ପ୍ରଶ୍ନର ଉତ୍ତର ଦେଇ ନ ପାରିବାରୁ ତାତିଲେ ଶିକ୍ଷୟିତ୍ରୀ: ୭ ପିଲାଙ୍କୁ ନିସ୍ତୁକ ପିଟିଲେ

ନବରଙ୍ଗପୁର/ଉମରକୋଟ,୨୮।୭(ବି.ପ୍ର/ଡି.ଏନ.ଏ): ଶିକ୍ଷୟିତ୍ରୀ ପଚାରିଥିବା ପ୍ରଶ୍ନର ଉତ୍ତର ଦେଇ ପାରି ନ ଥିଲେ ୩ୟ ଶ୍ରେଣୀର ଛାତ୍ରୀଛାତ୍ର। ଏଥିରେ ଶିକ୍ଷୟିତ୍ରୀ ରାଗିଯାଇ ଛାତ୍ରୀଛାତ୍ରଙ୍କୁ ନିର୍ଧୂମ ମାଡମାରିଥିଲେ। ଏଥିରେ ଜଣେ ଛାତ୍ରୀ ଓ ୬ ଜଣ ଛାତ୍ର ଆହତ ହୋଇଥିଲେ। ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ଅନ୍ତର୍ଗତ ମୁର୍ତ୍ତୁମା ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ଏପରି ଘଟଣା ଘଟିଛି। ଆହତ ଛାତ୍ରୀଛାତ୍ରଙ୍କୁ ଶନିବାର ଉମରକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରାଯାଇଥିଲା।

ଆହତ ଛାତ୍ରୀଛାତ୍ରଙ୍କ କହିବା ଅନୁଯାୟୀ ଶୁକ୍ରବାର ସ୍କୁଲର ଜନୈକ ଶିକ୍ଷୟିତ୍ରୀ ସେମାନଙ୍କୁ ପ୍ରଶ୍ନ ପଚାରିଥିଲେ। କିନ୍ତୁ ଛାତ୍ରୀଛାତ୍ରମାନେ ଉତ୍ତର ଦେଇ ପାରି ନ ଥିଲେ। ଏହା ପରେ ଶିକ୍ଷୟିତ୍ରୀ ଛାତ୍ରୀଛାତ୍ରଙ୍କୁ ହାତ ଓ ବାଡିରେ ନିସ୍ତୁକ ମାଡ଼ ମାରିଥିଲେ। ରାତିରେ ହଷ୍ଟେଲରେ ଛାତ୍ରୀଛାତ୍ରଙ୍କ ପିଠିରେ ମଲମ ଲଗାଇ କ୍ଷତଗୁଡିକ ଶୁଖାଇ ଦେବାକୁ ଚେଷ୍ଟା କରାଯାଇଥିଲା। କିନ୍ତୁ ଛାତ୍ରୀଛାତ୍ରଙ୍କ ପିଠିରେ ଯନ୍ତ୍ରଣା ନ କମିବାରୁ ହଷ୍ଟେଲ ସୁପରିଣ୍ଟେଣ୍ଡେଣ୍ଟ ବେଣୁଧର ଭତ୍ରା ଏକ ଅଟୋରେ ଉମରକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଶନିବାର ଚିକିତ୍ସା କରିବାକୁ ଆଣିଥିଲେ। ଜଣେ ଛାତ୍ରଙ୍କୁ ଅଧିକ ମାଡ ହୋଇଥିବାରୁ ଏକ୍ସରେ କରିବାକୁ ଡାକ୍ତର ପରାମର୍ଶ ଦେଇଥିଲେ। ଚିକିତ୍ସିତ ହେବା ପରେ ପୁଣି ପିଲାମାନଙ୍କୁ ବିଦ୍ୟାଳୟ ଫେରାଇ ନିଆଯାଇଥିଲା। ଏ ସମ୍ପର୍କରେ ଜାଣିବା ପରେ ଅଭିଭାବକମାନେ ବିଦ୍ୟାଳୟକୁ ଆସି ଘଟଣା ସମ୍ପର୍କରେ ପଚରାଉଚରା କରି ବୁଝିଥିଲେ। ସମସ୍ତ ପିଲାଙ୍କ ହାତ ଓ ପିଠିରେ ମାଡ ମରାଯାଇଥିବା ଚିହ୍ନ ଦେଖିବାକୁ ମିଳିଥିଲା। ଏହି ଘଟଣା ଜାଣିବା ପରେ ବିଦ୍ୟାଳୟର ଅନ୍ୟ ଶିକ୍ଷୟିତ୍ରୀ ଶିକ୍ଷକ ଘଟଣା ଚପାଇବା ପାଇଁ ଉଦ୍ୟମ କରିଥିଲେ। ପିଲାଙ୍କୁ ମାଡ ହୋଇଥିବା ନେଇ ଛାତ୍ରାବାସର ସୁପରିଣ୍ଟେଣ୍ଡେଣ୍ଟ ସ୍ବୀକାର କରିବା ସହ ପିଲାଙ୍କୁ ମାଡ ମାରିବା ଠିକ ନୁହେଁ ବୋଲି କହିଛନ୍ତି। ବ୍ଲକଶିକ୍ଷା ଅଧିକାରୀ ବିକାଶ ଚନ୍ଦ୍ର ସରକାର ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି। ଛାତ୍ରୀଛାତ୍ରଙ୍କୁ ମାଡ ମାରିଥିବା ଶିକ୍ଷୟିତ୍ରୀଙ୍କ ବିରୋଧରେ କାର୍ଯ୍ୟାନଷ୍ଠାନ ପାଇଁ ଅଭିଭାବକ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri