Posted inଖେଳ

ପ୍ରଶିକ୍ଷାର୍ଥୀଙ୍କୁ ସସ୍ମିତା, ବିଜୟଲକ୍ଷ୍ମୀଙ୍କ ଟିପ୍ସ

ଭୁବନେଶ୍ୱର, ୧୮।୫(କ୍ରୀଡ଼ା ପ୍ରତିନିଧି)-ୟୁନିଟ-୬ ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ଚାଲିଥିବା ଗ୍ରୀଷ୍ମକାଳୀନ ଫୁଟବଲ ପ୍ରଶିକ୍ଷଣ ଶିବିରରେ ଶୁକ୍ରବାର ଭାରତୀୟ ମହିଳା ଫୁଟବଲ ଦଳର ପୂର୍ବତନ ଅଧିନାୟିକା ସସ୍ମିତା ମଲିକ ଓ ଅନ୍ତର୍ଜାତୀୟ ଖେଳାଳି ବିଜୟଲକ୍ଷ୍ମୀ ସାହୁ ଉପସ୍ଥିତ ହୋଇ ପିଲାମାନଙ୍କୁ ଟିପ୍ସ ଦେଇଥିଲେ। ବିଜୁପଟ୍ଟନାୟକ କ୍ରୀଡ଼ା ପୁରସ୍କାରପ୍ରାପ୍ତ ସସ୍ମିତା ିଜ ଅତୀତ ସମ୍ପର୍କରେ ପିଲାମାନଙ୍କୁ କହିଥିଲେ। ସେ କିପରି କେନ୍ଦ୍ରାପଡ଼ାର ଏକ ଅଖ୍ୟାତ ପଲ୍ଲୀରୁ ଆସି ଅନେକ ଘାତ ପ୍ରତିଘାତ ମଧ୍ୟରେ ଆଗକୁ ବଢ଼ି ଭାରତୀୟ ଦଳର ଅଧିନାୟିକା ହୋଇ ପାରିଥିଲେ ତା’ର ଉଦାହରଣ ଦେଇଥିଲେ। ଫଳାଫଳକୁ ନ ଦେଖି ନିଷ୍ଠାର ସହ ସାଧନା ଜାରି ରଖିଲେ ନିଶ୍ଚିତ ସଫଳତା ମିଳିବ ବୋଲି ସେ କହିଥିଲେ। ଅନ୍ୟପକ୍ଷରେ ଜଣେ ପ୍ରତିଷ୍ଠିତ ଖେଳାଳି କିପରି ସମାଜରେ ସମ୍ମାନ ପାଇଥାଏ ତାହା ନିଜ ଅନୁଭୂତିରୁ ବର୍ଣ୍ଣନା କରିଥିଲେ ବିଜୟଲକ୍ଷ୍ମୀ। ନିରବଚ୍ଛିନ୍ନଭାବେ ଅଭ୍ୟାସ ଜାରି ରଖିବାକୁ ସେ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ। ଅମୀୟ ମିଶ୍ର କାର୍ଯ୍ୟକ୍ରମ ସଂଯୋଜନା କରିଥିବାବେଳେ ଆସୋସିଏଶନ ସଭାପତି ତପନ ମହାନ୍ତି, ଉପସଭାପତି ପ୍ରଫୁଲ୍ଲ ମିଶ୍ର, ସମ୍ପାଦକ ଦିଲୀପ ଦାସ ପ୍ରମୁଖ ସସ୍ମିତା ଓ ବିଜୟଲକ୍ଷ୍ମୀଙ୍କୁ ଧନ୍ୟବାଦ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Shubman Gill Net Worth: ବିଳାସପୂର୍ଣ୍ଣ ଜୀବନଶୈଳୀ ବିତାଉଛନ୍ତି ଶୁବମନ ଗିଲ; ଜାଣନ୍ତୁ ୨୭ ବର୍ଷ ବୟସରେ କେତେ ଧନୀ ‘ଦି ପ୍ରିନ୍ସ’

ନୂଆଦିଲ୍ଲୀ,୮।୯: ୨୦୧୮ରେ ପୃଥ୍ବୀ ଶ’ଙ୍କ ଅଧିନାୟକତ୍ୱରେ ଭାରତ ୧୯ ବର୍ଷରୁ କମ ବିଶ୍ୱକପ ଜିତିଥିଲା। ସେତେବେଳେ ସମସ୍ତେ ବିଶ୍ୱାସ କରୁଥିଲେ ଯେ ଇଣ୍ଡିଆ ଶ’ଙ୍କ ପରି ପରବର୍ତ୍ତୀ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

‘ଇଶାନ କିଶନଙ୍କଠାରୁ କିଛି ଶିଖ…’ବୈଭବଙ୍କୁ ପୂର୍ବତନ କ୍ରିକେଟରଙ୍କ ବଡ଼ ଚେତାବନୀ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୮।୯: ଦୁଲୀପ ଟ୍ରଫି ଫାଇନାଲରେ ଇଶାନ କିଶନଙ୍କ ବ୍ୟାଟରୁ ଦେଖିବାକୁ ମିଳିଛି ଜବରଦସ୍ତ ଇନିଂସ। ଇଶାନ ୩୩୪ ବଲରୁ ୨୭୦ ରନ୍‌ର ମାରାଥନ ପାରି ଖେଳିଛନ୍ତି। ତାଙ୍କ…

ଭାରତ ବିପକ୍ଷ ଐତିହାସିକ ଟି-୨୦ ମ୍ୟାଚ ଖେଲିବାକୁ ଦଳ ଘୋଷଣା କଲା ଜାପାନ: ଜାଣନ୍ତୁ କିଏ ହେଲେ ଅଧିନାୟକ

ଟୋକିଓ,୮।୯: ଜାପାନ କ୍ରିକେଟ ଆସୋସିଏସନ ସୋମବାର ଭାରତ ବିପକ୍ଷରେ ଐତିହାସିକ ଏକମାତ୍ର ଟି-୨୦ ମ୍ୟାଚ ପାଇଁ ୧୫ ଜଣିଆ ଦଳ ଘୋଷଣା କରିଛି। ଏହା ଭାରତ ଏବଂ…

ଟିମ ଇଣ୍ଡିଆରେ ବଡ଼ ଓଲଟପାଲଟ: ରୋହିତଙ୍କୁ ଦଳରୁ ବାହାର କଲା BCCI, କ୍ରିକେଟ ଜଗତରେ ହଇଚଇ

ମୁମ୍ବାଇ,୮।୯: ବୟସ ସମ୍ପର୍କିତ ଅନିୟମିତତା ଅଭିଯୋଗରେ ଭାରତୀୟ ଅଣ୍ଡର-୧୯ ଦଳରୁ ବାଦ୍‌ ପଡ଼ିଛନ୍ତି ରୋହିତ ଯାଦବ। ଅଷ୍ଟ୍ରେଲିଆ ଅଣ୍ଡର-୧୯ ଦଳ ବିପକ୍ଷରେ ହେବାକୁ ଥିବା ଦିନିକିଆ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri