ପ୍ରଶାସନିକସ୍ତରରେ ଅଦଳବଦଳ: ବଦଳିଲେ ସୁନ୍ଦରଗଡ଼, ଢେଙ୍କାନାଳ, ସୁବର୍ଣ୍ଣପୁର ଜିଲାପାଳ; ବିବାଦୀୟ ରଶ୍ମିତାଙ୍କୁ ଗୁରୁଦାୟିତ୍ୱ

ଭୁବନେଶ୍ୱର,୩୦ା୬(ବ୍ୟୁରୋ): ରାଜ୍ୟ ସରକାର ଶନିବାର ପ୍ରଶାସନିକସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ୨୦୦୫ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ରାଜେଶ ପ୍ରଭାକର ପାଟିଲଙ୍କୁ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ନୂତନ ଦାୟିତ୍ୱ ଦିଆଯାଇଛି। ରାଜେଶ ପୂର୍ବରୁ ନିଯୁକ୍ତି ନିର୍ଦ୍ଦେଶକ ତଥା ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ମୁଖ୍ୟ କାର୍ଯ୍ୟନିର୍ବାହୀ(ସିଇଓ)ଭାବେ କାର୍ଯ୍ୟ କରୁଥିଲେ। ରାଜେଶଙ୍କ ସ୍ଥାନରେ ସୁନ୍ଦରଗଡ଼ ଜିଲାପାଳ ଥିବା ରଶ୍ମିତା ପଣ୍ଡାଙ୍କୁ ନିୟୋଜନ ନିର୍ଦ୍ଦେଶକ ତଥା ଦକ୍ଷତା ବିକାଶ ପ୍ରାଧିକରଣର ସିଇଓ ଭାବେ ନିଯୁକ୍ତି ଦିଆଯାଇଛି। କିଛିଦିନ ତଳେ ସୂଚନା ଅଧିକାର ଆଇନ ଜରିଆରେ ଏକ ତଥ୍ୟ ମିଳିଥିଲା। ଏହି ତଥ୍ୟରେ ରଶ୍ମିତା ନିଜ ସରକାରୀ କ୍ୱାର୍ଟର୍ସ ମରାମତି ପାଇଁ ପ୍ରାୟ ୭୦ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିବା ଜଣାପଡିଥିଲା। ଏହି ଖବର ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବାରେ ଲାଗିଥିଲା। କରଦାତାଙ୍କ ଅର୍ଥକୁ ଅଯଥା ଖର୍ଚ୍ଚ କରିଥିବାକୁ ରଶ୍ମିତାଙ୍କ ବିରୋଧରେ ରାଜ୍ୟ ପ୍ରଶାସନ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ମନେ କରାଯାଉଥିଲା। ହେଲେ ତାହା ହୋଇ ନାହିଁ। ଓଲଟି ରଶ୍ମିତାଙ୍କୁ ଜିଲାପାଳ ପଦବୀରୁ ଅପସାରଣ କରାଯାଇ ରାଜ୍ୟ ପ୍ରଶାସନର ଏକ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ କରାଯାଇଛି। ଏହାକୁ ନେଇ ରାଜଧାନୀରେ ଭିନ୍ନ ଚର୍ଚ୍ଚା ଦେଖିବାକୁ ମିଳିଛି।
ଢେଙ୍କାନାଳ ଜିଲାପାଳ ଥିବା ନିଖିଲ ପୱନ କଲ୍ୟାଣଙ୍କୁ ସୁନ୍ଦରଗଡ ଜିଲାପାଳଭାବେ ବଦଳି କରାଯାଇଛି। ୨୦୧୩ ବ୍ୟାଚ୍‌ର ମୋନଶା ବାନାର୍ଜୀଙ୍କୁ ସୁବର୍ଣ୍ଣପୁର ଜିଲାପାଳଭାବେ ବଦଳି କରାଯାଇଛି। ମୋନିଶା ବର୍ତ୍ତମାନ ଗୃହ ବିଭାଗର ଉପସଚିବ ଭାବେ କାର୍ଯ୍ୟ କରୁଛନ୍ତି। ସେହିପରି ଓଏଏସ୍‌ ଅଫିସର ତଥା ସୁନ୍ଦରଗଡ ଡିଆରଡିଏର ପ୍ରକଳ୍ପ ନିର୍ଦ୍ଦେଶକ ଥିବା ଭୂମେଶ ଚନ୍ଦ୍ର ବେହେରାଙ୍କୁ ଢେଙ୍କାନାଳ ଜିଲାପାଳଭାବେ ନୂତନ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

MS Dhoni IPL Retirement:ଏତିକି ବର୍ଷ ବୟସ ପର୍ଯ୍ୟନ୍ତ ଖେଳିବାକୁ ଲକ୍ଷ୍ୟ ରଖିଛନ୍ତି ଧୋନୀ! IPL ଅବସରକୁ ନେଇ ମୁହଁ ଖୋଲିଲେ ମାହି

ନୂଆଦିଲ୍ଲୀ,୨୩।୩: ଚେନ୍ନାଇ ସୁପର କିଙ୍ଗ୍ସର ଏକ ପ୍ରଶଂସକ କାର୍ଯ୍ୟକ୍ରମରେ, ଏମଏସ ଧୋନୀ ହାସ୍ୟରସପୂର୍ଣ୍ଣ ଭାବରେ ମନ୍ତବ୍ୟ ଦେଇଥିଲେ ଯେ ସେ ୬୦ ବର୍ଷ ବୟସ ପର୍ଯ୍ୟନ୍ତ ଆଇପିଏଲ…

୩ ହଜାର ଟଙ୍କାରେ ବିକ୍ରି ହେଉଛି ଗ୍ୟାସ ସିଲିଣ୍ଡର: କଳାବଜାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ-ଆମେରିକା ମଧ୍ୟରେ ଲାଗିଥିବା ଯୁଦ୍ଧର ପରିଣାମ ଆମ ଦେଶ ସମେତ ଅନ୍ୟାନ୍ୟ ଦେଶକୁ ମଧ୍ୟ ଭୋଗିବାକୁ ପଡ଼ୁଛି। ଗ୍ୟାସ, ପେଟ୍ରୋଲ, ଡିଜେଲ ଆମଦାନୀ…

ଠପ୍‌ ହୋଇଯିବକି ସାରା ବିଶ୍ୱ? ହର୍ମୁଜ ଷ୍ଟ୍ରେଟକୁ ନେଇ ଏମିତି ନିଷ୍ପତ୍ତି ନେଲା ଇରାନ, ପ୍ରମାଦ ଗଣିଲାଣି ସାରା ବିଶ୍ୱ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ଇରାନ ଏବେ ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା କିଛି ଜାହାଜ ଉପରେ ୨ ନିୟୁତ ଡଲାର (ପ୍ରାୟ ୧୮.୮ କୋଟି)…

ନଷ୍ଟ ହୋଇଯାଇଥିବା ପାଓ୍ବାରପ୍ଲାଣ୍ଟକୁ ନେଇ ଏମିତି ଧମକ ଦେଲା ଇରାନ ସାରା ବିଶ୍ୱ ସ୍ତବ୍ଧ

ତେହରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ସଂଘର୍ଷ ଏବେ ଅଧିକ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଇରାନ କହିଛି ଯେ ଯଦି ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏହାର ଶକ୍ତି କେନ୍ଦ୍ର ଉପରେ…

ଷ୍ଟ୍ରେଟ ଅଫ ହର୍ମୁଜକୁ ନେଇ ଟ୍ରମ୍ପଙ୍କ ପରେ ଏବେ ଧମକ ଦେଲେଣି ସ୍କଟ ବେସେଣ୍ଟ , କହିଲେ ‘ଇରାନର ଦୁର୍ଗ…’

ଓ୍ବାଶିଂଟନ,୨୩।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଆହୁରି ବୃଦ୍ଧି ପାଇଛି। ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏବେ ଖୋଲାଖୋଲି ଭାବରେ ପ୍ରକାଶ ପାଇବାକୁ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ତିନି ଚିରଞ୍ଜୀବୀଙ୍କ ବିଚାର

ଶହୀଦ ଭଗତ ସିଂ, ସୁଖଦେବ ଓ ଶିବରାମ ରାଜଗୁରୁଙ୍କ ଅପରାଧଜନିତ ବିଚାରକୁ କଦାପି ବିଚାର କୁହାଯାଇ ପାରିବ ନାହିଁ। ତାହା ଅନ୍ୟାୟ, ଅବିବେକିତା ଓ ଅସଭ୍ୟତାର ଏକ…

ପରମାଣୁ ଅସ୍ତ୍ର ଛାୟାରୁ ମୁକ୍ତି

ବର୍ତ୍ତମାନର ବିଶ୍ୱରେ ଲାଗିରହିଛି ତିନୋଟି ମହାସମର। ତନ୍ମଧ୍ୟରୁ ରୁଷିଆ-ୟୁକ୍ରେନ୍‌ ଏବଂ ଇସ୍ରାଏଲ-ପାଲେଷ୍ଟାଇନ୍‌ ଯୁଦ୍ଧ ବର୍ଷ ବର୍ଷ ଧରି ଚାଲିଥିଲା ବେଳେ ନିକଟରେ ଆରମ୍ଭ ହୋଇଛି ଅତୀବ ଭୟଙ୍କର…

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri