Posted inଖେଳ

ପ୍ରସ୍ତୁତ ଟୋକିଓ ଅଲିମ୍ପିକ୍‌ ମୁଖ୍ୟ ଷ୍ଟାଡିୟମ

ଟୋକିଓ,୦୧।୧୧(ଏଏଫ୍‌ପି)- ୨୦୨୦ ଅଲିମ୍ପିକ୍‌ର ମୁଖ୍ୟ ଷ୍ଟାଡିୟମ ଶନିବାର ଅଫିସିଆଲ ଭାବେ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଯାଇଛି। ୧.୪ ବିଲିଅନ ଡଲାରର ଖର୍ଚ୍ଚରେ ତିଆରି ଏହି ଷ୍ଟାଡିୟମ ଗ୍ରୀଷ୍ଣ ଋତୁରେ ପ୍ରଭାବିତ ହେବ ନାହିଁ। ଅଲିମ୍ପିକ୍‌ବେଳେ ଗ୍ରୀଷ୍ଣ ପ୍ରଭାବିତ ହେବା ନେଇ ଆଶାଙ୍କା ରହିଛି। ଏପରି କି ଡାକ୍ତରମାନେ ବିଶ୍ୱ ସ୍ତରୀୟ ପ୍ରତିଯୋଗିତାରେ ଆଥ୍‌ଲେଟ ଓ ଦର୍ଶକମାନଙ୍କ ସ୍ବାସ୍ଥ୍ୟ ଜନିତ ଜରୁରୀକାଳିନ ସ୍ଥିତି ଦେଖା ଯାଇପାରେ କହିସାରିଛନ୍ତି। ୫ ସ୍ତରୀୟ ଷ୍ଟାଡିୟମକୁ ଡିଜାଇନ କରିଛନ୍ତି ସୁନାମଧନ୍ୟ ଆର୍କିଟେକ୍ଟ କେଙ୍ଗୋ କୁମା। ଏହି ଷ୍ଟାଡିୟମରେ ୬୦ ହଜାର ଦର୍ଶକ ବସିପାରିବେ। ନୂଆ ଜାତୀୟ ଷ୍ଟାଡିୟମକୁ ସମସ୍ତଙ୍କୁ ସ୍ବାଗତ। ନୂଆ ଇତିହାସ ଆରମ୍ଭ ହେବ ବୋଲି ଜାପାନ ସ୍ପୋଟର୍‌ସ କାଉନ୍‌ସିଲ ପକ୍ଷରୁ କୁହାଯାଇଛି। ୧୫୭ ବିଲିୟନ ୟେନ (୧୦ ହଜାର କୋଟି ଟଙ୍କାରୁ ଊର୍ଦ୍ଧ୍ୱ) ଖର୍ଚ୍ଚରେ ନିର୍ମିତ ଷ୍ଟାଡିୟମକୁ ଏଭଳି ଡିଜାଇନ କରାଯାଇଛି, ବାହାରେ ଗ୍ରୀଷ୍ଣ ପ୍ରଭାବବେଳେ ଭିତର ଥଣ୍ଡା ରହିବ। ଭିତରରେ ୧୮୫ଟି ବିରାଟ ଫ୍ୟାନ ଲଗା ଯାଇଛି। ଏହି ଷ୍ଟାଡିୟମରେ ଅଲିମ୍ପିକର ଉଦ୍‌ଘାଟନୀ ଓ ଉଦ୍‌ଯାପନୀ ଉତ୍ସବ ସହ କିଛି ଆଥ୍‌ଲେଟିକ୍ସ ଓ ଫୁଟବଲ ମ୍ୟାଚ୍‌ ଆୟୋଜନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ହାରିଗଲେ ସିନ୍ଧୁ, ସାତ୍ତ୍ୱିକ-ଚିରାଗ ଯୋଡ଼ି ସେମିରେ

ସିଙ୍ଗାପୁର, ୨୯ା୫: ସ୍ଥିର ପ୍ରଦର୍ଶନ ଅଭାବରୁ ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ସିଙ୍ଗାପୁର ଓପନ ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ…

ପ୍ରଥମ ଟି୨୦ ମ୍ୟାଚ୍‌ ଜିତିଲା ଭାରତ

ଚେମ୍ସ ଫୋର୍ଡ, ୨୯ା୫: ଜେମିମା ରୋଡ୍ରିଗ୍ସ ଓ ୟାସ୍ତିକା ଭାଟିଆଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ନବାଗତ ପେସ୍‌ର ନନ୍ଦନୀ ଶର୍ମାଙ୍କ ଚମତ୍କାର ବୋଲିଂ ଦ୍ୱାରା ଭାରତ ଶୁକ୍ରବାର…

ଆଇପିଏଲ ମଝିରେ ଲକ୍ଷ୍ନୌ କଲା ବଡ଼ ଘୋଷଣା: ଅଧିନାୟକ ପଦ ଛାଡ଼ିଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୯।୫: ୨୦୨୬ ଆଇପିଏଲ ମଝିରେ ରିଷଭ ପନ୍ତ ଲକ୍ଷ୍ନୌ ସୁପରଜାଏଣ୍ଟସର ଅଧିନାୟକ ପଦ ଛାଡି ଦେଇଛନ୍ତି। ଶୁକ୍ରବାର ଫ୍ରାଞ୍ଚାଇଜ ସୋସିଆଲ ମିଡିଆରେ ପନ୍ତଙ୍କୁ ଅଧିନାୟକ ପଦରୁ…

ଖେଳାଳିଙ୍କ ପାଇଁ ନୂଆ ନିର୍ଦ୍ଦେଶ ଜାରି କଲା BCCI, ନିଷିଦ୍ଧ ଅଞ୍ଚଳରେ ସ୍ମାର୍ଟ ଚଷମା ପିନ୍ଧିବା ଉପରେ ପ୍ରତିବନ୍ଧକ

ନୂଆଦିଲ୍ଲୀ,୨୯।୫: ଇଣ୍ଡିଆନ୍ ପ୍ରିମିୟର ଲିଗ୍‌ରେ ଅତ୍ୟାଧୁନିକ ଯୋଗାଯୋଗ ଉପକରଣର ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ଖେଳାଳି ଏବଂ ସହାୟକ କର୍ମଚାରୀଙ୍କ ପାଇଁ ଏକ ନୂତନ ପରାମର୍ଶ ଜାରି କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri