ପ୍ରସ୍ତାବିତ ଚିଙ୍ଗୁଡ଼ି ପ୍ରକ୍ରିୟାକରଣ ପ୍ରକଳ୍ପ ବିରୋଧରେ ଗଣଧାରଣା ଜାରି: ସମର୍ଥନ ଜଣାଇଲେ ୪ ସଙ୍ଗଠନ

ଏରସମା,୬ା୨(ସ୍ବ.ପ୍ର.): ଏରସମା ବ୍ଲକ ଅନ୍ତର୍ଗତ ଜିରାଇଲୋ ପଞ୍ଚାୟତର ଶରବା ଗ୍ରାମ ନିକଟରେ ହେବାକୁ ଥିବା ଚିଙ୍ଗୁଡି ପ୍ରକ୍ରିୟାକରଣ ପ୍ରକଳ୍ପକୁ ବିରୋଧକରି ଭିଟାମାଟି ସୁରକ୍ଷା ସମିତି ଦେଇଥିବା ଧାରଣା ବୁଧବାର ୧୬ଦିନରେ ପହଞ୍ଚତ୍ଛି। ପ୍ରଶାସନ ଆନ୍ଦୋଳନକାରୀଙ୍କ ଦାବିକୁ ଗୁରୁତ୍ୱ ନ ଦେବା ଓ ପାଲଟା ତାଙ୍କ ନାମରେ ମାମଲା ରୁଜୁ କରିବା ଯୋଗୁ ଆନ୍ଦୋଳନକାରୀ ପ୍ରତିକ୍ରିୟାଶୀଳ ହୋଇ ଉଠିଛନ୍ତି। ଏହି କ୍ରମରେ ବୁଧବାର ୪ଟି ସଙ୍ଗଠନ ଏହି ଗଣଧାରଣାକୁ ସମର୍ଥନ ଜଣାଇ ଧାରଣାର ସାମିଲ ହୋଇଛନ୍ତି। ଫଳରେ ଏହି ଗଣଧାରଣା ଏବେ ତୀବ୍ର ରୂପ ଧାରଣ କରୁଛି। ଭିଟାମାଟି ସୁରକ୍ଷା ସମିତି ସଭାପତି ଅଭିଜିତ ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ପ୍ରତିବାଦ ସଭାରେ ବାଲିକୁଦା-ଏରସମା ନିର୍ବାଚନମଣ୍ଡଳୀ ଭାଜପା ନେତା ଶିବବ୍ରତ ଦାସ ଯୋଗଦେଇ ଗଣତାନ୍ତ୍ରିକ ରାଷ୍ଟ୍ରରେ ଜନମତକୁ ସମ୍ମାନ ଦେବା ପ୍ରଶାସନର ମୌଳିକ କର୍ତ୍ତବ୍ୟ ବୋଲି ଅଭିହିତ କରିଥିଲେ। ଉତ୍କଳ ମହିଳା ସମିତିର ରାଜ୍ୟ ସମ୍ପାଦିକା ଚିନ୍ମୟୀ ସାହାଣୀ, ପାରାଦୀପ ଶ୍ରମିକ ସଂଗଠନର ନେତା ବିଷ୍ଣୁ ଚରଣ ମୁଦୁଲି, ଅଖିଳ ଭାରତ ଯୁବ ସଂଘର ଜିଲା ସଂଯୋଜକ ଅଜୟ କୁମାର ବେହେରା ପ୍ରମୁଖ ଉପସ୍ଥିତ ରହି ପ୍ରସ୍ତାବିତ ପ୍ରକଳ୍ପକୁ ପ୍ରଶାସନ ପ୍ରତ୍ୟାହାର କରି ନେବାକୁ ଦାବି କରିଥିଲେ। ସେମାନଙ୍କ କହିବା ଅନୁସାରେ, ଗ୍ରାମାଞ୍ଚଳ ପରିବେଶକୁ ପ୍ରଦୂଷଣମୁକ୍ତ କରିବା ଓ ଭିଟାମାଟିକୁ ସୁରକ୍ଷା ଦେବା ପାଇଁ ଗଣତାନ୍ତ୍ରିକ ଉପାୟରେ କରାଯାଉଥିବା ଆନ୍ଦୋଳନକୁ ପ୍ରଶାସନ ଭ୍ରୂକ୍ଷେପ କରୁନାହିଁ। ଏହା ଆମମାନଙ୍କ ପାଇଁ ଦୁର୍ଭାଗ୍ୟଜନକ ଘଟଣା। ଅପରପକ୍ଷରେ ୫୪ ଆନ୍ଦୋଳନକରୀଙ୍କ ସହିତ ଜଣେ ୧୦ମ ଶ୍ରେଣୀର ଛାତ୍ରଙ୍କ ନାମରେ ପ୍ରଶାସନ ମାମଲା ରୁଜୁ କରିବା କେଉଁ ଗଣତନ୍ତ୍ରିକ ପଦ୍ଧତି ବୋଲି ପ୍ରଶ୍ନ କରିଥିଲେ। ପ୍ରକଳ୍ପ ବାତିଲ ନ ହେବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ସହ କାଳବୈଶାଖୀ; ୧୫ ଯାଏ ସତର୍କ ରହିବାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ)- ରାଜ୍ୟରେ ବର୍ଷା ଆରମ୍ଭ ହୋଇଥିଲେ ମଧ୍ୟ ଗରମ ଓ ଗୁଳୁଗୁଳି ଜାରି ରହିଛି। ମଙ୍ଗଳବାର ୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଏବଂ…

ଜୋଡିମାଦିଲି ଘାଟିରେ ଭୟଙ୍କର ଦୁର୍ଘଟଣା: କାର୍‌କୁ ଧକ୍କା ଦେଇ ଗାତକୁ ଖସି ପଡିଲା ମକା ବୋଝେଇ ଟ୍ରକ୍, ଚାଲିଗଲା…

ପଟ୍ଟାଙ୍ଗି, ୯।୬ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଥାନା ଅଧୀନ ଜୋଡିମାଦିଲି ଘାଟିରେ ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୬(ବନ୍ଦନା ସେଠୀ) – ସିନେ ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ଗ୍ୟାସ୍ ସିଲିଣ୍ଡର ଲିକେଜ୍‌! କାଦୋବେଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୩ ବଖରା ଘର, ସର୍ବସ୍ୱ ହରାଇଲା…

ଥୁଆମୂଳ ରାମପୁର, ୯।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ମହୁଲପାଟଣା ପଞ୍ଚାୟତର କାଦୋବେଡା ଗ୍ରାମରେ ସୋମବାର ସମୟରେ ଏକ ସଂଘାତିକ ଅଗ୍ନିକାଣ୍ଡ ଘଟିଯାଇଛି।…

କଙ୍କୋରଡ଼ା ପଞ୍ଚାୟତକୁ ଅବହେଳା ପ୍ରତିବାଦ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସରପଞ୍ଚ-ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ କଙ୍କୋରଡ଼ା ପଞ୍ଚାୟତକୁ ବ୍ଲକ ପ୍ରଶାସନ ପକ୍ଷରୁ ଦୀର୍ଘଦିନ ଧରି ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।…

ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା…

ହୋମଗାର୍ଡଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ବଢ଼ିଲା ଦୈନିକ ଭତ୍ତା, ଜାଣନ୍ତୁ ଏବେ ମିଳିବ କେତେ..?

ଭୁବନେଶ୍ୱର,୯।୬(ସୁନୀତ ମିଶ୍ର): ରାଜ୍ୟର ଗୃହରକ୍ଷୀ (Home Guards) ମାନଙ୍କ ପାଇଁ ଏକ ଖୁସି ଖବର ଆସିଛି। ଗୃହରକ୍ଷୀମାନଙ୍କର ଦୈନିକ ଭତ୍ତା ବୃଦ୍ଧି କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri