ପ୍ରସ୍ତର ଯୁଗ ରହସ୍ୟ ଖୋଲିଲା ‘ଚୁଇଂଗମ୍‌’

କୋପେନହେଗେନ: ଡେନ୍‌ମାର୍କର ସିଲ୍‌ଥୋଲମ୍‌ରେ ଉତ୍‌ଖନନ ସମୟରେ ୫୭୦୦ ବର୍ଷର ପୁରୁଣା ଏକ ଚୁଇଂଗମ୍‌ ମିଳିଛି। ବିଶେଷଜ୍ଞମାନେ ଏହା ଉପରେ ଅଧିକ ଗବେଷଣା କରି ପ୍ରସ୍ତର ଯୁଗ ମହିଳାଙ୍କ ଡିଏନ୍‌ଏ ଖୋଜି ବାହାର କରିବାରେ ସଫଳ ହୋଇଛନ୍ତି। ପୂର୍ବରୁ ମଣିଷର ଦେହାବଶେଷ, ଜୀବାଶ୍ମରୁ ପୁରାତନ ଯୁଗର ମଣିଷ, ସେମାନଙ୍କ ଜୀବନଶୈଳୀ ବିଷୟରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳୁଥିଲା। ହେଲେ ଚୁଇଂଗମରୁ ପ୍ରାଚୀନ ମଣିଷଙ୍କ ବିଷୟରେ ତଥ୍ୟ ହାସଲ କରିବା ପ୍ରଥମ ଘଟଣା ବୋଲି କୁହାଯାଉଛି।
ଏ କ୍ଷେତ୍ରରେ ଗବେଷଣା କରୁଥିବା ବିଶେଷଜ୍ଞମାନେ କହିଛନ୍ତି, ଉକ୍ତ ଚୁଇଂଗମ ଚୋବାଇଥିବା ବ୍ୟକ୍ତି ଜଣକ ଜଣେ ନୀଳନୟନା ମହିଳା। ତାଙ୍କ କେଶ ଏବଂ ଚମଡ଼ାର ରଙ୍ଗ କଳା ଥିଲା। ସମ୍ପୃକ୍ତ ମହିଳାଙ୍କ ନାମ ଲେଲା ରଖାଯାଇଛି। ଲେଲା ରହୁଥିବା ସ୍ଥାନରେ ଥିବା ଜନବସତିର ଲୋକମାନେ ପେଟପାଟଣା ପାଇଁ ମାଛ ଧରିବା, ଶିକାର କରିବା କାର୍ଯ୍ୟ କରୁଥିଲେ। ସେହିପରି ଉକ୍ତ ସ୍ଥାନରୁ ଭୋଜପତ୍ର ଗଛର ନମୁନା ସଂଗ୍ରହ କରାଯାଇଛି। ଏଥିରୁ ତତ୍କାଳୀନ ସମୟର ମଣିଷଙ୍କ ଭୋଜନ, ମୁହଁରେ ଥିବା କୀଟାଣୁ ବିଷୟରେ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ପରୀକ୍ଷଣରୁ ସେ ସମୟର କୀଟାଣୁ କିପରି ବଢୁଥିଲେ, ସମୟ ସହିତ ସେମାନଙ୍କ କିପରି କ୍ରମବିକାଶ ହୋଇଥିଲା ସେ ନେଇ ଅନେକ ତଥ୍ୟ ମିଳିପାରିବ ବୋଲି ବିଶେଷଜ୍ଞ ଦଳ ଆଶାବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri