Posted inରାଜ୍ୟ

ପ୍ରଶାସନିକ ଦୃଷ୍ଟି ଆଢୁଆଳରେ ପ୍ରାଥମିକ ବିଦ୍ୟାଳୟ: ଅଧାପନ୍ତରିଆ ଅବସ୍ଥାରେ ନିର୍ମାଣ କାର୍ଯ୍ୟ

ନୂଆଗାଁ,୨୨।୬(ଡି.ଏନ୍‌.ଏ.): ଦେଶରୁ ନିରକ୍ଷରତା ଦୂର କରିବା ପାଇଁ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ପିଲାମାନେ ସ୍କୁଲ ଯିବା ପ୍ରତି ଉତ୍ସାହିତ କରିବା ନିମନ୍ତେ ମାଗଣା ପୋଷାକ, ମଧ୍ୟାହ୍ନଭୋଜନ ଓ ବିନା ମୂଲ୍ୟରେ ପୁସ୍ତକ ଆଦି ଛାତ୍ରୀଛାତ୍ରଙ୍କୁ ଯୋଗାଇ ଦିଆଯାଉଛି। ତେବେ ପିଲାମାନେ ପାଠ ପଢ଼ିବା ପାଇଁ ଅପରିହାର୍ଯ୍ୟ ପାଲଟିଥିବା ଶ୍ରେଣୀଗୁଡ଼ିକୁ ସମ୍ପୂର୍ଣ୍ଣ ନିର୍ମାଣ କରାଯାଉ ନ ଥିବାରୁ ବିଭିନ୍ନ ମହଲରେ ଘୋର ଅସନ୍ତୋଷ ସୃଷ୍ଟି ହୋଇଛି। ନୟାଗଡ ଜିଲା ନୂଆଗାଁ ବ୍ଲକ ମାଳିସାହି ପଞ୍ଚାୟତସ୍ଥ ଚକାପଥର ଗ୍ରାମରେ ୫ ବର୍ଷ ହେଲା ଏକ ବିଦ୍ୟାଳୟର ଶ୍ରେଣୀଗୃହ ନିର୍ମାଣ ଆରମ୍ଭ ହୋଇଥିଲେ ମଧ୍ୟ ଏହା ଅଧାପନ୍ତରିଆ ଅବସ୍ଥା ପଡ଼ିରହିଛି। ତେଣୁ ପ୍ରାଥମିକ ବିଦ୍ୟାଳୟଟି ଏ ପର୍ଯ୍ୟନ୍ତ ପ୍ରଶାସନିକ ଦୃଷ୍ଟି ଆଢ଼ୁଆଳରେ ରହିଥିବା ନେଇ ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ, ଏହି ଗ୍ରାମରେ ବାସ କରୁଥିବା ୩୫ ଆଦିବାସୀ ପରିବାର ପିଲାମାନଙ୍କୁ ଶିକ୍ଷିତ କରିବା ଉଦ୍ଦେଶ୍ୟରେ ୨୦୦୮ ମସିହାରେ ଚକାପଥର ପ୍ରାଥମିକ ସ୍କୁଲ ପ୍ରତିଷ୍ଠା କରାଯାଇଥିଲା । ୧ମଠାରୁ ୫ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ପଢ଼ାଇବା ପାଇଁ ମାତ୍ର ୨ଜଣ ଶିକ୍ଷକଙ୍କୁ ଏଠାରେ ନିଯୁକ୍ତ କରାଯାଇଛି। । ସ୍କୁଲ ଆରମ୍ଭ ପରେ ଶ୍ରେଣୀଗୃହର ଅଭାବ ଯୋଗୁ ଅଧିକ ଗୃହ ନିର୍ମାଣ ହେବା ଯାଏ ଗ୍ରାମର ଅନ୍ୟ କୋଠଘରେ ପିଲାଙ୍କୁ ପଢ଼ାଇବା ପାଇଁ ଗ୍ରାମବାସୀ ନିଷ୍ପତ୍ତି ନେଇଥିଲେ। ତେବେ ଶ୍ରେଣୀ ଗୃହ ନିର୍ମାଣ ପାଇଁ ରାଜନେତା ଓ ପ୍ରଶାସନିକ ଅଧିକାରୀଙ୍କୁ ଗ୍ରାମବାସୀ ବାରମ୍ବାର ଅନୁରୋଧ ପରେ ସରକାର ୨୦୦୯ରେ ୫ ଲକ୍ଷ ୯୫ ହଜାର ଟଙ୍କା ଅନୁଦାନ ପ୍ରଦାନ କରିଥିଲେ। ସେହି ଟଙ୍କାରେ ତତ୍କାଳୀନ ପ୍ରଧାନ ଶିକ୍ଷକଙ୍କ ନେତୃତ୍ୱରେ ଗୃହ ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯାଇଥିଲା । କିନ୍ତୁ ଅଧା କାମ କରି ପ୍ରଧାନ ଶିକ୍ଷକ ଅବଶିଷ୍ଟ ଅର୍ଥ ହଡ଼ପ କରିଥିବା ନେଇ ଅଭିଯୋଗ ପରେ ଭିଜିଲାନ୍ସ ତଦନ୍ତ ପୂର୍ବକ ମାମଲା ରୁଜୁ ହୋଇଥିଲା । ଏହାପରେ ସ୍କୁଲର ଗୃହ ନିର୍ମାଣ କାର୍ଯ୍ୟ ଅଟକି ରହିଛି । ଇତିମଧ୍ୟରେ ସ୍କୁଲ୍‌ ଚାଲୁଥିବା କୋଠଘରଟି ମଧ୍ୟ ନଷ୍ଟ ହୋଇଯାଇଥିବାରୁ ଏହାର ମରାମତି କରିବା ଗ୍ରାମବାସୀଙ୍କ ପାଇଁ କଷ୍ଟସାଧ୍ୟ ହୋଇପଡ଼ିଛି। ତେବେ ଗୃହ ନିର୍ମାଣ ପାଇଁ ଆସିଥିବା କଣ୍ଟିଜେନ୍ସି ଟଙ୍କା କେଉଁ ବାବଦରେ ଖର୍ଚ୍ଚ ହେଉଛି ସେ ହିସାବ ମଧ୍ୟ କାହା ପାଖରେ ନ ଥିବା ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଏ ପରିସ୍ଥିତିରେ ବିଦ୍ୟାଳୟ ଗୃହ ତୁରନ୍ତ ନିର୍ମାଣ କରିବା ପାଇଁ ସ୍କୁଲ ପରିଚାଳନା କମିଟି ସଭାପତି ଅମର ପ୍ରଧାନ ଓ ଗ୍ରାମବାସୀ ପ୍ରଶାସନ ନିକଟରେ ବାରମ୍ବାର ଅନୁରୋଧ କରିଛନ୍ତି। ତେବେ ବିଭାଗୀୟ କର୍ତ୍ତୃପକ୍ଷ ଏଥିପ୍ରତି କୌଣସି ପଦକ୍ଷେପ ଗ୍ରହଣ ନ କରିବା ଯୋଗୁ ପିଲାମାନେ ଅନ୍ୟ ସ୍କୁଲରେ ନାମ ଲେଖାଇବାକୁ ବାଧ୍ୟ ହୋଇଛନ୍ତି। ଗୃହ ନିର୍ମାଣ ଦାୟିତ୍ୱରେ ଥିବା କନିଷ୍ଠ ଯନ୍ତ୍ରୀ ଜୟଶ୍ରୀ ଜେନାଙ୍କୁ ପଚାରିବାରୁ ସେ କହିଥିଲେ, ଭିଜିଲାନ୍ସ ମୋକଦ୍ଦମା ନ ତୁଟିବା ଯାଏ କାର୍ଯ୍ୟ ଆରମ୍ଭ କରିବା ସମ୍ଭବ ନୁହେଁ ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri