Posted inଖେଳ

ପ୍ରମୋଦ, ପଞ୍ଚାନନଙ୍କୁ ଓସ୍‌ଜା କ୍ରୀଡ଼ା ପୁରସ୍କାର

ଭୁବନେଶ୍ବର, ୧୪ା୩(କ୍ରୀଡ଼ା ପ୍ରତିନିଧି)-
ତାରକା ପାରା ସ୍ପୋଟର୍‌ସ ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଓ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରପ୍ରାପ୍ତ ଆଥଲେଟିକ୍‌ କୋଚ୍‌ ପଞ୍ଚାନନ ଗନ୍ତାୟତ ଓସ୍‌ଜା (ଓଡ଼ିଶା ସ୍ପୋଟର୍‌ସ ଜର୍ନାଲିଷ୍ଟ ଆସୋସିଏଶନ) କ୍ରୀଡ଼ା ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଆସନ୍ତା ୨୧ ତାରିଖରେ ଆସୋସିଏଶନର ୫ମ ପ୍ରତିଷ୍ଠା ଦିବସ ଅବସରରେ କଟକର ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ସମ୍ମିଳନୀ କକ୍ଷରେ ଏକ ସ୍ବତନ୍ତ୍ର ଉତ୍ସବରେ ଉଭୟ କ୍ରୀଡ଼ାବିତ୍‌ଙ୍କୁ ପୁରସ୍କୃତ କରାଯିବ। ପ୍ରମୋଦଙ୍କୁ ୨୦୧୯ କ୍ୟାଲେଣ୍ଡର ବର୍ଷ ପାଇଁ ଶ୍ରେଷ୍ଠ ଖେଳାଳି ଓ ପଞ୍ଚାନନଙ୍କୁ କ୍ରୀଡ଼ାକ୍ଷେତ୍ରରେ ଜୀବନବ୍ୟାପୀ ସାଧନା ଲାଗି ‘ଲାଇଫ୍‌ ଟାଇମ୍‌ ଆଚିଭ୍‌ମେଣ୍ଟ’ ପୁରସ୍କାର ପ୍ରଦାନ କରାଯିବ। ସ୍ପୋଟର୍‌ସ ଜର୍ନାଲିଷ୍ଟ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏସ୍‌ଜେଏଫ୍‌ଆଇ)ର ଏକମାତ୍ର ଅନୁବନ୍ଧିତ ଓଡ଼ିଶା ସଂଘ ‘ଓସ୍‌ଜା’ ପକ୍ଷରୁ ୨୦୧୮ ମସିହାରୁ ଏହି ପୁରସ୍କାର ପ୍ରଦାନ କରାଯାଉଛି। ଉଭୟଙ୍କୁ ମାନପତ୍ର ସହ ୨୫,୦୦୦ ଟଙ୍କାର ଆର୍ଥିକ ପୁରସ୍କାର ପ୍ରଦାନ କରାଯିବ। ଚଳିତ ବର୍ଷ ଆସୋସିଏଶନ ପକ୍ଷରୁ ବିଶିଷ୍ଟ ଗଣମାଧ୍ୟମ ବ୍ୟକ୍ତିତ୍ୱ ହୃଦୟନାଥ ଦାସ ଓ ଶ୍ୟାମାକାନ୍ତ ପଟ୍ଟନାୟକଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯିବ। ରାଜ୍ୟର କିମ୍ବଦନ୍ତୀ ବାସ୍କେଟବଲର୍‌ ଅରୂପାନନ୍ଦ ରାଉତରାୟ ମୁଖ୍ୟଅତିଥି, ପୂର୍ବତନ ଅନ୍ତର୍ଜାତୀୟ ଫୁଟବଲର୍‌ ରାଜେନ୍ଦ୍ର ପ୍ରସାଦ ସିଂହ ଓ ଓଡ଼ିଶା କ୍ରିକେଟ୍‌ ଆସୋସିଏଶନର ସଂପାଦକ ସଞ୍ଜୟ ବେହେରା ସମ୍ମାନିତ ଅତିଥି ଭାବେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ସୂଚନାଯୋଗ୍ୟ, ଓସ୍‌ଜା ପୁରସ୍କାରର ପ୍ରଥମ ବିଜେତା ଥିଲେ ହେପ୍ଟାଥଲନ ତାରକା ପୂର୍ଣ୍ଣିମା ହେମ୍ବ୍ରମ୍‌ ଓ ବର୍ଷିୟାନ ଫୁଟ୍‌ବଲ ଖେଳାଳି ଦେବ ସିଂହ। ସେହିଭଳି ଗତବର୍ଷ ହକି ତାରକା ଅମିତ୍‌ ରୋହିଦାସ ଓ ଦ୍ରୋଣାଚାର୍ଯ୍ୟ ପୁରସ୍କାର ବିଜେତା ବକ୍ସିଂ ପ୍ରଶିକ୍ଷକ ବ୍ରଜ ଭୂଷଣ ମହାନ୍ତି ଏହି ମର୍ଯ୍ୟାଦାଜନକ ପୁରସ୍କାର ପାଇଥିଲେ।
ଗତବର୍ଷ ଓଡ଼ିଶାର ଅଷ୍ଟମ ଖେଳାଳି ଭାବେ ଅର୍ଜୁନ ପୁରସ୍କାର ପାଇଥିବା ପ୍ରମୋଦ ଉଭୟ ଏକକ ଓ ଡବଲ୍ସ ବର୍ଗରେ ୪୫ରୁ ଅଧିକ ଅନ୍ତର୍ଜାତୀୟ ପଦକ ଜିତିସାରିଛନ୍ତି। କେବଳ ୨୦୧୯ରେ ସେ ୧୧ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୪ ବ୍ରୋଞ୍ଜ ପଦକ ଜିତିଥିଲେ। ବିଶ୍ବ ପାରା ବ୍ୟାଡ୍‌ମିଣ୍ଟନ ସ୍ବର୍ଣ୍ଣ ପଦକ ସହ ସେ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ନମ୍ବର ଓ୍ବାନ୍‌ ସ୍ଥାନରେ ମଧ୍ୟ ରହିଛନ୍ତି। ଗତବର୍ଷ ପ୍ରମୋଦ ବିଡବ୍ଲ୍ୟୁଏଫ୍‌ ଶ୍ରେଷ୍ଠ ଖେଳାଳି ପୁରସ୍କାର ମନୋନୟନ ତାଲିକାରେ ସ୍ଥାନ ପାଇଥିଲେ। ଅନ୍ୟପକ୍ଷରେ ନିଜ ସମୟରେ ଜଣେ ବହୁମୁଖୀ କ୍ରୀଡ଼ା ତାରକା ଥିବା ପଞ୍ଚାନନ ଦ୍ବିତୀୟ ଓଡ଼ିଆ ଭାବେ ଜାତୀୟ ପ୍ରତିଯୋଗିତାର ୧୧୦ ବାଧାଦୌଡ଼ରେ ସ୍ବର୍ଣ୍ଣ ପଦକ ଜିତିଥିଲେ। ପ୍ରଶିକ୍ଷକ ଭାବେ ସେ ମଧ୍ୟ ଅନୁରାଧା ବିଶ୍ବାଳ ଓ ରଚିତା ମିସ୍ତ୍ରିଙ୍କ ଭଳି ଅଲିମ୍ପିଆନ୍‌ ସୃଷ୍ଟି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

୬ ବଲ୍‌ରେ ୫ ଉଇକେଟ୍‌ ନେଇ କ୍ରିକେଟ୍‌ ଜଗତରେ ହଇଚଇ କଲେ ଏହି କ୍ରିକେଟର୍‌: ପ୍ରଥମଥର ଘଟିଲା…

ଜାକର୍ତ୍ତା,୨୩।୧୨: ଟି-୨୦ କ୍ରିକେଟରେ ପାଞ୍ଚ ଉଇକେଟ ହାସଲ କରିବା ପ୍ରତ୍ୟେକ ବୋଲରଙ୍କ ସ୍ବପ୍ନ, କାରଣ ଚାରି ଓଭର ସ୍ପେଲରେ ଏହି ସଫଳତା ହାସଲ କରିବା ଅତ୍ୟନ୍ତ...

ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…

ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍‌ତି। ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri