ପ୍ରହସନ ପାଲଟିଛି ଲକ୍‌ ଡାଉନ୍‌ କଟକଣା: ବ୍ୟାଙ୍କରେ ରହୁନି ସାମାଜିକ ଦୂରତ୍ୱ, ଲାଗୁଛି ଖାତାଧାରୀଙ୍କ ଭିଡ

କେନ୍ଦୁଝର,୧୫।୪(ସ୍ବ.ପ୍ର.): କରୋନା ମୁକାବିଲା ନିମନ୍ତେ ରାଜ୍ୟରେ ସମ୍ପ୍ରତ୍ତି ଲକ୍‌ ଡାଉନ ସ୍ଥିତି ଜାରି ରହିଛି। ତେବେ ଏହି ସମୟରେ କେବଳ ଅତ୍ୟାବଶ୍ୟକୀୟ ସେବାଗୁଡ଼ିକ ଜାରି ରହିଛି। ଏହି କ୍ରମରେ ବ୍ୟାଙ୍କ ଖୋଲା ରହିଛି। ହେଲେ କେନ୍ଦୁଝର ଜିଲାର କେତେକ ବ୍ୟାଙ୍କରେ ଉପଭୋକ୍ତାମାନଙ୍କ ପରିଚାଳନା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ନ ଥିବାରୁ ଭିଡ଼ ଜମୁଛି। ବ୍ୟାଙ୍କରୁ ଟଙ୍କା ଉଠାଇବା ଓ ଜମା କରିବା ପାଇଁ ଏହି ଭିଡ଼ ଲାଗୁଛି। ସରକାର ବିଭିନ୍ନ ଯୋଜନାରେ ହିତାଧିକାରୀଙ୍କ ଖାତାରେ ସହାୟତା ରାଶି ଜମା କରିଥିବାରୁ ଏହି ଟଙ୍କା ଉଠାଇବା ପାଇଁ ଖାତାଧାରୀଙ୍କ ଭିଡ଼ ଲାଗୁଛି। ଅପେକ୍ଷା ଗୃହ ନ ଥିବାରୁ ଏବଂ ସ୍ଥାନ ଅଭାବରୁ କେତେକ ବ୍ୟାଙ୍କରେ ବାହାରେ ରାସ୍ତା ପର୍ଯ୍ୟନ୍ତ ଭିଡ଼ ଲାଗୁଥିବା ଏବଂ ସାମାଜିକ ଦୂରତ୍ୱ ପାଳନ ହେଉନଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି । କେତେକ ଏଟିଏମ୍‌ ରେ ମଧ୍ୟ ଅନେକ ସମୟରେ ଟଙ୍କା ନ ଥିବାରୁ ଲୋକ ଅସୁବିଧା ଭୋଗୁଛନ୍ତି। ଫଳରେ ବ୍ୟାଙ୍କରେ ବାଧ୍ୟ ହୋଇ ଭିଡ଼ ଜମାଉଥିବା ଅଭିଯୋଗ ହେଉଛି। କାମରେ ବ୍ୟସ୍ତ ବ୍ୟାଙ୍କ କର୍ମଚାରୀମାନେ ଏହାକୁ ଗୁରୁତ୍ୱ ଦେଉ ନ ଥିବାରୁ ସରକାରଙ୍କ ଲକ୍‌ ଡାଉନ କଟକଣା ପ୍ରହସନରେ ପରିଣତ ହେଉଛି। ଏନଇ ପଦକ୍ଷେପ ନେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଧ୍ୟାରେ ମନ୍ଦିରରେ ତାଲା ଦେଇ ଯାଇଥିଲେ ପୂଜାରୀ, ସକାଳକୁ ଗଲା ବେଳକୁ ଯାହା ଦେଖିଲେ…

ଦିଗପହଣ୍ଡି,୧୨।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ଗ୍ରାମ ଶ୍ରୀ ତୁମ୍ବେଶର ଶୈବପୀଠ ପରିସରରେ ଥିବା ଦାନବାକ୍ସକୁ କେହି ଦୁର୍ବୃତ୍ତ ଭାଙ୍ଗି…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡିଲା ଟିଣ ଛପର, ଘର ଉପରେ ପଡ଼ିଲା ଗଛ

ମୋହନା,୧୨।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ଏହାର ପ୍ରଭାବରେ ଗୋବିନ୍ଦପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଗୋବିନ୍ଦପୁର…

ଜିଲାରେ ବୁଲିଲା ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ: ପତାକା ଦେଖାଇ ଶୁଭାରମ୍ଭ କଲେ ଅତିରିକ୍ତ ଜିଲାପାଳ

ଛତ୍ରପୁର, ୧୨।୬ (ଦିଲ୍ଲୀପ ସାମଲ) : ଜିଲା ଶ୍ରମ ବିଭାଗ ପକ୍ଷରୁ ଶିଶୁ ଶ୍ରମିକ ନିରାକରଣ ନେଇ ଏକ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ଏନେଇ…

ଏଲ ନିନୋର ପ୍ରଭାବରେ କମ୍‌ ବର୍ଷା! ଚିନ୍ତାରେ ପଡିଲେ ଚାଷୀ, ସମସ୍ୟାର ସମାଧାନ ପାଇଁ…

ଛତ୍ରପୁର, ୧୨।୬ (ଦିଲୀପ ସାମଲ): ଗଞ୍ଜାମ ଜିଲାର ଚାଷୀମାନଙ୍କ ମୁଖ୍ୟ ସମସ୍ୟାର ସମାଧାନ ନିମନ୍ତେ ଋଷିକୁଲ୍ୟା ରୟତ ମହାସଭାର ଆହ୍‌ବାନକ୍ରମେ ଏକ ସଭା ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ…

ଏନଏସ୍‌ଏସ୍‌ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ ମନୋନୀତ ହେଲେ ଅଭିଶେଖ, ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୧୨।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଏନଏସଏସ ଛାତ୍ର ଅଭିଶେଖ ମହାପାତ୍ର ଶ୍ରେଷ୍ଠ ସ୍ବେଚ୍ଛାସେବୀ ଭାବେ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ…

ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କ ପରଲୋକ

ଗୁଣପୁର,୧୨।୬(ସଂକେତ ପାତ୍ର): ରାୟଗଡା ଜିଲା ଗୁଣପୁରର ପୂର୍ବତନ ବିଧାୟକଙ୍କ ମୃତ୍ୟୁ ହୋଇଛି। ଶୁକ୍ରବାର ଅମଡିଙ୍ଗ୍ ଗ୍ରାମର ରାମମୂର୍ତ୍ତି ଗମାଙ୍ଗଙ୍କ ଭୁବନେଶ୍ୱରରେ ଦେହାନ୍ତ ହୋଇଯାଇଛି । ସେ କିଛି…

ଡଙ୍ଗରଗଡ଼ ଜଳପ୍ରପାତକୁ ଇକୋ-ଟୁରିଜମ ପାଇଁ ଦାବି: ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ…

ଭବାନୀପାଟଣା,୧୨।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକର ଡଙ୍ଗରଗଡ଼ ଜଳପ୍ରପାତକୁ ଇକୋ-ଟୁରିଜମ (ପରିବେଶ ପର୍ଯ୍ୟଟନ) ପାଇଁ ଦାବି ହୋଇଛି। ଏନେଇ ଶୁକ୍ରବାର ଭବାନୀପାଟଣାରେ ଜଙ୍ଗଲ ଓ…

ଜେଲ୍ ୱାର୍ଡରଙ୍କ ଦବଙ୍ଗଗିରି! ବିଚ୍ ରାସ୍ତାରେ ଯୁବକଙ୍କୁ ଚାପୁଡ଼ା, ଭିଡିଓ ଭାଇରାଲ

ବ୍ରହ୍ମପୁର,୧୨।୬(ସୁବାସ ଚନ୍ଦ୍ର ପାଢ଼ୀ) : ବ୍ରହ୍ମପୁର ମଣ୍ଡଳ କାରାଗାର ମୁଖ୍ୟ ଫାଟକ ସମ୍ମୁଖରେ ଜେଲ ଓ୍ବାର୍ଡର ଜଣେ ଯୁବକଙ୍କୁ ମାଡ ମାରୁଥିବା ଭିଡିଓ ଭାଇରାଲ ହେଉଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri