ପ୍ରଶଂସକଙ୍କୁ ଅମିର, ମଲିକଙ୍କ ନିବେଦନ

ମାଞ୍ଚେଷ୍ଟର,୧୮।୬(ପିଟି)- ଭାରତଠାରୁ ମିଳିଥିବା ପରାଜୟ ପରେ ପାକିସ୍ତାନ ଦଳର ପ୍ରଶଂସକମାନେ ନିଜ ଦଳକୁ ସମାଲୋଚନା କରିବା ସହ ଖେଳାଳିଙ୍କୁ ଓ ତାଙ୍କ ପରିବାରବର୍ଗଙ୍କୁ ଖରାପ ଭାଷାରେ ଗାଳି ଦେଉଛନ୍ତି। ଏଥିରୁ ବିରତ ରହିବାକୁ ପେସର ମହମ୍ମଦ ଅମିର ପ୍ରଶଂସକଙ୍କୁ ନିବେଦନ କରିଛନ୍ତି। ଅନ୍ୟପକ୍ଷରେ ପରିବାର ସଦସ୍ୟଙ୍କୁ ସମାଲୋଚନାରୁ ଦୂରେଇ ରଖିବାକୁ ଅନୁରୋଧ କରିଛନ୍ତି ସିନିୟର ଅଲରାଉଣ୍ଡର ଶୋଏବ ମଲିକ। ଭାରତ ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ପୂର୍ବରୁ ମଲିକ ଓ ତାଙ୍କ ପତ୍ନୀ ତଥା ଟେନିସ ଷ୍ଟାର ସାନିଆ ମିର୍ଜା ଏକ କାଫେରେ ମଜା କରୁଥିବାବେଳେ ଫଟୋ ସୋସିଆଲ ମିଡିଆ ଭାଇରାଲ ହୋଇଛି। ଏଥିଯୋଗୁ ପ୍ରଥମ ବଲରେ ଆଉଟ୍‌ ହୋଇଥିବା ମଲିକ ସମାଲୋଚନାର କେନ୍ଦ୍ର ବିନ୍ଧୁ ପାଲଟିଛନ୍ତି। ଆମ ପରିବାରବର୍ଗଙ୍କ ପ୍ରତି ଥିବା ସମ୍ମାନକୁ ବଜାୟ ରଖିବାକୁ ସମସ୍ତ ଖେଳାଳିଙ୍କ ପକ୍ଷରୁ ମୁଁ ଗଣମାଧ୍ୟମ ଓ ପ୍ରଶଂସକଙ୍କୁ ଅନୁରୋଧ କରୁଛି। ସେମାନଙ୍କୁ ଏହି ଆଲୋଚନା ମଧ୍ୟକୁ ଟଣା ଯିବା ଉଚିତ ନୁହେଁ। ଏହା କରିବା ଭଲ ନୁହେଁ ବୋଲି ମଲିକ ଟୁଇଟ୍‌ କରିଛନ୍ତି। ଚଳିତ ବିଶ୍ୱକପ୍‌ରେ ଖରାପ ପ୍ରଦର୍ଶନ ଯୋଗୁ ମଲିକଙ୍କୁ ଆଉ ବିଶ୍ୱକପ୍‌ରେ ଖେଳିବାକୁ ସୁଯୋଗ ନ ଦେବାକୁ ମହମ୍ମଦ ୟୁସୁଫଙ୍କ ଭଳି କିଛି ପୂର୍ବତନ ଖେଳାଳି କହିଛନ୍ତି। ତେବେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଭିଡିଓ ଭାରତ ବିପକ୍ଷ ମ୍ୟାଚ୍‌ ପୂର୍ବ ଦିନର ନୁହେଁ ବୋଲି ପୂର୍ବତନ ପାକିସ୍ତାନ ଅଧିନାୟକ ମଲିକ ସ୍ପଷ୍ଟ କରିଛନ୍ତି। ପାକିସ୍ତାନ ଦଳ ୨୩ ତାରିଖରେ ଦକ୍ଷିଣ ଆଫ୍ରିକାକୁ ଭେଟିବ। ଏ ପର୍ଯ୍ୟନ୍ତ ୫ ମ୍ୟାଚ୍‌ରୁ ଗୋଟିଏ ବିଜୟ ଯୋଗୁ ଦଳ ତଳଆଡ଼ୁ ଦ୍ୱିତୀୟ ସ୍ଥାନରେ ରହିଛି। ଏଣୁ ସେମିଫାଇନାଲରେ ପହଞ୍ଚତ୍ବା ଦଳ ପାଇଁ କଷ୍ଟକର।


Enter your email to get our daily news in your inbox.

All Right Reserved By Dharitri.Com

୩ ରଥକୁ ଆଜ୍ଞାମାଳ ବିଜେ

ପୁରୀ,୧୫ା୭: ଆଷାଢ଼ ଶୁକ୍ଳପକ୍ଷ ଦ୍ୱିତୀୟା ତିଥି ଗୁରୁବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ତେଣୁ ପରମ୍ପରା ଅନୁଯାୟୀ, ବୁଧବାର ପ୍ରତିପଦା ତିଥିରେ ଶ୍ରୀମନ୍ଦିରରେ ସକାଳଧୂପ ଶେଷ ହେବାପରେ ପାଳିଆ…

ଜିମ୍‌ରେ ଜେଜେବାପା: ବଡି ଓ ଫିଟ୍‌ନେସ୍ ଦେଖି ତାଟକା ହେଲେ ସୋସିଆଲ ମିଡିଆ ୟୁଜର୍ସ, VIDEO ଦେଖିଲେ ଆପଣ ବି…

ସୋସିଆଲ ମିଡିଆରେ ପ୍ରତିଦିନ ଅନେକ ଆଶ୍ଚର୍ଯ୍ୟଜନକ ଭିଡିଓ ଭାଇରାଲ ହୋଇଥାଏ। ସେଥିମଧ୍ୟରୁ କିଛି ଭିଡିଓ ବେଶ ମଜାଦାର ହୋଇଥିବା ବେଳେ କିଛି ଭିଡିଓ ଦେଖିଲେ ଆଖି ଖୋସି…

ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାବୁଡରେ ପଡିଗଲେ ଆର୍‌ଆଇ, ଆଉ ତା’ପରେ…

ଗୁଣପୁର,୧୫।୭(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ତହସିଲର ସିରିଝୋଲି ରାଜସ୍ବ ନିରୀକ୍ଷକ ସୁଶାନ୍ତ ମଲ୍ଲିକ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ପଟ୍ଟା ଟ୍ରାନ୍ସଫର କରାଇଦେବା ପାଇଁ ୨୫ ହଜାର…

ଫିଫା ବିଶ୍ୱକପ୍‌: ରାତି ସାଢ଼େ ୩ ଯାଏ ଖୋଲା ରହିବ ହୋଟେଲ, ରେଷ୍ଟୁରାଣ୍ଟ

ବେଙ୍ଗାଲୁରୁ, ୧୫ା୭: ଚଳିତ ଫିଫା ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି କର୍ନାଟକ ସରକାର ବେଙ୍ଗାଲୁରୁରେ ଥିବା ସମସ୍ତ ହୋଟେଲ ଓ ରେଷ୍ଟୁରାଣ୍ଟକୁ ରାତି ୩ଟା ୩୦ ପର୍ଯ୍ୟନ୍ତ ଖୋଲା…

ପ୍ରେମରେ ଉବୁଟୁବୁ ଶେହନାଜ: କହୁ କହୁ କହିଦେଲେ…

ଆଜିକାଲି ପ୍ରେମରେ ଉବୁଟୁବୁ ହେଉଛନ୍ତି ଅଭିନେତ୍ରୀ ଶେହନାଜ ଗିଲ। ସିଦ୍ଧାର୍ଥ ଶୁକ୍ଲାଙ୍କ ଯିବା ପରେ ଶେହନାଜ ଏବେ ଅଭିନେତା ରାଘବ ଜୁୟାଲଙ୍କ ପ୍ରେମରେ ପଡ଼ିଛନ୍ତି। ଏହାକୁ ନେଇ…

ମା’ ବାପାଙ୍କ ସହ ଘରେ ଶୋଇଥିବାବେଳେ କାମୁଡିଲା ସାପ, ଚାଲିଗଲା ସମରତଙ୍କ ଜୀବନ

କୁତ୍ରା ୧୫।୭( ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ କନ୍ଦେଇମୁଣ୍ଡା ପାହାଡ଼ଟୋଲି ଗ୍ରାମରେ ସାପ କାମୁଡ଼ାରେ ଜଣେ ୪ ବର୍ଷର ନାବାଳକଙ୍କ ମୃତ୍ୟୁ ଘଟିଥିବାରୁ…

ନୂତନ ପରିଚାଳନା କମିଟି ଗଠନ: ସଭାପତି,ଉପସଭାପତି ଭାବେ ଚୟନ ହେଲେ…

ଗଞ୍ଜାମ,୧୫।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ଷ୍ଟେଶନ ରୋଡ଼ ପାର୍ଶ୍ୱରେ ଥିବା ବାଳିକା ଉଚ୍ଚ ବିଦ୍ୟାଳୟରେ ନୂତନ ପରିଚାଳନା କମିଟି ଗଠନ ହୋଇଛି । ବିଦ୍ୟାଳୟ…

ଜୁଲାଇ ୧୬ରେ ରାଜଧାନୀର ବଡ଼ ଇଲାକାରେ କଟିବ ବିଜୁଳି, ଏହି ସବୁ ଏରିଆ ହେବ ପ୍ରଭାବିତ

ନୂଆଦିଲ୍ଲୀ, ୧୫।୭: ରାଜଧାନୀ ଦିଲ୍ଲୀରେ ବିଜୁଳି ମେଣ୍ଟେନାନ୍ସ (ରକ୍ଷଣାବେକ୍ଷଣ) କାର୍ଯ୍ୟ ଯୋଗୁଁ ଅଲଗା ଅଲଗା ଦିନରେ ଭିନ୍ନ ଭିନ୍ନ ଅଞ୍ଚଳରେ ବିଦ୍ୟୁତ ସମ୍ବନ୍ଧୀୟ କାମ କରାଯାଉଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri