଳରେ ଜନୈକ ପ୍ରଭାବଶାଳୀ ଲୋକ ଡ୍ରେନ୍‌ ଜବରଦଖଲ କରି ରଖିଥିଲେ ସୁଦ୍ଧା ତାଙ୍କ ଆଡକୁ କେହି ଆଡ ଆଖିରେ ଚାହୁଁନାହାନ୍ତି। ଏହିଭଳି ସହରର ବିଭିନ୍ନ ସ୍ଥାନରେ ପ୍ରଭାବଶାଳୀ ବ୍ୟକ୍ତି ଜବରଦଖଲ କରିଥିବାରୁ ପରିଷଦ କ’ଣ, ପ୍ରଶାସନ ବି ପଦକ୍ଷେପ ନେବାକୁ ଆଗପଛ ହେଉଛି। ଏ ସମ୍ପର୍କରେ ପରିଷଦ ନିର୍ବାହୀ ଅଧିକାରୀ ବିମଳ କୁମାର ଲେଙ୍କାଙ୍କୁ ପଚାରିବାରେ ସେ କହିଥିଲେ, ଜବରଦଖଲ ଉଚ୍ଛେଦ ପାଇଁ ପଦକ୍ଷେପ ନିଆଯିବ।
ସୂଚନାଯୋଗ୍ୟ, ୨୦୧୮ରେ ଜବରଦଖଲ ଉଚ୍ଛେଦ ସମ୍ପର୍କରେ ବିଭାଗୀୟ ଚିଠି ପହଞ୍ଚତ୍ଲାପରେ ପରିଷଦ ତତ୍ପରତା ପ୍ରକାଶ କରିଥିଲା। ସେତେବେଳେ ଜଗତ୍‌ସିଂହପୁର ଡ୍ରେନେଜ୍‌ ଡିଭିଜନ୍‌କୁ ଅବଗତ କରାଯିବା ସହ ଏକାଧିକ ବୈଠକ ବସି ଆଲୋଚନା ହୋଇଥିଲା। ଏପରି କି ଉଚ୍ଛେଦ ପାଇଁ ପ୍ରକ୍ରିୟା ଆରମ୍ଭ ହେବ ବୋଲି ନିଷ୍ପତ୍ତି ନିଆଯାଇଥିଲେ ସୁଦ୍ଧା ପୁଣି କ’ଣ ହେଲା କେଜାଣି ଆଉ କିଛି ଆଗେଇଲା ନାହିଁ। ଏବେ ପୌର ପ୍ରଶାସକ ଭାବେ ନିଜେ ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ଦାୟିତ୍ୱରେ ଅଛନ୍ତି। ନିକଟରେ ଏକ ବୈଠକରେ ଜଗତ୍‌ସିଂହପୁର ବିଧାୟକ ପ୍ରଶାନ୍ତ ମୁଦୁଲି ରାସ୍ତା ଜବରଦଖଲକୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଉଚ୍ଛେଦ ଉପରେ ଗୁରୁତ୍ୱାରୋପ କରିଥିଲେ। ଜିଲାପାଳ ମଧ୍ୟ ଏହି ଉଚ୍ଛେଦ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସଙ୍କେତ ଦେଇଥିଲେ। କିନ୍ତୁ ଡ୍ରେନ୍‌ ଜବରଦଖଲ ଉପରେ ଅନୁରୂପ ମତ ପ୍ରକାଶ ପାଇଲେ ପ୍ରତିକାର ହୋଇପାରନ୍ତା ବୋଲି ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶର ପୂର୍ବତନ ରାଷ୍ଟ୍ରପତିଙ୍କୁ ଆଜୀବନ କାରାଦଣ୍ଡ, ଜାଣନ୍ତୁ କ’ଣ କରିଛନ୍ତି ଅପରାଧ

ସିଓଲ,୧୯।୨: ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତି ୟୁନ ସୁକ-ୟେଓଲ ଏକ ବଡ଼ ଝଟକା ପାଇଛନ୍ତି। ଗୁରୁବାର (ଫେବୃଆରୀ ୧୯) ଦିନ, କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି…

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

ପଡ଼ିଆରେ ଅଘଟଣ: କ୍ରିକେଟ୍‌ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣ, ଅମ୍ପାୟାର ମୃତ

ଲକ୍ଷ୍ନୌ,୧୯।୨: ଭାରତରେ ଏକ କ୍ରିକେଟ ମ୍ୟାଚ ଚାଲିଥିବା ସମୟରେ ଏକ ଅଘଟଣ ଘଟିଛି। ଏଠାରେ ଏକ ମ୍ୟାଚ୍‌ ଚାଲିଥିବାବେଳେ ମହୁମାଛି ଆକ୍ରମଣରେ ଜଣେ ଅମ୍ପାୟାରଙ୍କ ମୃତ୍ୟୁ ଘଟିଛି।…

ଭାରତୀୟ ବିମାନ କମ୍ପାନୀ ବିରୋଧରେ ବାଂଲାଦେଶ ନେଲା ବଡ଼ ନିଷ୍ପତ୍ତି: ଏୟାରସ୍ପେସ ବନ୍ଦ

ଢାକା,୧୯।୨: ବାଂଲାଦେଶର ତାରିକ ରହମାନ ସରକାର ବକେୟା ଦେୟ ପରିଶୋଧ ନ କରିବା କାରଣରୁ ଭାରତୀୟ ବଜେଟ ବିମାନ କମ୍ପାନୀ ସ୍ପାଇସଜେଟକୁ ଏହାର ଏୟାରସ୍ପେସ ବ୍ୟବହାର କରିବାରୁ…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ…

ସେବାଶ୍ରମ ବିଦ୍ୟାଳୟ ଅଫିସ ରୁମ୍‌ରେ ପିଅନଙ୍କ ଝୁଲନ୍ତା ମୃତଦେହ

ନନ୍ଦପୁର,୧୯ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତର ଜବାଗଡ଼ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଫିସ ରୁମ୍‌ରୁ ଗୁରୁବାର ସକାଳେ କାର୍ଯ୍ୟରତ ପିଅନ (ସିସିଏ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri