ପ୍ରସ୍ତାବିତ ପାଉଁଶ ଇଟା କାରଖାନାକୁ ବିରୋଧ: ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କଲେ ଗ୍ରାମବାସୀ

ପାଟଣା ,୨୩।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ତଥା ପାଟଣା ରାଜସ୍ବ ନିରୀକ୍ଷକ ଅନ୍ତର୍ଗତ ଟାଇଁସିରା ମୌଜାରେ ପ୍ରସ୍ତାବିତ ଏକ ପାଉଁଶ ଇଟା କାରଖାନା ନିର୍ମାଣକୁ ସ୍ଥାନୀୟ ଗ୍ରାମବାସୀଙ୍କ ତରଫରୁ ବିରୋଧ କରାଯାଇଛି।
ସୂଚନା ଅନୁଯାୟୀ, ଉକ୍ତ ମୌଜାର ଏକ ପ୍ଲଟରେ ନିର୍ମାଣ ହେବାକୁ ଥିବା ଫ୍ଲାଇ ଆଶ୍‌ ଫ୍ୟାକ୍ଟ୍ରିକୁ ଉକ୍ତ ଗ୍ରାମବାସୀ ବିରୋଧ କରିଛନ୍ତି। ଏ ନେଇ ଜିଲାପାଳ, ପାଟଣା ତହସିଲଦାର, ଥାନା ଅଧିକାରୀ ଓ ବଡ଼ପାଟଣା ସରପଞ୍ଚଙ୍କୁ ଗ୍ରାମବାସୀ ଦାବିପତ୍ର ପ୍ରଦାନ କରିଛନ୍ତି। ଅଭିଯୋଗ ଅନୁଯାୟୀ, ପ୍ରସ୍ତାବିତ କାରଖାନା ଜମିଟି ଜନବସତି ଓ ବିଦ୍ୟାଳୟକୁ ଲାଗି ରହିଛି। ତେଣୁ ଏଠାରେ କାରଖାନା ନିର୍ମାଣ ହେଲେ ସେଥିରୁ ନିର୍ଗତ ଧୂଳିରେ ସ୍ଥାନୀୟ ଲୋକେ ରୋଗାକ୍ରାନ୍ତ ହେବେ। ଏଥିସହ ସମ୍ପୃକ୍ତ ଜମି ନିକଟ ଦେଇ ରାଞ୍ଚି-ବିଜୟୱାଡା ୨୨୦ ନମ୍ବର ଜାତୀୟ ରାଜପଥ ଯାଇଛି। ଏଭଳି ସ୍ଥାନରେ ଫ୍ଲାଏ ଆଶ୍‌ ଇଟା କାରଖାନା ହେଲେ ଏହା ସାଧାରଣ ଲୋକଙ୍କୁ ବହୁ ଅସୁବିଧାର ପକାଇବ ବୋଲି ଏହି ଦାବିପତ୍ରରେ ଉଲ୍ଲେଖ କରାଯାଇଛି। ତେଣୁ ଏହି କାରଖାନା ନିର୍ମାଣକୁ ଅନୁମତି ନ ଦେବାକୁ ଗ୍ରାମବସୀ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ତୁହାକୁ ତୁହା ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ: ଗୋଖରକୁଦା ରାସ୍ତାରେ ଭାଙ୍ଗିଲା ଗଛ, ଘରେ ପଶିଲା ବର୍ଷା ଜଳ

ଗଞ୍ଜାମ,୨୫।୯(ବିଦ୍ୟାଧର ସାହୁ ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ତୁହାକୁ ବର୍ଷା ପାଇଁ ଲୋକେ ଘରୁ ପଦାକୁ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

ଲଗାଣ ବର୍ଷାରେ ବେହାଲ ଦାରିଙ୍ଗବାଡ଼ି: ଏବେ ବି ସିଲ ଗାଜଲବାଡ଼ି ଘାଟି ରାସ୍ତା, ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି,୨୫।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ଲଗାଣ ବର୍ଷା ଜାରି ରହିଛି। ଲଗାତାର ବର୍ଷା ଯୋଗୁ ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳର ଜନଜୀବନ ବେହାଲ ହୋଇପଡ଼ିଛି।…

ବିପଦପୂର୍ଣ୍ଣ ରାସ୍ତାରେ ଯାତାୟାତ: ମରାମତି ଦାବି କଲେ ଅଞ୍ଚଳବାସୀ

କର୍ଲାମୁଣ୍ଡା, ୨୫।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରରୁ ରିଞ୍ଜାକୁ ଯାଇଥିବା ଆର୍ଡି ରାସ୍ତାର ସରବାହାଲ ଜୋର ବ୍ରିଜ ନିକଟରେ ରାସ୍ତାର ଅବସ୍ଥା ଏବେ…

ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବେ ଅଧିକାରୀ: ନୂଆପଡ଼ା ଜିଲାପାଳଙ୍କ ଅଭିନବ ପଦକ୍ଷେପ

ନୂଆପଡ଼ା,୨୫ା୯ (ମକାରୁ ବେମାଲ):ଛାତ୍ରୀଛାତ୍ରଙ୍କ ଶିକ୍ଷଣରେ ଉନ୍ନତି ଆଣିବା ସହ ସେମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ ଏକ ଅଭିନବ ପଦକ୍ଷେପ…

ରାୟଗଡ଼ା-କୋରାପୁଟ ରେଲଓ୍ୱେ ଟ୍ରାକ୍‌ରେ ଉପରେ ଖସିଲା ପଥର, ଅଟକିଲା ହୀରାଖଣ୍ଡ ଏକ୍ସପ୍ରେସ

​କଲ୍ୟାଣସିଂହପୁର,୨୫।୯(ଦୀପକ କୁମାର ପରିଡା): ରାୟଗଡ଼ା ଜିଲାରେ ଲଗାଣ ବର୍ଷା ଯୋଗୁଁ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି । କେଉଟଗୁଡ଼ା ଓ ଶିଖରପାଇ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ଟନେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?