ପ୍ରଶାସନ ପକ୍ଷରୁ ମାଗଣା ରନ୍ଧା ଖାଦ୍ୟ

ଭଦ୍ରକ ଅଫିସ, ୨ା୪-ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ନିରାଶ୍ରୟ, ବହିରାଗତ, ଦିନମଜୁରିଆ, ବାହାରୁ ଆସି ଆଶ୍ରୟ ନେଇଥିବା ଲୋକଙ୍କୁ ମାଗଣାରେ ରନ୍ଧାଖାଦ୍ୟ ପ୍ରଦାନ କରାଯାଇଛି। ବାହାର ଜିଲା ତଥା ବାହାର ରାଜ୍ୟରୁ ଆସି ଭଦ୍ରକରେ ଫସି ରହିଥିବା ଲୋକଙ୍କ ମଧ୍ୟରେ ଜିଲାର ୧୪୫ଟି କେନ୍ଦ୍ରରେ ମୋଟ୨୨୦୧ଜଣଙ୍କୁ ରନ୍ଧାଖାଦ୍ୟ ପ୍ରଦାନ କରାଯାଇଛି। ସେମାନଙ୍କ ମଧ୍ୟରେ ୨୦୨୯ଜଣ ବୟସ୍କ ଥିବା ବେଳେ ୧୭୨ଜଣ ପିଲା ଅଛନ୍ତି।
ଭଦ୍ରକ ବ୍ଳକ ଅଞ୍ଚଳରେ ୨୬ଟି କେନ୍ଦ୍ରରେ ୪୭୫, ଭଣ୍ଡାରିପୋଖରୀ ବ୍ଲକ ଅଞ୍ଚଳରେ ୧୭ଟି କେନ୍ଦ୍ରରେ ୧୮୧, ବାସୁଦେବପୁର ବ୍ଲକରେ ୨୩ଟି କେନ୍ଦ୍ରରେ ୨୬୮, ବନ୍ତ ବ୍ଲକରେ ୩୦ଟି କେନ୍ଦ୍ରରେ ୭୬୯, ଚାନ୍ଦବାଲି ବ୍ଲକରେ ୨୯ଟି କେନ୍ଦ୍ରରେ ୨୫୦, ଧାମନଗର ବ୍ଲକରେ ୧୫ଟି କେନ୍ଦ୍ରରେ ୧୭୭ ଏବଂ ତିହିଡି ବ୍ଲକରେ ୫ଟି କେନ୍ଦ୍ରରେ ୮୧ଜଣଙ୍କୁ ରନ୍ଧା ଖାଦ୍ୟ ପ୍ରଦାନ କରାଯାଇଛି। ସେହିପରି ନିରାଶ୍ରୟ, ଦିନମଜୁରିଆଙ୍କୁ ଜିଲାତମାମ ମୋଟ ୨୧ଟି କେନ୍ଦ୍ରରେ ୧୩ ହଜାର ୯୭୦ଜଣଙ୍କୁ ରନ୍ଧାଖାଦ୍ୟ ପ୍ରଦାନ କରାଯାଇଛି। ସେମାନଙ୍କ ମଧ୍ୟରେ ୧୨ହଜାର ୧୦୨ଜଣ ବୟସ୍କ ଥିବା ବେଳେ ୧୮୬୮ଜଣ ପିଲା ଅଛନ୍ତି। ଭଦ୍ରକ ବ୍ଲକ ଅଞ୍ଚଳରେ ୩୬ଟି କେନ୍ଦ୍ରରେ ୫୨୮୮ଜଣ, ଭଣ୍ଡାରିପୋଖରୀ ବ୍ଲକ ଅଞ୍ଚଳରେ ୨୨ଟି କେନ୍ଦ୍ରରେ ୧୮୪୨, ବାସୁଦେବପୁର ବ୍ଲକରେ ୩୬ଟି କେନ୍ଦ୍ରରେ ୮୫୭, ବନ୍ତ ବ୍ଲକରେ ୨୫ଟି କେନ୍ଦ୍ରରେ ୭୬୯, ଚାନ୍ଦବାଲି ବ୍ଲକରେ ୨୯ଟି କେନ୍ଦ୍ରରେ ୧୯୮୫ଜଣ, ଧାମନଗର ବ୍ଲକରେ ୩୧ଟି କେନ୍ଦ୍ରରେ ୨୭୦୫ ଏବଂ ତିହିଡ଼ି ବ୍ଲକରେ ୩୧ଟି କେନ୍ଦ୍ରରେ ୫୨୪ଜଣଙ୍କୁ ରନ୍ଧାଖାଦ୍ୟ ପ୍ରଦାନ କରାଯାଇଛି। କେହି ନିରାଶ୍ରୟ, ଦିନମଜୁରିଆ କିମ୍ବା ବାହାର ଅଞ୍ଚଳର ଲୋକେ ଯେପରି ଭୋକିଲା ନ ରହନ୍ତି ସେ ଦିଗରେ ଜିଲା ପ୍ରଶାସନ ପକ୍ଷରୁ ସତର୍କତା ଅବଲମ୍ବନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri