ପ୍ରାକ ବଜେଟ ବୈଠକରେ ହେଲା ଜରୁରୀ ଆଲୋଚନା: ମଧ୍ୟବିତ୍ତଙ୍କ ପାଇଁ ଏଥର ଫୋକସ୍‌ରେ ରହିବ…

ଭୁବନେଶ୍ୱର,୬।୨: ଆସନ୍ତା ୨୦ ଫେବୃୟାରୀରେ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ ହେବ। ଏହା ପୂର୍ବରୁ ଓଡ଼ିଶାବାସୀଙ୍କ ଠାରୁ ମଧ୍ୟ ରାୟ ଲୋଡିଛନ୍ତି ରାଜ୍ୟ ସରକାର। ମୁଖ୍ରମନ୍ତ୍ରୀ କହିଛନ୍ତି, ଆମ ସରକାର ହେଉଛି ଲୋକଙ୍କ ସରକାର । ଆମ ପାଇଁ ଲୋକଙ୍କ ସ୍ବର ହେଉଛି ଭଗବାନଙ୍କ ସ୍ବର । ତେଣୁ ସରକାରଙ୍କ ବଜେଟ ପ୍ରସ୍ତୁତ ପ୍ରକ୍ରିୟା ଏବେ ସଚିବାଳୟରୁ ବାହାରି ଲୋକଙ୍କ ପାଖକୁ ଯାଇଛି । ଜନସାଧାରଣଙ୍କ ଠାରୁ ସେମାନଙ୍କ ବହୁମୂଲ୍ୟ ମତାମତ ଆହ୍ବାନ କରି ଅନୁଧ୍ୟାନ ଓ ତର୍ଜମା ପରେ ବଜେଟରେ ସ୍ଥାନୀତ କରାଯାଉଛି । ଏହା ସବୁ ଦୃଷ୍ଟିରୁ ଲୋକଙ୍କ ବଜେଟ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ପ୍ରାକ ବଜେଟ ପରାମର୍ଶ ସଭା ଅବସରରେ କହିଛନ୍ତି ।

ଲୋକସେବା ଭବନ କନଭେନସନ ହଲ ଠାରେ ଆୟୋଜିତ ପ୍ରାକ ବଜେଟ ପରାମର୍ଶ ସଭା ବୈଠକରେ ମୁଖ୍ୟମନ୍ତ୍ରୀ ବିଶେଷଜ୍ଞ, ନାଗରିକ ସମାଜ ଓ ବିଭିନ୍ନ କ୍ଷେତ୍ରର ପ୍ରତିନିଧିମାନଙ୍କ ସହିତ ପ୍ରାକ ବଜେଟ ପରାମର୍ଶ ଆଲୋଚନା କରିଛନ୍ତି ।

ନିକଟରେ ଆରମ୍ଭ ହୋଇଥିବା ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଜନମତରୁ ସଂଗ୍ରହ କରାଯାଇଥିଲା । ଆହୁରି ମଧ୍ୟ ଆଗକୁ କାର୍ଯ୍ୟକାରୀ ହେବାକୁ ଥିବା ଶ୍ରୀ ଜଗନ୍ନାଥ ଦର୍ଶନ କାର୍ଯ୍ୟକ୍ରମ, କଟକ-ଭୁବନେଶ୍ୱର-ପାରାଦୀପ-ପୁରୀ ଅର୍ଥନୈତିକ କରିଡର ପରିକଳ୍ପନା ଜନମତରୁ ଆସିଛି । ଜନମତ ଆଧାରରେ ନୀତି, ଯୋଜନା କାର୍ଯ୍ୟକ୍ରମରେ ମଧ୍ୟ ଆବଶ୍ୟକୀୟ ପରିବର୍ତ୍ତନ କରାଯାଉଛି । ତେଣୁ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ, ଯୋଜନା, ଘୋଷଣାକୁ ନେଇ ସମସ୍ତଙ୍କଠୁ ସୁଚିନ୍ତିତ ମତାମତ ଓ ପରାମର୍ଶ ମୁଖ୍ୟମନ୍ତ୍ରୀ ଆହୱାନ କରିଥିଲେ ।

ସେ ଆହୁରି କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱରେ ଓ ବ୍ୟାପକ ଶିଳ୍ପାୟନ, ରୋଜଗାର ସୃଷ୍ଟି ଓ ଆର୍ଥିକ ଅଭିବୃଦ୍ଧିକୁ ପ୍ରୋତ୍ସାହନ ମିଳିଛି । କେନ୍ଦ୍ର ସରକାରଙ୍କ ଲୋକାଭିମୁଖୀ ପଦକ୍ଷେପ ଓ ରାଜ୍ୟସରକାରଙ୍କ ମହିଳା ଓ କୃଷକମାନଙ୍କ ଲାଗି ନିଆଯାଉଥିବା ପଦକ୍ଷେପ ରାଜ୍ୟର ଗ୍ରାମୀଣ ଅର୍ଥନୀତିକୁ ଚଳଚଞ୍ଚଳ କରିଛି । ୨୦୨୬-୨୭ ରେ ମଧ୍ୟ କେନ୍ଦ୍ର ବଜେଟରେ ମଧ୍ୟ ଓ ପାଇଁ ଅନେକ ପଦକ୍ଷେପ ଘୋଷଣା କରାଯାଇଛି । ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଆଜି ଓ ଦେଶରେ ପ୍ରାଥମିକତା ମିଳୁଛି । ୨୦୨୬-୨୭ ବଜେଟ ପ୍ରସ୍ତୁତି ପାଇଁ ୱେବ ପୋର୍ଟାଲ, ଇ-ମେଲ, ଏସ.ଏମ.ଏସ., ହ୍ବାଟସଆପ ଜରିଆରେ ବହୁ ସଂଖ୍ୟାରେ ସୁଚିନ୍ତିତ ମତାମତ ଆସିବାରେ ଲାଗିଛି । ଲୋକଙ୍କ ସରକାରରେ ଲୋକଙ୍କ ମତାମତକୁ ଗୁରୁତ୍ୱ ଦିଆଯିବ ଏବଂ ଲୋକଙ୍କ ଆବଶ୍ୟକତା ଅନୁଯାୟୀ ଯୋଜନା ପ୍ରସ୍ତୁତ କରାଯିବ ।

ବୈଠକ ପରେ ସୂଚନା ଦେଇ ମୁଖ୍ୟ ଶାସନ ସଚିବ କହିଛନ୍ତି , ଚଳିତ ବଜେଟରେ ମଧ୍ୟବିତ୍ତ କୃଷି ଖାଉଟି ସଭିଙ୍କୁ ପ୍ରାଥମିକତା ଦିଆଯାଇଛି । ଏହା ସହିତ ଶିକ୍ଷା , ସ୍ବାସ୍ଥ୍ୟ , ପ୍ରଯ୍ୟୁକ୍ତିବିଦ୍ୟା, ଟେଲିକମ , ନିଯୁକ୍ତି ଆଦି ଦିଗ ଉପରେ ଅଧିକ ଫୋକସ ଦିଆଯିବ। ପ୍ରତିଟି ଜଣ ସାଧାରଣ କିଭଳି ଏହି ବଜେଟରେ ଉପକୃତ ଦେବେ ଏହା ହେଉଛି ମୂଳ ଲକ୍ଷ୍ୟ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

‘ଧରିତ୍ରୀ’ରେ ଖବର ପ୍ରସାରଣର ବଡ଼ ପ୍ରଭାବ: ଥୁଆମୂଳ ରାମପୁରରେ ଅଟକିଲା ବେଆଇନ ଦାଦନ ବସ୍, ୧୭ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଫାଇନ୍

ଥୁଆମୂଳ ରାମପୁର, ୨୨।୯(ଦୁର୍ଗା କୀର୍ତ୍ତି): ‘ଧରିତ୍ରୀ’ରେ ବେଆଇନ ଦାଦନ ଶ୍ରମିକ ଚାଲାଣ ସମ୍ପର୍କିତ ବିଶେଷ ଖବର ପ୍ରକାଶ ପାଇବା ପରେ ପ୍ରଶାସନିକ କଳ ତତ୍ପର ହୋଇଉଠିଛି। ଜିଲା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?