Posted inଖେଳ

ପ୍ରମୋଦ ଭଗତଙ୍କୁ ଅର୍ଜୁନ ପୁରସ୍କାର

ଭୁବନେଶ୍ୱର,୧୭।୮(ସ୍ପୋଟର୍‌ସ ବ୍ୟୁରୋ): ରାଜ୍ୟର ଜଣାଶୁଣା ପାରା ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଅର୍ଜୁନ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ଦେଶର ଅନ୍ୟ ୧୮ଜଣ କ୍ରୀଡ଼ାବିତ୍‌ଙ୍କ ସମେତ ପ୍ରମୋଦଙ୍କୁ ଏହି ସମ୍ମାନଜନକ ପୁରସ୍କାର ପାଇଁ ଶନିବାର ମନୋନୀତ କରାଯାଇଛି। ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ଉଚ୍ଚକୋଟୀର ଖେଳ ପ୍ରଦର୍ଶନ କରି ସେ ଏହି ପୁରସ୍କାର ପାଇବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ସେହିପରି ଦେଶର ସର୍ବୋଚ୍ଚ କ୍ରୀଡ଼ା ସମ୍ମାନ ରାଜୀବ ଗାନ୍ଧୀ ଖେଳରତ୍ନ ପୁରସ୍କାର ପାଇଁ ତରାକା ରେସଲର ବଜରଙ୍ଗ ପୁନିଆଙ୍କ ସମେତ ପାରାଅଲିମ୍ପିକ୍ସ ରୌପ୍ୟପଦକ ବିଜୟିନୀ ଦୀପା ମଲିକଙ୍କ ନାମ ମନୋନୀତ କରାଯାଇଛି। କ୍ରିକେଟର ରବୀନ୍ଦ୍ର ଜାଡେଜା, ମହିଳା କ୍ରିକେଟର ପୁନମ ଯାଦବ, ଫୁଟବଲର ଗୁରପ୍ରୀତ ସିଂ ସାନ୍ଧୁ ଓ ଅନ୍ୟମାନେ ଏଥର ଅର୍ଜୁନ ପରୁସ୍କାର ପାଇବେ। ସେହିପରି ଦ୍ରୋଣାଚାର୍ଯ୍ୟ ପୁରସ୍କାର ରେଗୁଲରା କାଟାଗୋରୀ ପାଇଁ ୩ ଓ ଲାଇଫ୍‌ ଟାଇମ୍‌ ବର୍ଗ ପାଇଁ ୩ ଜଣଙ୍କ ନାମ ମନୋନୀତ କରାଯାଇଛି। ସେହିପରି ୫ଜଣ ପୂର୍ବତନ କ୍ରୀଡ଼ାବିତ ଧ୍ୟାନଚାନ୍ଦ ପୁରସ୍କାର ପାବେ। ଜାତୀୟ କ୍ରୀଡ଼ା ଦିବସ ଅବସରରେ ରାଷ୍ଟ୍ରପତି ଭବନରେ କ୍ରୀଡ଼ାବିତମାନଙ୍କୁ ପୁରସ୍କୃତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାବଣ ସୋମବାରରେ ବଡ଼ ଅଘଟଣ, ଦଳାଚକାଟାରେ ଗଲା ୭ ଶ୍ରଦ୍ଧାଳୁଙ୍କ ଜୀବନ, ଅନେକେ ଆହତ

ଲଖିସରାଇ,୧୭।୮: ବିହାରର ଲଖିସରାଇରୁ ଏକ ବଡ଼ ଖବର ଆସୁଛି। ପ୍ରସିଦ୍ଧ ଅଶୋକ ଧାମ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ମଧ୍ୟରେ ଏକ ବଡ଼ ଘଟଣା ଘଟିଛି। ଭକ୍ତମାନେ…

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

ହମାସ ସହ ଏକ ଚୁକ୍ତି କରିବାକୁ ଜ୍ୱାଇଁଙ୍କୁ ପଠାଇଥିଲେ ଟ୍ରମ୍ପ; ଗାଜା ସମ୍ପର୍କରେ କ’ଣ ଆଲୋଚନା ହେଲା ଜାଣନ୍ତୁ

ଓ୍ବାଶିଂଟନ,୧୭।୮: ଗାଜାରେ ଦୀର୍ଘକାଳୀନ ସଂଘର୍ଷର ଅନ୍ତ ଘଟାଇବା ପାଇଁ ପ୍ରୟାସ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜ୍ୱାଇଁ ଏବଂ ମଧ୍ୟପ୍ରାଚ୍ୟ ରାଷ୍ଟ୍ରଦୂତ ଜାରେଡ କୁଶନର ଇଜିପ୍ଟରେ…

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri