ପ୍ରହସନ ପାଲଟିଛି ବିଦ୍ୟୁତୀକରଣ ଯୋଜନା : ବର୍ଷେ ତଳୁ ବସିଛି ମିଟର, ସଂଯୋଗ ନାହ

ବଅଁରପାଳ,୧୯ା୫(ଡି.ଏନ.ଏ.)- କେନ୍ଦ୍ର ସରକାରଙ୍କ ପକ୍ଷରୁ କାର୍ଯ୍ୟକାରୀ ହେଉଥିବା ଗ୍ରାମ୍ୟ ବିଦ୍ୟୁତୀକରଣ ଯୋଜନା ଅନେକ ସ୍ଥାନରେ ପ୍ରହସନରେ ପରିଣତ ହୋଇଛି। ଫଳରେ ବହୁ ଗରିବ ଜନସାଧାରଣ ଏହାର ସୁଫଳ ପାଇପାରୁ ନାହାନ୍ତି। ବଅଁରପାଳ ବ୍ଲକ ତୁରଙ୍ଗ ଅଞ୍ଚଳକୁ ଏହାର ଉଦାହରଣ ବୋଲି କୁହାଯାଉଛି।
କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ ଦାରିଦ୍ର୍ୟ ସୀମାରେଖା ତଳେ ବସବାସ କରୁଥିବା ପରିବାରକୁ ରିହାତିରେ ବିଦ୍ୟୁତ୍‌ ଯୋଗାଇ ଦିଆଯିବା କଥା। ମାତ୍ର ତୁରଙ୍ଗରେ ଉକ୍ତ ଯୋଜନା ଠିକ୍‌ ଭାବେ କାର୍ଯ୍ୟକାରୀ ହୋଇପାରି ନାହଁି। ଦୀର୍ଘ ୧ ବର୍ଷରୁ ଊର୍ଦ୍ଧ୍ୱ ହେଲା ତୁରଙ୍ଗ ଗୋଚ୍ଛାୟତ ସାହିର ୨୦ରୁ ଊର୍ଦ୍ଧ୍ୱ ବିପିଏଲ ହିତାଧିକାରୀଙ୍କ ଘରେ ମିଟର ବସିବା ସହ ଓ୍ବେୟାରିଂ କରାଯାଇଛି। ହେଲେ ଆଜି ପର୍ଯ୍ୟନ୍ତ ସେମାନଙ୍କ ଘରକୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଇ ନାହିଁ। ଫଳରେ ବହୁ ହିତାଧିକାରୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏ ପର୍ଯ୍ୟନ୍ତ ଯୋଜନା କାର୍ଯ୍ୟକାରୀ ହୋଇ ନ ଥିବାରୁ କେତେଜଣଙ୍କ ମିଟର ଓ ଓ୍ବେୟାରିଂ ନଷ୍ଟ ହେବାକୁ ବସିଲାଣି। ତୁରନ୍ତ ସମ୍ପୃକ୍ତ ହିତାଧିକାରୀଙ୍କୁ ବିଦ୍ୟୁତ୍‌ ଯୋଗାଇ ଦେବା ପାଇଁ ବିପିଏଲ୍‌ଧାରୀମାନେ ଦାବି କରି ଆସୁଥିଲେ ସୁଦ୍ଧା କର୍ତ୍ତୃପକ୍ଷ କୌଣସି ପଦକ୍ଷେପ ନେଉ ନାହାନ୍ତି। ଏ ସମ୍ପର୍କରେ ସାହିର ସୂର୍ଯ୍ୟ ଗୋଛାୟତ, ବିଜୁ ଗୋଚ୍ଛାୟତ, ସନ୍ତୋଷ ଗୋଚ୍ଛାୟତ ପ୍ରମୁଖ କହିଛନ୍ତି, ବର୍ଷେ ହେଲା ଘରେ ସରକାରଙ୍କ ପକ୍ଷରୁ ବିଦ୍ୟୁତ୍‌ ତାର ଟଣାଯାଇଛି। ମାତ୍ର କେବେ ସଂଯୋଗ ହେବ ତାହାର ଠିକଣା ନାହିଁ। ଏ ନେଇ ଆମେ ଖୁବ୍‌ଶୀଘ୍ର ପୁଣି ପ୍ରଶାସନର ଦ୍ୱାରସ୍ଥ ହେବୁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri