କର୍ଲାମୁଣ୍ଡା, ୨୧।୮(ଡି.ଏନ.ଏ.) : କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ମଙ୍ଗଳବାର ଜନୈକା ପ୍ରସୂତି ମହିଳାଙ୍କ ମୃତ୍ୟୁକୁ ନେଇ ପଞ୍ଚାୟତ ପ୍ରତିନିଧି ଓ ଜନସାଧାରଣ ଡାକ୍ତରଖାନା ସମ୍ମୁଖରେ ଧାରଣା ଦେଇଥିଲେ। ମୃତା ପ୍ରସୂତିଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ ଦାବିରେ ରେଗେଡା ସମିତିସଭ୍ୟ ଅରବିନ୍ଦ ଚୌଧୁରୀଙ୍କ ନେତୃତ୍ୱରେ ଏହି ଧାରଣା ଦିଆଯାଇଥିଲା। ମଙ୍ଗଳବାର ରାତି ୧୦ଟାରେ ଏଡିଏମ୍ଓ(ଏଫ୍ଡବ୍ଲ୍ୟୁ) ଡ. ଅଶୋକ କୁମାର ଅଗ୍ରୱାଲ, ସ୍ଥାନୀୟ ଭାରପ୍ରାପ୍ତ ତହସିଲଦାର ସର୍ବେଶ୍ୱର ଜାଲ ଘଟଣାସ୍ଥଳରେ ପହଞ୍ଚି ଧାରଣାକାରୀଙ୍କୁ ବୁଝାଶୁଝା କରିଥିଲେ। ମୃତକଙ୍କ ପରିବାରଙ୍କୁ ରେଡ୍କ୍ରସ ପାଣ୍ଠିରୁ ୧୦ ହଜାର ଟଙ୍କା ଓ ଦୁଇ ଅନାଥ ଶିଶୁକୁ ଥଇଥାନ କରିବାକୁ ପ୍ରତିଶ୍ରୁତି ଦେବାପରେ ରାତି ୧୨ଟାରେ ଧାରଣା ଉଠିଥିଲା। ତେବେ ସ୍ଥାନୀୟ ପୋଲିସ ମୃତଦେହ ଜବତକରି ବ୍ୟବଚ୍ଛେଦ ପାଇଁ ମ.ରାମପୁରକୁ ପଠାଇଥିଲେ। ବୁଧବାର ମୃତଦେହ ବ୍ୟବଚ୍ଛେଦ ପରେ ପରିବାରଙ୍କୁ ହସ୍ତାନ୍ତର କରାଯିବ ବୋଲି ଫାଣ୍ଡି ଅଧିକାରୀ ଅଧିଶଚନ୍ଦ୍ର ବିଶ୍ୱାସ କହିଛନ୍ତି।
ପ୍ରକାଶ ଥାଉକି ପୌରକେଲା ଗ୍ରାମର ସଜନୀ ଦୁର୍ଗା ଗୋଲାମୁଣ୍ଡା ବ୍ଲକର କର୍ଲା ଗ୍ରାମର ମନୋଜ ଦୁର୍ଗାଙ୍କୁ ବିବାହ କରିଥିଲେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ମନାନ୍ତର ହେବାରୁ ସଜନୀ ବାପଘରେ ରହୁଥିଲେ। ତେବେ ସେ ଗର୍ଭବତୀ ଥିଲେ ହେଁ ସ୍ଥାନୀୟ ଅଙ୍ଗନୱାଡି କେନ୍ଦ୍ରରେ ନାମ ପଞ୍ଜୀକରଣ କରି ନ ଥିଲେ। ମଙ୍ଗଳବାର ଶିଶୁ କନ୍ୟା ଜନ୍ମ ହେବା ପରେ ସେ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ କର୍ଲାମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏଥିରେ ସରର୍ଗୁଲ ମାଲପଡା ସମିତି ସଭ୍ୟ ଯଶୋବନ୍ତ ସାହୁ, ପୌରକେଲା ସମିତି ସଭ୍ୟ ସୀମାଞ୍ଚଳ ଭୋଇ, କର୍ଲାମୁଣ୍ଡା ସରପଞ୍ଚ କୃଷ୍ଣଚନ୍ଦ୍ର ବାଗ, ଦେବେନ୍ଦ୍ର ସାହୁ ପ୍ରମୁଖ ଧାରଣାରେ ବସିଥିଲେ।
ପ୍ରସୂତିଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ଏଡିଏମ୍ଓ, ତହସିଲଦାରଙ୍କ ହସ୍ତକ୍ଷେପ ପରେ ହଟିଲା ଧାରଣା
Posted inଆମ ଜିଲା ଖବର, କଳାହାଣ୍ଡି, ରାଜ୍ୟ View All
ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି
କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…
ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର
ପୁରୀ,୫ା୭(ଅଜିତ୍ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…
ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି
ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…
ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…
ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…
କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି
ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…
କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ
ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…
୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ
ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…
ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା
ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…
Archives

