ପ୍ରମାଣପତ୍ର ଦାଖଲ ନ ହେଲେ ମିଳିବନି ପେନ୍‌ସନ୍‌: ବିଏମ୍‌ସି

ଭୁବନେଶ୍ୱର,୪।୧୦(ବ୍ୟୁରୋ) : ଆଧାର ଲିଙ୍କ୍‌ ସହ ଆବଶ୍ୟକ ମୂଳ ପ୍ରମାଣପତ୍ର ଦାଖଲ ନ କଲେ ମିଳିବନି ପେନ୍‌ଶନ। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସମସ୍ତ ପେନ୍‌ଶନଧାରୀଙ୍କୁ ଚେତାବନୀ ନିଆଯାଇଛି। ଏନେଇ ଗତ ୨୪ ତାରିଖ ଦିନ ଏକ ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ଆସନ୍ତା ୯ତାରିଖରୁ ନଭେମ୍ବର ୯ ମଧ୍ୟରେ ପ୍ରମାଣପତ୍ର ଦାଖଲ କରିବାକୁ କୁହାଯାଇଛି। ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ପ୍ରମାଣପତ୍ର ଦାଖଲ ନ ହେଲେ ବିଏମ୍‌ସି ଉକ୍ତ ପେନ୍‌ଶନ୍‌କୁ ବନ୍ଦ କରିବାକୁ ବାଧ୍ୟହେବେ ବୋଲି କୁହାଯାଇଛି। ଓଡ଼ିଶା ନିଧି ସେବା ପେନ୍‌ଶନ୍‌ ନିୟମ-୧୯୮୦ର ଧାରା ୧୦୪, ୧୦୫ ଓ ଅଣନିଧି ସେବା ନିୟମ ୧୯୮୯ର ଧାରା ୯୪(୩) ଅନୁଯାୟୀ ଏହାକୁ କାର୍ଯ୍ୟକାରୀ କରାଯିବା ଲାଗି ନିଗମର ସମସ୍ତ ପେନ୍‌ଶନ୍‌ଧାରୀଙ୍କୁ ବିଏମ୍‌ସି ଅବଗତ କରାଇଛି। ପେନ୍‌ଶନଧାରୀମାନେ ନିଜର ମୂଳ ପ୍ରମାଣପତ୍ର(ନିର୍ଦ୍ଧାରିତ ଫର୍ମ) ସହ ବ୍ୟାଙ୍କ ପାସ୍‌ବୁକ୍‌ ଓ ଆଧାରକାର୍ଡର ଅବିକଳ ନକଲ ଦାଖଲ କରିବାକୁ ବିଏମ୍‌ସି କହିଛି। ଏ ସଂକ୍ରାନ୍ତରେ ନଗର ଉନ୍ନୟନ ବିଭାଗକୁ ଅବଗତ କରାଇଛି। ପ୍ରମାଣପତ୍ର ଦାଖଲ କରିବା ପରେ ମାସିକ ପେନ୍‌ଶନ୍‌ ଦିଆଯିବା ନିମନ୍ତେ ପଦକ୍ଷେପ ନିଆଯିବ ବୋଲି ବିଏମ୍‌ସି ଉକ୍ତ ବିଜ୍ଞପ୍ତିରେ ଉଲ୍ଲେଖ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନନ୍ଦପୁର ବସଷ୍ଟାଣ୍ଡରେ ଚାଲିଥିଲା ଅବୈଧ ମଦ ବେପାର, ଖବରପାଇ ଅଚାନକ ଚଢାଉ କଲା ପୋଲିସ, ତା’ପରେ…

ହାଟଡିହୀ/ଆନନ୍ଦପୁର,୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଆନନ୍ଦପୁର ବସଷ୍ଟାଣ୍ଡରେ ଅବୈଧ ଭାବେ ମଦ ବେପାର କରୁଥିବା ଜଣେ ଦୋକାନୀକୁ ପୋଲିସ ଗିରଫ କରିଛି…

ଜମିଜମା ବିବାଦ ନେଲା ବିବାଦ ଉଗ୍ରରୂପ: ବଡ଼ ଭାଇର ଟାଙ୍ଗିଆ ଚୋଟରେ ଚାଲିଗଲା ସାନ ଭାଇର ଜୀବନ

ତୁମୁଡିବନ୍ଧ, ୧।୬(ଦିପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କଦମ ପଦର ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ଜମି ବିବାଦକୁ ନେଇ…

ବାଟରେ ରୋଗୀଙ୍କ ମୃତ୍ୟୁ ହୋଇଯିବାରୁ ଜଙ୍ଗଲ ରାସ୍ତାରେ ଓହ୍ଲାଇ ପଳାଇଲେ ବୋଲେରୋ ଚାଳକ, ମୃତ ସ୍ବାମୀଙ୍କୁ ଜଗିରହିଲେ ବୃଦ୍ଧା

ଥୁଆମୂଳ ରାମପୁର, ୧।୬ (ଦୁର୍ଗା କୀର୍ତ୍ତି): ସମାଜରୁ ହଜିଯାଉଛି ମାନବିକତା, ମଣିଷ ମନରୁ ଦୟାଭାବ କ୍ଷୁର୍ଣ୍ଣ ହେବାରେ ଲାଗିଛି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର- ଭବାନୀପାଟଣା ରାସ୍ତା…

୩ ମାସ ତଳେ ବିବାହ କରିଥିଲେ ମୋନାଲି,ମାରିଦେଲେ ଶାଶୁଘର ଲୋକେ: ଗୁମର ଖୋଲିଦେଲେ ଭଉଣୀ

ଛତ୍ରପୁର,୧/୬ (ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଦିନକୁ ଦିନ ଯୌତୁକ ନିର୍ଯାତନାଜନିତ ବଧୁ ହତ୍ୟା ବୃଦ୍ଧି ପାଉଥିବାବେଳେ ସୋମବାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଖୋର୍ଦ୍ଧା ଜିଲା…

ଜିଲାପାଳଙ୍କୁ ଦାବିପତ୍ର ଦେଲେ ସୁନାବେଡ଼ା ଅଭୟାରଣ୍ୟବାସୀ

ନୂଆପଡ଼ା,୧ା୬ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ସୁନାବେଡ଼ା ଅଭୟାରଣ୍ୟରେ ବସବାସ କରୁଥିବା ଅଧିବାସୀ ସୋମବାର ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲାପାଳଙ୍କୁ ଭେଟି ୩…

ପୋଖରୀକୁ ଗାଧୋଇବା ପାଇଁ ଯାଇ ନିଖୋଜ ହୋଇଯାଇଥିଲେ ବ୍ୟକ୍ତି, ଖୋଜାଖୋଜି ପରେ ମିଳିଲା ତାଙ୍କ…

ଦିଗପହଣ୍ଡି,୧।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ପଲ୍ଲୀ ଗ୍ରାମର ପୋଖରୀରୁ ରବିବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

ଚେକ୍‌ ରିପବ୍ଲିକ୍‌ ଦଳରେ ସ୍ଥାନ ପାଇଲେ ୧୭ ବର୍ଷୀୟ ଏହି ଖେଳାଳି, ଜାଣନ୍ତୁ…

ପ୍ରେଗ୍‌,୧ା୬: ବିଶ୍ୱକପ୍‌ ପାଇଁ ଚେକ୍‌ ରିପବ୍ଲିକ ଫୁଟ୍‌ବଲ ଦଳରେ ସ୍ପାର୍ଟା ପ୍ରେଗ୍‌ ୧୭ ବର୍ଷୀୟ ମିଡ୍‌ଫିଲ୍ଡର ହୁଗୋ ସୋଚୁରେକ୍‌ ସ୍ଥାନ ପାଇଛନ୍ତି। କୋସୋଭୋ ବିପକ୍ଷ ଏକ ଓ୍ବାର୍ମଅପ୍‌…

ବିଶ୍ୱକପ୍‌ ଫୁଟ୍‌ବଲ ସିଧା ପ୍ରସାରଣକୁ ନେଇ ଆସିଲା ବଡ଼ ଅପଡେଟ୍‌, ଭାରତୀୟ ପ୍ରଶଂସକ ଦେଖିବେ ଏହି ଚେନାଲରେ ଜାଣନ୍ତୁ…

ନୂଆଦିଲ୍ଲୀ,୧ା୬: ଜୀ ଏଣ୍ଟରଟେନ୍‌ମେଣ୍ଟ ଏଣ୍ଟରପ୍ରାଇଜେସ୍‌ ଲିମିଟେଡ (ଜୀଲ୍‌) ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ଫିଫା ସହ ଏକ ୮ବର୍ଷୀୟା ପାର୍ଟନରଶିପ୍‌ ଚୁକ୍ତି କରଥିବା ସୋମବାର ପ୍ରକାଶ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri