ପ୍ରଶାସନ ମିଳିତ ଟିମ୍‌ର ଚଢ଼ାଉ, କାଗଜପତ୍ର ଜବତ

ବ୍ରହ୍ମପୁର ଅଫିସ, ୨୦ା୨ – ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ଥିବା ଗୁରୁଦେବ ହସ୍‌ପିଟାଲରେ ସୋମବାର ରାତିରେ ଚିକିତ୍ସା ଅବହେଳାରୁ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିଲା। ସେ ହେଲେ ଐଶ୍ୱର୍ଯ୍ୟା ସିଂଦେଓ। ଯାହାକୁ ନେଇ ହସ୍‌ପିଟାଲରେ ରୋଗୀ ସମ୍ପର୍କୀୟ ଓ ଡ଼ାକ୍ତରଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏପରିକି ମହିଳାଙ୍କ ଅସ୍ତ୍ରୋପଚାର କରିଥିବା ଡ଼ା. ପ୍ରଭାତ ପାଣିଗ୍ରାହୀଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରିଥିଲା। ଏହି ଘଟଣା ପରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ପ୍ରଶାସନର ମିଳିତ ଟିମ୍‌ ବୁଧବାର ରାତିରେ ଉକ୍ତ ହସ୍‌ପିଟାଲରେ ଚଢ଼ାଉ କରିଥିଲା। ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଥିବା ସହକାରୀ ଜିଲାପାଳ ବିନୋଦ କୁମାର ବେହେରାଙ୍କ ନେତୃତ୍ୱରେ ୭ ଜଣିଆ ଟିମ୍‌ ଚଢ଼ାଉ କରିଥିଲା। ଗୁରୁଦେବ ହସ୍‌ପିଟାଲ କ୍ଲିିନିକାଲ ଏଷ୍ଟାବ୍ଲି୍ଳିସ୍‌ମେଣ୍ଟ ସମ୍ପର୍କିତ ସମସ୍ତ କାଗଜପତ୍ର ଯାଞ୍ଚ ହୋଇଥିଲା ବୋଲି ସହକାରୀ ଜିଲାପାଳ କହିଛନ୍ତି। ହସ୍‌ପିଟାଲ ଅଗ୍ନି ନିରାପତ୍ତା ବ୍ୟବସ୍ଥା ମଧ୍ୟ ଯାଞ୍ଚ କରାଯାଇଥିଲା। ଏହି ହସ୍‌ପିଟାଲରେ କେତେ ଜଣ ଡ଼ାକ୍ତର ଅଛନ୍ତି, ନର୍ସ ଓ କର୍ମଚାରୀ କାମ କରୁଛନ୍ତି ତା’ର ତାଲିକା ରହିଛି କି ନାହିଁ ସେ ନେଇ ମଧ୍ୟ ହସ୍‌ପିଟାଲ ମାଲିକ କଳ୍ପନା ବରାଳଙ୍କୁ ଟିମ୍‌ ପଚରାଉଚରା କରିଥିଲା। ସେ ସମ୍ପର୍କିତ ସମସ୍ତ କାଗଜପତ୍ର ମଗାଯାଇଥିଲା ବୋଲି ସେ କହିଛନ୍ତି। ସେହିପରି ହସ୍‌ପିଟାଲ ଚଳାଇବା ପାଇଁ ଯେଉଁ ସବୁ ନିୟମ୍‌ କାନୁନ୍‌ , କର୍ମଚାରୀଙ୍କ ପାଇଁ ବାୟୋମେଟ୍ରିକ୍ସ ବ୍ୟବସ୍ଥା ଅଛି କି ନାହିଁ ସେ ନେଇ ମଧ୍ୟ ଯାଞ୍ଚ କରାଯାଇଥିଲା। ହସ୍‌ପିଟାଲ ପରିଚାଳନା ପାଇଁ ଯେଉଁ ଆବଶ୍ୟକ କାଗଜପତ୍ର ରହିଛି ତା’ର ଜେରକ୍ସ କପି ଏହି ଟିମ୍‌ ହସପିଟାଲ ମାଲିକଙ୍କଠାରୁ ସଂଗ୍ରହ କରିଛି। ଏ ସମ୍ପର୍କିତ ଏକ ରିପୋର୍ଟ ପ୍ରସ୍ତୁତ କରାଯାଇ ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବଙ୍କୁ ପ୍ରଦାନ କରାଯିବ ବୋଲି ସେ କହିଛନ୍ତି। ପରେ ତାହା ଜିଲାପାଳଙ୍କ ନିକଟକୁ ପଠାଯିବ। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲା ସ୍ବାସ୍ଥ୍ୟ ଅଧିକାରୀ ରାଜେନ୍ଦ୍ର କୁମାର ସାହୁ, ସହକାରୀ ଅଗ୍ନିଶମ ଅଧିକାରୀ ସନାତନ ମହାପାତ୍ର, ଡ଼ିଏମ୍‌ଆରସିଏଚ ଶକ୍ତି କୁମାର ଦିଗାଲ, ଡ୍ରଗ୍ସ ଇନ୍ସପେକ୍ଟର ଦେବାଶିଷ କାଲୋ, ବ୍ରହ୍ମପୁର ଏସ୍‌ଡ଼ିପିଓ ବିଷ୍ଣୁପ୍ରସାଦ ପତି ଓ ବୈଦ୍ୟନାଥପୁର ଥାନା ଅଧିକାରୀ ଶାରଦା ପ୍ରସନ୍ନ ଦାଶ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଗାଧୋଇବାକୁ ଯାଇ ଫେରିଲେନି ଯୁବକ, ପାଣିରୁ ମୃତଦେହ କାଢ଼ି…

ଖଲ୍ଲିକୋଟ,୧୧ା୭(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମ ୧୬ ନଂ ଜାତୀୟ ରାଜପଥ କଡ଼ରେ ଥିବା ଦୋଳା ପୋଖରୀରେ ବୁଡ଼ି ଜଣେ…

ଫ୍ୟୁଜ ପକାଇବାକୁ ୪ ଘଣ୍ଟା: ଅନ୍ଧାରରେ ରହିଲେ ଲୋକେ; ଅନଲାଇନ- ଅଫଲାଇନ ଅଭିଯୋଗକୁ ନେଇ…

ଭଞ୍ଜନଗର,୧୧।୭(ବାବୁଲା ପ୍ରଧାନ): ଟାଟା ପାୱାର ରାଜ୍ୟରେ ବିଦ୍ୟୁତ୍‌ ବଣ୍ଟନ ଦାୟିତ୍ୱ ନେବା ପରଠାରୁ କିଛି କ୍ଷେତ୍ରରେ ଉନ୍ନତି ଆସିଛି। କିନ୍ତୁ ଏବେବି ଗ୍ରାହକମାନେ ସେବାରେ ଅସନ୍ତୁଷ୍ଟ ଅଛନ୍ତି।…

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ପାଟପୁରରେ ବୁଲା କୁକୁରଙ୍କ ଆତଙ୍କ: ବ୍ରହ୍ମପୁର ବିଏମସି ପକ୍ଷରୁ କୁକୁର ଧରା ଅଭିଯାନ, ୯ ବୁଲା କୁକୁରଙ୍କୁ ଉଠାଇନେଲେ…

ଦିଗପହଣ୍ଡି,୧୦|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର, ମହାନାଳା,  ଜୟନଗର, ରାଧାଦେଇପୁର,ପଳାଶପୁର ପ୍ରଭୃତି ବିଭିନ୍ନ ଗ୍ରାମରେ ଗତ ପ୍ରାୟ ୩ ମାସ ହେଲା…

ଅବସରପ୍ରାପ୍ତ କର୍ମଚାରୀ ସଙ୍ଘର ୩୮ ତମ ବାର୍ଷିକୋତ୍ସବ: ବୃନ୍ଦ ଯୋଗଦେଇ ଥିଲେ …

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଙ୍ଘର ୩୮ତମ ବାର୍ଷିକୋତ୍ସବ ଶୁକ୍ରବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ରାଜବାଟି ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri