Posted inଖେଳ

ପ୍ରଶଂସକଙ୍କ ମୋବାଇଲରେ ନିଜ ନମ୍ବର ସେଭ୍‌ କରିଥିଲେ ସଚିନ: କିନ୍ତୁ ନିଜ ନାଁରେ ନୁହେଁ…

କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ପ୍ରବଳ ସମର୍ଥକ ଭାବେ ସୁଧୀର ଗୌତମ ସାରା ବିଶ୍ବରେ ପ୍ରସିଦ୍ଧ। ସେ ସଚିନଙ୍କୁ ଈଶ୍ବରଙ୍କ ପରି ପୂଜା କରିଥାଆନ୍ତି। ୨୦୦୦ ପରଠାରୁ ବିଶ୍ବରେ ଏପରି କୌଣସି କ୍ରିକେଟ ମ୍ୟାଚ୍‌ ନାହିଁ; ଯେଉଁଥିରେ ସଚିନ ତେନ୍ଦୁଲକର ଖେଳିଛନ୍ତି ଏବଂ ଯାହା ଦେଖିବା ପାଇଁ ସୁଧୀର ସେଠାକୁ ଯାଇନାହାନ୍ତି। ମୁଣ୍ଡ କେଶକୁ ଭାରତୀୟ ମାନଚିତ୍ର ଆକାରରେ କାଟି; ସାରା ଶରୀରରେ ରଙ୍ଗ ମାଖି ସେଥିରେ ସଚିନ ତେନ୍ଦୁଲକରଙ୍କ ନାମ ଓ ତାଙ୍କ ଶର୍ଟ ନମ୍ବର ୧୦ ଲେଖି ମ୍ୟାଚ୍‌ ବେଳେ ସୁଧୀର ଗୌତମ ଷ୍ଟାଡିୟମରେ ହାଜର ହୋଇଯାଆନ୍ତି। ଭାରତୀୟ ଜାତୀୟ ପତାକା ଧରି ଶଙ୍ଖ ଫୁଙ୍କିବା ଦେଖିବାକୁ ମିଳିଥାଏ। ପ୍ରକୃତରେ ସୁଧୀରଙ୍କ ପରି କ୍ରିକେଟ ପ୍ରଶଂସକ ବିଶ୍ବରେ ବିରଳ। ସଚିନ ମଧ୍ୟ ତାଙ୍କୁ ମ୍ୟାଚ୍‌ ଟିକେଟ୍‌ ଯୋଗାଇ ଦିଅନ୍ତି। ଯଦିଓ ସଚିନ କ୍ରିକେଟରୁ ଅବସର ନେଇସାରିଛନ୍ତି ତଥାପି ଏବେ ବି ସେ ଭାରତ ଖେଳୁଥିବା ପ୍ରତି ମ୍ୟାଚ୍‌ରେ ‘ମିସ୍‌ ୟୁ’ ଲେଖି ଷ୍ଟାଡିୟମରେ ସେ ଉପସ୍ଥିତ ଥା’ନ୍ତି। ନିକଟରେ ଏକ ସାକ୍ଷାତ୍‌କାରରେ ସୁଧୀର କହିଛନ୍ତି, ସଚିନ ପାଜି ମୋ ମୋବାଇଲରେ ନିଜ ନମ୍ବର ସେଭ୍‌ କରିଥିଲେ। ନିଜ ନାମ ପରିବର୍ତ୍ତେ ଆଦିଦାସ୍‌ରେ ସେଭ୍‌ କରିଥିଲେ ବୋଲି ସେ କହିଛନ୍ତି। କେବଳ ସଚିନ ନୁହନ୍ତି, ଭାରତୀୟ କ୍ରିକେଟ ଦଳର ଅନେକ ଖେଳାଳିଙ୍କ ସହ ତାଙ୍କର ଭଲ ସମ୍ପର୍କ ଥିବା କହନ୍ତି ସୁଧୀର।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri