ପ୍ରଶାସନର ଅସହଯୋଗ: ଦାରିଙ୍ଗବାଡ଼ି ପଞ୍ଚାୟତ ଶଟ୍‌ଡାଉନ୍‌ ପ୍ରତ୍ୟାହାର କଲେ ସରପଞ୍ଚ

ଦାରିଙ୍ଗବାଡ଼ି,୨୨ା୬(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତରେ ଜଣେ ଶିକ୍ଷକ କରୋନା ଭୂତାଣୁ ସଂକ୍ରମିତ ହେବା ପରେ ସ୍ଥାନୀୟ ସରପଞ୍ଚ ରାଧାକାନ୍ତ ପ୍ରଧାନ ନିଜ ପଞ୍ଚାୟତ ଅଞ୍ଚଳକୁ ଶଟ୍‌ଡାଉନ୍‌ ଘୋଷଣା କରିଥିଲେ। ହେଲେ ପ୍ରଶାସନର ସହଯୋଗ ମିଳି ନ ଥିବାରୁ ତାକୁ ପ୍ରତ୍ୟାହାର କରିଥିବା କହିଛନ୍ତି। ସେ ଶଟ୍‌ଡାଉନ ଘୋଷଣା କରିବା ପରେ ପୁଣି ତାକୁ ପ୍ରତ୍ୟାହାର କରିନେଇଥିବା ପ୍ରଶାସନକୁ ଲିଖିତ ଭାବେ ଜଣାଇଛନ୍ତି। ସରପଞ୍ଚ ପ୍ରଶାସନର ଚାପରେ ଏଭଳି ନିଷ୍ପତ୍ତି ଗ୍ରହଣ କରିଥିବାରୁ ଅଞ୍ଚଳରେ ବଣିକ ସଂଘ ସମେତ ବିଭିନ୍ନ ସଂଗଠନ ଏହାକୁ ନିନ୍ଦା କରିଛି। ଏନେଇ ଅଞ୍ଚଳରେ ସରପଞ୍ଚଙ୍କ କାର୍ଯ୍ୟ ଦକ୍ଷତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଥିବା ବେଳେ ସରକାର ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ପ୍ରୟୋଗ କରିବାକୁ ଘୋଷଣା ଏକ ପ୍ରହସନ ବୋଲି ଆଲୋଚନା ହେଉଛି। ଅଞ୍ଚଳକୁ ଶଟ୍‌ଡାଉନ୍‌ ଘୋଷଣା କରିବା ପୂର୍ବରୁ ସରପଞ୍ଚ ପ୍ରଧାନ ସ୍ଥାନୀୟ ବିଡିଓ ଜଗଦୀଶ ଷଡ଼ଙ୍ଗୀ ସହ ଆଲୋଚନା କରିବା ସହ କନ୍ଧମାଳ ଜିଲାପାଳ ଡ.ବୃନ୍ଦା ଡିଙ୍କୁ ମଧ୍ୟ ପ୍ରଥମେ ଫୋନ୍‌ ଏବଂ ପରବର୍ତ୍ତୀ ସମୟରେ ଚିଠି ମାଧ୍ୟମରେ ଅବଗତ କରାଇଥିଲେ ା ପରେ ସେ ରବିବାର ଅପରାହ୍ନରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ୪୮ ଘଣ୍ଟିଆ ଶଟ୍‌ଡାଉନ୍‌ କରାଯାଇଥିବା ଘୋଷଣା କରିଥିଲେ। ଏହାକୁ ଦାରିଙ୍ଗବାଡ଼ି ବଣିକ ସଂଘ ସମେତ ବିଭିନ୍ନ ସଂଗଠନ ସହଯୋଗ କରିଥିବା ସରପଞ୍ଚ କହିଛନ୍ତି। ଶଟ୍‌ଡାଉନ୍‌ ପ୍ରତ୍ୟାହାର କରିବା ପରେ ମଧ୍ୟ ଦାରିଙ୍ଗବାଡ଼ି ବଜାରରେ ହାତ ଗଣତି କିଛି ବ୍ୟବସାୟୀ ପ୍ରତିଷ୍ଠାନ ଖୋଲା ରହିଥିବା ବେଳେ ଶହ ଶହ ଦୋକାନ ବଜାର ବନ୍ଦ ରହିଥିଲା। ବଣିକ ସଂଘ ସଭାପତି ଅରୁଣ କୁମାର ସାହୁ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ, ଦାରିଙ୍ଗବାଡ଼ି ବଜାର ଉପରେ ସାମାଜିକ ଦୂରତ୍ୱ ରହୁନାହିଁ। ଦୋକାନ ବଜାର ଭିଡ଼ ହେବା ସହ ଲୋକ ମାସ୍କ ବ୍ୟବହାର ପ୍ରତି ଧ୍ୟାନ ଦିଆଯାଉନାହିଁ। ଶହ ଶହ ବାଇକ୍‌ରେ ମଧ୍ୟ ଅମାନିଆମାନେ ଭିଡ଼ ଜମାଉଛନ୍ତି ବୋଲି ଅଭିଯୋଗ ହେଉଛି। ଏଭଳି କ୍ଷେତ୍ରରେ ଜଣେ ଶିକ୍ଷକ କରୋନା ଭୂତାଣୁ ସଂକ୍ରମିତ ହେବା ପରେ ସେ ବଜାରରେ ରହିଥିବା ବିଭିନ୍ନ ଦୋକାନ ସମେତ ଚା’ ଦୋକାନ, ବିଇଓ କାର୍ଯ୍ୟାଳୟ, ବ୍ଲକ କାର୍ଯ୍ୟାଳୟ ଆଦି ଅଞ୍ଚଳରେ ସେ ଲୋକଙ୍କ ସଂସ୍ପର୍ଶରେ ଆସିଥିବା ଯୋଗୁ ଆମେ ଦୋକାନ ବଜାର ବନ୍ଦ ରଖିବାକୁ ସରପଞ୍ଚଙ୍କ ନିକଟରେ ଜଣାଇଥିଲୁ। ତେଣୁ ସୋମବାର ଦୋକାନ ବଜାର ବନ୍ଦ ରହିଥିବା ସେ କହିଛନ୍ତି। ଖବର ଲେଖା ହେବା ପର୍ଯ୍ୟନ୍ତ ସମସ୍ତ ଦୋକାନ ବଜାର ଏବଂ ବ୍ୟାଙ୍କ ପ୍ରତିଷ୍ଠାନ ମଧ୍ୟ ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri