ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ

ଫୁଲବାଣୀ ଅଫିସ, ୪ା୬-କନ୍ଧମାଳ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପ୍ରଥମେ ଜିଲାର ନବ ନିର୍ବାଚିତ ୩ ବିଧାୟକଙ୍କୁ ସ୍ବାଗତ କରାଯାଇଥିଲା ା ଜିଲାପାଳ ଡ.ବୃନ୍ଦା ଡି ଏଥିରେ ସଭାପତିତ୍ୱ କରି ସମ୍ଭାବ୍ୟ ବିପର୍ଯ୍ୟୟକୁ ସମ୍ମୁଖୀନ ହେବା ପୂର୍ବରୁ ଏହାର ମୁକାବିଲା ଉପରେ ଗୁରୁତ୍ୱାରୋପ କରିଥିଲେ ା ଏଥିପାଇଁ ଜିଲାର ସମସ୍ତ ବିଭାଗୀୟ ଅଧିକାରୀମାନେ ସଜାଗ ରହିବା ଦରକାର ା ବିପର୍ଯ୍ୟୟ ପରେ ଥଇଥାନ ପଦକ୍ଷେପକୁ ଠିକ ଭାବେ ପରିଚାଳନା କରିବା ପାଇଁ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ ା
ବନ୍ୟା ମୁକାବିଲା ପାଇଁ ଦୁର୍ବଳ ସ୍ଥିତରେ ଥିବା ସ୍ଥାନ, ଅଞ୍ଚଳ ଆଦି ପରିଦର୍ଶନ କରି ସମ୍ପୃକ୍ତ ବିଭାଗକୁ ବିଡିଓ ଏବଂ ତହସିଲଦାର ରିପୋର୍ଟ ଦେବେ ା ଆବଶ୍ୟକ ସ୍ଥଳେ ତୁରନ୍ତ ମରାମତି ପାଇଁ ପ୍ରସ୍ତୁତ ରହିବାକୁ ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ, ଗ୍ରାମ୍ୟ ଉନ୍ନୟନ, ରାସ୍ତା ଓ କୋଠାବାଡ଼ି, କ୍ଷୁଦ୍ର ଜଳସେଚନ, ବିଦ୍ୟୁତ ଏବଂ ପୌର ପରିଷଦର ପଦାଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ବନ୍ୟା ପ୍ଳାବିତ ଅଞ୍ଚଳରେ ଅସ୍ଥାୟୀ ପୋଲିସ୍‌ ଓୟାରଲେସ୍‌ ଷ୍ଟେଶନ୍‌ ସ୍ଥାପନ ଏବଂ ଅସ୍ଥାୟୀ ଟେଲିଫୋନ୍‌ ସଂଯୋଗ ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ସେହିଭଳି ବିଦ୍ୟୁତ, ଟେଲି ଯୋଗାଯୋଗ ଏବଂ ରାସ୍ତା ମରାମତି, ଆବଶ୍ୟକ ସ୍ଥଳେ ଓଡ୍ରାଫ୍‌, ଏନଡିଆର୍‌ଏଫ୍‌ର ସାହାଯ୍ୟ ନିମନ୍ତେ ଆଗୁଆ ଯୋଜନା କରାଯାଇଛି। ବିଭିନ୍ନ ଅଞ୍ଚଳରେ ଅସ୍ଥାୟୀ ଆଶ୍ରୟସ୍ଥଳୀ ଚିହ୍ନଟ ପାଇଁ ବିଡିଓ ଏବଂ ତହସିଲଦାରମାନଙ୍କୁ ମଧ୍ୟ କୁହାଯାଇଛି ା ଆଗାମୀ ୨ ମାସ ପାଇଁ ଜିଲାର ବିଭିନ୍ନ ସ୍ଥାନ ସମେତ ଦୁର୍ଗମ ଅଞ୍ଚଳଗୁଡିକରେ ଆବଶ୍ୟକ ପରିମାଣର ଚୁଡ଼ା, ଗୁଡ଼ ଅନ୍ୟାନ୍ୟ ଶୁଖିଲା ଖାଦ୍ୟ ମହଜୁଦ ରଖିବାକୁ ଯୋଗାଣ ଅଧିକାରୀଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ ା ସେହିପରି ସମସ୍ତ ସ୍ବାସ୍ଥ୍ୟକେନ୍ଦ୍ରରେ ସାପକାମୁଡ଼ା ଇଞ୍ଜେକ୍ସନ୍‌ ଏବଂ ଅନ୍ୟାନ୍ୟ ଔଷଧ ମହଜୁଦ ରଖିବାକୁ କୁହାଯାଇଥିଲା। ଡାକ୍ତରଖାନା, ଅଙ୍ଗନୱାଡ଼ି କେନ୍ଦ୍ର, ଆଶାକର୍ମୀ ବିଶେଷକରି ଅପହଂଚ ଇଲାକା ଗୁଡ଼ିକରେ ପର୍ଯ୍ୟାପ୍ତ ପରିମାଣର ବ୍ଲିଚିଂ ପାଉଡର୍‌, ହାଲୋଜିନ୍‌ ବଟିକା ଓ ଅନ୍ୟାନ୍ୟ ଦରକାରୀ ଔଷଧ ମହଜୁଦ୍‌ କରିବା ପାଇଁ ଜିଲା ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଗୋ-ଖାଦ୍ୟ ଏବଂ ଔଷଧ ମହଜୁଦ କରି ରଖିବାକୁ ଜିଲା ପ୍ରାଣୀ ଚିକିତ୍ସା ଅଧିକାରୀଙ୍କୁ କୁହାଯାଇଛି। ବିଡିଓମାନେ ପ୍ରତିଦିନ ପୂର୍ବାହ୍ନ ୧୧ଟା ସୁଦ୍ଧା ବୃଷ୍ଟିପାତ ବିବରଣୀ ଜିଲାପାଳଙ୍କ କାର୍ଯ୍ୟାଳୟରେ ଦାଖଲ କରିବା, ଓଡ଼ିଶା ବୃଷ୍ଟିପାତ ପର୍ଯ୍ୟାଲୋଚନା ପୋର୍ଟାଲ୍‌ରେ ଅପ୍‌ଲୋଡ଼୍‌ କରିବା, ସେମାନଙ୍କ ଅଞ୍ଚଳର ଜଳଉତ୍ସ ଗୁଡ଼ିକ ଦୈନିକ ତଦାରଖ କରି ପିଇବା ପାଣି ବିଶୋଧନ ସମ୍ପର୍କିତ ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ା
ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ବିଶ୍ୱନାଥ ବାରିକ, ବାଲିଗୁଡ଼ା ଉପ ଜିଲାପାଳ ସିନ୍ଧେ ଦତାତ୍ରେୟ ଭାଉସାହେବ, ସମସ୍ତ ତହସିଲଦାର, ବିଡିଓମାନେ ବୈଠକରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଆପଣା ଭାଇ: ପରସ୍ପରକୁ ହତ୍ୟା ଉଦ୍ୟମ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମରେ ଗତ ଏପ୍ରିଲ ୨୧ ତାରିଖ  ସକାଳେ ପୈତୃକ ସମ୍ପତ୍ତି ପାଇଁ ପାରିବାରିକ…

ଚିଠା ଭୋଟର ତାଲିକା ପ୍ରକାଶ, ବାଦ୍ ପଡିଲେ ୩୬,୩୪୨

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ନିର୍ବାଚନ ମଣ୍ଡଳୀ ଭଞ୍ଜନଗର, ଆସ୍କା ଏବଂ ସୋରଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦାୟିତ୍ୱରେ ଥିବା ଇ.ଆର୍.ଓ ମାନଙ୍କ ଦ୍ଵାରା…

ସୁଦୃଢ ମନ ଉଜ୍ଜ୍ୱଳ ଭବିଷ୍ୟତ ଗଠନର ମୂଳଭିତ୍ତି: ରାଜଯୋଗୀ ଡଃ ଶକ୍ତିରାଜ

ଭଞ୍ଜନଗର,୫।୭(ବାବୁଲା ପ୍ରଧାନ): ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବବିଦ୍ୟାଳୟ ଭଞ୍ଜନଗର ଉପସେବା କେନ୍ଦ୍ର ଆନୁକୁଲ୍ୟରେ ୩ ଦିନ ବ୍ୟାପି ଚାଲିଥିବା ‘ସୁଦୃଢ ମନ ଉଜ୍ଜ୍ୱଳ ଭବିଷ୍ୟତ’ ପ୍ରସଙ୍ଗ ଭିତ୍ତିକ…

କୂଳ ଲଂଙ୍ଘିବା ଓ ବେଳାଭୂମି ଅବକ୍ଷୟ ପ୍ରସଙ୍ଗ, ସମୀକ୍ଷା କରି ଅଞ୍ଚଳବlସୀଙ୍କ ସହ ବିଧାୟକଙ୍କ ଆଲୋଚନା

ଗଞ୍ଜାମ,୫ା୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତ…

ଘୋଡ଼ାହାଡ଼ ଡ୍ୟାମ୍‌ରୁ ଛଡ଼ାଗଲା ପାଣି, ଖୋଲିଲା ୨ ଗେଟ୍‌

ଦିଗପହଣ୍ଡି,୫ା୭(ଅଶେଷ ନାଥ ମିଶ୍ର): ଦକ୍ଷିଣ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରବିବାର ସକାଳୁ ଦିଗପହଣ୍ଡି ଅଞ୍ଚଳରେ ବର୍ଷା ହୋଇଛି। ବର୍ଷା ଯୋଗୁ ଜଳସମ୍ପଦ ବିଭାଗ…

କୂଳ ଲଙ୍ଘୁଛି ସମୁଦ୍ର: ଉଭୟ ଉପକୂଳ ଅଞ୍ଚଳ ବୁଲି ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳକ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଉପକୂଳବର୍ତ୍ତୀ ଅଞ୍ଚଳର ବାସିନ୍ଦାମାନେ ଭୟଭୀତ ଅବସ୍ଥାରେ ଦିନ…

ତାରାତାରିଣୀ କଲେଜର ହେବ ଆଧୁନିକୀକରଣ, ଅଞ୍ଚଳରେ ଖୁସିର ଲହରୀ

ପୁରୁଷୋତ୍ତମପୁର,୫ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ପାଇଁ ଚଳିତ ବର୍ଷ ଏକ ଐତିହାସିକ ବର୍ଷ ପାଲଟିଛି । କେନ୍ଦ୍ର ସରକାରଙ୍କ ପ୍ରତିଷ୍ଠିତ ରୁଷା/ପିଏମ-ଉଷା ପ୍ରକଳ୍ପରେ…

ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍‌ ପଡ଼ିଲେ…

ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri