ପ୍ରସ୍ତାବିତ ହିଡିସିଙ୍ଗ ମଧ୍ୟମ ଜଳ ସେଚନ ପ୍ରକଳ୍ପ: ମନ୍ଥର ଗତି ନେଇ ମନ୍ତ୍ରୀଙ୍କୁ ଫେରାଦ

ବନ୍ତଳା,୨୯ା୯(ଡି.ଏନ.ଏ.) – ଅନୁଗୋଳ ଜିଲା ବନ୍ତଳା ଅଞ୍ଚଳର ପ୍ରସ୍ତାବିତ ହିଡିସିଙ୍ଗ ମଧ୍ୟମ ଜଳ ସେଚନ ପ୍ରକଳ୍ପ କାର୍ଯ୍ୟରେ ପ୍ରଶାସନିକ ମନ୍ଥରତା ଦେଖାଦେଇଥିବା ଅଭିଯୋଗ କରିଛି ହିଡିସିଙ୍ଗ କୃଷକ ମହାସଂଘ। ଶୁକ୍ରବାର ଅନୁଗୋଳ ଗସ୍ତରେ ଥିବା ରାଜ୍ୟ ସରକାରଙ୍କ ଜଳ ସମ୍ପଦ ମନ୍ତ୍ରୀ ରଘୁ ନନ୍ଦନ ଦାସଙ୍କୁ ମହାସଂଘ ସଦସ୍ୟମାନେ ଭେଟି ଏ ନେଇ ଏକ ସ୍ମାରକପତ୍ର ପ୍ରଦାନ କରିଥିବା ଜଣାପଡ଼ିଛି।
ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ଗ୍ରାମ୍ୟ ଗୃହ ନିର୍ମାଣ ନିଗମ ଅଧ୍ୟକ୍ଷ ମୀନକେତନ ଅମାନ୍ତ, ବ୍ଲକ ବିଜେଡି ସଭାପତି ତଥା ବିଧାୟକଙ୍କ ପ୍ରତିନିଧି ଦୁର୍ଗା ଚରଣ ପ୍ରଧାନ, ଜିଲା ଯୁବ ବିଜେଡି ସଭାପତି ତଥା ଛେଣ୍ଡିପଦା ବିଧାୟକଙ୍କ ପ୍ରତିନିଧି ଦିନେଶ ପ୍ରଧାନଙ୍କ ଉପସ୍ଥିତରେ ହିଡିସିଙ୍ଗ କୃଷକ ମହାସଂଘ ସଭାପତି ଦିନେଶ ଦେହୁରୀ, ସମ୍ପାଦକ ତ୍ରିନାଥ ସାହୁ, ଉପ ସଭାପତି ଦୁର୍ଗାଚରଣ ପ୍ରଧାନ, ଉପଦେଷ୍ଟା ଇଂ ତ୍ରିନାଥ ସାହୁ ପ୍ରମୁଖ ସର୍କିଟ ହାଉସରେ ମନ୍ତ୍ରୀଙ୍କୁ ଭେଟି ଏହି ସ୍ମାରକପତ୍ର ପ୍ରଦାନ କରିଛନ୍ତି। ଏଥିରେ ଉଲ୍ଲେଖ କରାଯାଇଛି ଯେ, ଦୀର୍ଘ ୩୦ ବର୍ଷ ଧରି ଚାଷୀ ଆନ୍ଦୋଳନ ପରେ ୨୦୦୦ ମସିହାରେ ରାଜ୍ୟ ସରକାର କଟକ ଅନୁସନ୍ଧାନ ବିଭାଗ ଦ୍ୱାରା ଏହି ପ୍ରକଳ୍ପ ପାଇଁ ସର୍ଭେ କାର୍ଯ୍ୟ କରି ଆସୁଛନ୍ତି। ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ୧୨ଟି ପଞ୍ଚାୟତ ସିଧାସଳଖ ଓ ୮ଟି ପଞ୍ଚାୟତର ମୋଟ୍‌ ୨୯୫୮ ହେକ୍ଟର ଚାଷଜମି ଜଳସେଚିତ ହୋଇପାରିବ। ଏଥିସହିତ ଦୀର୍ଘ ବର୍ଷ ଧରି ଅନୁଗୋଳ ସହର ଯେଉଁ ପାଣି ସମସ୍ୟା ଭୋଗୁଛି ତାହା ମଧ୍ୟ ଦୂରହେବ। ୨୦୦୭ରେ ଏହାକୁ କେନ୍ଦ୍ର ସରକାରଙ୍କ ସିଡବ୍ଲ୍ୟୁସି ଆପ୍ରୁଭାଲ ମିଳିଥିବା ବେଳେ ୫୦ ହଜାର ଚାଷୀ ଉପକୃତ ହେବେ। ଏହି ପ୍ରକଳ୍ପ ପାଇଁ ବିଭିନ୍ନ ସର୍ଭେ ଓ ତଥ୍ୟ ସଂଗ୍ରହ କରି ସରକାରଙ୍କ ଅନୁସନ୍ଧାନ ବିଭାଗକୁ ଦେବା ଦାୟିତ୍ୱ ବେସରକାରୀ ସଂସ୍ଥା ଭିଜନ ଟେକ ନେଇଛି। କିନ୍ତୁ ସଂସ୍ଥା କାର୍ଯ୍ୟ ମନ୍ଥର ଗତିରେ କରୁଥିବା ଯୋଗୁ ପ୍ରକଳ୍ପ ବିଳମ୍ବିତ ହେଉଥିବା ମହାସଂଘ ଦର୍ଶାଇଛି। ଏହି ସ୍ମାରକପତ୍ର ଗ୍ରହଣ କରିବା ସହ ମନ୍ତ୍ରୀ ମହାସଂଘକୁ ଆଶ୍ୱାସନା ଦେଇଛନ୍ତି। ପ୍ରକଳ୍ପ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ସହିତ ବିଭିନ୍ନ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ମହାସଂଘ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

ଦାବି ବିଶ୍ୱଗୁରୁର, ହେଲେ ଦେଶରେ ଗୋଟିଏ ବି ପରୀକ୍ଷା କରାଇପାରୁନାହାନ୍ତି; CUET ବିଭ୍ରାଟକୁ ନେଇ ମୋଦିଙ୍କୁ ଘେରିଲେ ରାହୁଲ

ନୂଆଦିଲ୍ଲୀ,୩୦।୫: ଦେଶର ବିଭିନ୍ନ କେନ୍ଦ୍ରରେ କମନ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ-ୟୁଜି (CUET-UG) ୨୦୨୬ ପରୀକ୍ଷା ବିଳମ୍ୱରେ ଆରମ୍ଭ ହେବାକୁ ନେଇ ପ୍ରବଳ ହଙ୍ଗାମା ହୋଇଛି। ପରବର୍ତ୍ତୀ ସମୟରେ…

ଗ୍ରୀଷ୍ମରେ ଖାଲିପଡ଼ିଛି ଭଞ୍ଜନଗର ରକ୍ତଭଣ୍ଡାର, ରକ୍ତଦାତାମାନେ ଆଗକୁ ଆସିବା ପାଇଁ ନିବେଦନ

ଭଞ୍ଜନଗର,୩୦ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ରକ୍ତଭଣ୍ଡାରରେ ବର୍ଷ ତମାମ ରକ୍ତ ମହଜୁଦ ରହିଥାଏ। ଏହାର ମୁଖ୍ୟ କାରଣ ହେଲା ଅଞ୍ଚଳର ଅନେକ ସ୍ବେଚ୍ଛାସେବୀ ଅନୁଷ୍ଠାନ ଯଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri