Posted inଜାତୀୟ

ପ୍ରଶାନ୍ତ ଜେଡିୟୁକୁ ବଡ ଦଳ କହିବାରୁ ଜବାବ ଦେଲା ଭାଜପା

ପାଟନା,୩୦।୧୨: ବିହାର ବିଧାନସଭା ନିର୍ବାଚନ ଆସନ୍ତା ବର୍ଷ ହେବାକୁ ଥିବା ବେଳେ ଏବେଠାରୁ କିନ୍ତୁ ରାଜନୀତି ହେଲାଣି ସରଗରମ। ଏହି ନିର୍ବାଚନକୁ ନେଇ ଜନତା ଦଳ ୟୁନାଇଟେଡ(ଜେଡିୟୁ)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ପ୍ରଶାନ୍ତ କିଶୋର ବଡ ବୟାନ ଦେଇଛନ୍ତି। ସେ କହିଛନ୍ତି ଆଗାମୀ ନିର୍ବାଚନରେ ଜେଡିୟୁ ବିହାରରେ ବଡ ଦଳ ଭାବେ ରହିବା ଦରକାର। ୨୦୦୪ରୁ ଭାରତୀ ଜନତା ପାର୍ଟି(ଭାଜପା) ସହ ମେଣ୍ଟ କରିବା ପରେ ବି ଜେଡିୟୁ ବଡ ଦଳ ହୋଇିଥିବାରୁ ଏହାକୁ ୫୦ ପ୍ରତିଶତରୁ ଅଧିକ ଆସନ ମିଳିବା କଥା। ତେଣୁ ଭାଜପା ଆସନ ବୁଝାମଣା କରିବା ପୂର୍ବରୁ ଜେଡିୟୁ ଏହା ଚିନ୍ତା କରିବା କଥା। ପ୍ରଶାନ୍ତଙ୍କର ଏହି ବୟାନ ପରେ ଭାଜପା କହିଛି ଆସନ ବୁଝାମଣା କଥା ଦଳର ହାଇକମାଣ୍ଡ ବୁଝିବେ। ପ୍ରଶାନ୍ତ ଏବେଠାରୁ ଏହାକୁ ନେଇ କାହିଁକି ମତ ଦେଉଛନ୍ତି। ଭାଜପା ନେତା ନୀତୀନ ନବିନ କହିଛନ୍ତି, ପ୍ରଶାନ୍ତ ବିନା ମୌସୂମୀରେ ବର୍ଷା କରୁଛନ୍ତି। ତାଙ୍କ ବୟାନ ଜେଡିୟୁର ଅଫିସିଆଲ୍‌ ବୟାନ ନୁହେଁ। ତେଣୁ ସମୟ କହିବ କିଏ ବଡ କିଏ ଛୋଟ।


Enter your email to get our daily news in your inbox.

All Right Reserved By Dharitri.Com

ମେଷ ସଂକ୍ରାନ୍ତିରେ ଅଶୁଭ ଯୋଗ, ଏହି ରାଶିର ହୋଇପାରେ ଅସୁବିଧା

ହିନ୍ଦୁ କ୍ୟାଲେଣ୍ଡର ଅନୁସାରେ, ଏପ୍ରିଲ ୧୪ ତାରିଖ ଏକ ବିଶେଷ ଗୁରୁତ୍ୱପୂର୍ଣ୍ଣ ଦିନ ହେବାକୁ ଯାଉଛି । ଏହି ଦିନ ସୂର୍ଯ୍ୟ ଦେବତା ତାଙ୍କର ଉଚ୍ଚ ରାଶି …

ଶୁଖିଯାଉଛି ନଦୀ-ପୋଖରୀ, ମଣିଷଙ୍କ ସହ ଡହଳବିକଳ ହେଉଛନ୍ତି ଗୃହପାଳିତ ପଶୁ

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଥିବା ୧୧୦ଟି ଗ୍ରାମରେ ପ୍ରଚଣ୍ଡ ଗ୍ରୀଷ୍ମତାପ ଯୋଗୁ ନଦୀନାଳ, ପୋଖରୀ, ଚେକ୍‌ ଡ୍ୟାମ୍‌, ନଳକୂପ ଶୁଖିଯାଉଛି।…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri