ପ୍ରହସନ ପାଲଟିଛି ୧୦୮ ଆମ୍ବୁଲାନ୍ସ ସେବା

ଆନନ୍ଦପୁର, ୨। ୮(ସ୍ବ.ପ୍ର.)- ରୋଗୀମାନଙ୍କୁ ମାଗଣାରେ ଚିକିତ୍ସାଳୟ ନେବା ପାଇଁ ସରକାର ଆମ୍ବୁଲାନ୍ସ ସେବା ଯୋଗାଇ ଦେଇଛନ୍ତି। ଶତ ପ୍ରତିଶତ ଆମ୍ବୁଲାନ୍ସ ସେବା ବିଫଳତାର ନମୁନା ଏବେ ମୁଖ୍ୟ ପ୍ରସଙ୍ଗ ପାଲଟିଛି। କେଉଁଠି ରୋଗୀଙ୍କୁ ଆଣିବାକୁ ଯାଉ ଯାଉ ରାସ୍ତାରେ ଅଚଳ ହୋଇପଡି ରହୁଛି ତ ଆଉ କେଉଁଠି ମରାମତି ପାଇଁ ଗ୍ୟାରେଜରେ ରହୁଛି। ବାସ୍ତବ କ୍ଷେତ୍ରରେ ଦେଖିବାକୁ ଗଲେ ସମସଗ୍ର ଆନନ୍ଦପୁର ଉପଖଣ୍ଡରେ ୧୦୮ ଆମ୍ବୁଲାନ୍ସ ସେବା ପ୍ରହସନ ପାଲଟିଛି କହିଲେ ଅତ୍ୟୁକ୍ତି ହେବନି।
ଆନନ୍ଦପୁର ଉପଖଣ୍ଡ ଅଧୀନ ହାଟଡିହୀ, ଘସିପୁରା ଓ ଆନନ୍ଦପୁର ମୋଟ ତିନିଗୋଟି ବ୍ଲକ ପାଇଁ ୫ ଗୋଟି ୧୦୮ ଆମ୍ବୁଲାନ୍ସ ସେବା ରହିଥିବା ବେଳେ ସେଥି ମଧ୍ୟରୁ ମାତ୍ର ଗୋଟିଏ ୧୦୮ ଆମ୍ବୁଲନ୍ସ ସେବା ଯୋଗାଉଛି। ଫଳରେ ଗରିବ ଶ୍ରେଣୀର ରୋଗୀମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆର୍ଥିକ ଅଭାବ ଅନାଟନ ପାଇଁ ରୋଗୀ ମାନେ ଆମ୍ବୁଲାନ୍ସ ସେବା ଉପରେ ନିର୍ଭର କରୁଥିବାବେଳେ ଏହାର ସଠିକ୍‌ ସେବା ପାଇ ନ ପାରି ରୋଗୀମାନେ ଅଯଥା ଖର୍ଚ୍ଚାନ୍ତ ହେବା ସହ ମାନସିକ ସ୍ତରରେ ଶୋଷଣର ଶିକାର ହେଉଛନ୍ତି। କେନ୍ଦ୍ର ଓ ରାଜ୍ୟ ସରକାର ଘରେ ଘରେ ସ୍ବାସ୍ଥ୍ୟ ସେବା ନା ରେ ବିଭିନ୍ନ ଯୋଜନା କରୁଥିବାବେଳେ ଏହି ସେବା କେବଳ ନାମକୁ ମାତ୍ର ରହିଛି। ଉପଖଣ୍ଡର ଅଧିକାଂଶ ଆମ୍ବୁଲାନ୍ସ ଖରାପ ହୋଇ ଗ୍ୟାରେଜରେ ରିପ୍ୟାରିଂ ପାଇଁ ପଡିରହିଥିବାବେଳେ ଆଉ କେତେକ ସମ୍ପୂର୍ଣ୍ଣ ଅଚଳ ଅବସ୍ଥାରେ ରହିଛି। ନିକଟରେ ଆନନ୍ଦପୁର ମେଡିକାଲରେ ଜଣେ ଦୁର୍ଘଟଣାଗ୍ରସ୍ତ ରୋଗୀ ଆମ୍ବୁଲାନ୍ସ ସେବା ପାଇନପାରି ମୃତ୍ୟୁମୁଖରେ ପଡିବା ଭଳି ଘଟଣା ନଜରକୁ ଆସିଥିଲା। ପୁଣି ସୁନାରାମ ମାଝୀ ନାମକ ଜଣେ ରୋଗୀ ଆମ୍ବୁଲାନ୍ସ ସେବା ନ ପାଇ ଗୁରୁତର ଅବସ୍ଥାରେ ବସ୍‌ ଯୋଗ କଟକ ବଡ ମେଡିକାଲକୁ ଚିକିତ୍ସା ପାଇଁ ଯିବା ଘଟଣାର ନଜିର ରହିଛି। ଏଭଳି ଅନେକ ସମୟରେ ରୋଗୀମାନେ ୧୦୮ ଆମ୍ବୁଲାନ୍ସ ସେବା ପାଇପାରୁ ନ ଥିବାରୁ ନାନା ହଇରାଣ ହରକତର ସମ୍ମୁଖୀନ ହେଉଛନ୍ତି। ଏ ବାବଦରେ ଉପଖଣ୍ଡ ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ଧନେଶ୍ୱର ସେଠୀଙ୍କୁ ପଚାରିବାରୁ ୪ଟି ଆମ୍ବୁଲାନ୍ସ ସଚଳ ଥିବା ବେଳେ ଗୋଟିଏ ଅଚଳ ହୋଇଥିବା ସେ ତାଙ୍କ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri