ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ଜିଲାସ୍ତରୀୟ ମକ୍‌ ଡ୍ରିଲ : ଧନଜୀବନ ରକ୍ଷା କୌଶଳ ପ୍ରଦର୍ଶନ

ଅନୁଗୋଳ ଅଫିସ, ୨୦।୬ – ବନ୍ୟା ଓ ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଲୋକମାନଙ୍କ ଧନଜୀବନର ସୁରକ୍ଷା କରିବା ପାଇଁ ବୁଧବାର ଅନୁଗୋଳ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲାସ୍ତରୀୟ ମକ୍‌ ଡ୍ରିଲ ଆୟୋଜିତ ହୋଇଯାଇଛି। ଜିଲାପାଳ ମନୋଜ କୁମାର ମହାନ୍ତି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ବିପର୍ଯ୍ୟୟ ସମୟରେ କିପରି ଠିକ୍‌ ପଦକ୍ଷେପ ନିଆଯିବ ସେ ସମ୍ପର୍କରେ ଆବଶ୍ୟକ ଜ୍ଞାନ କୌଶଳ ଏହି କାର୍ଯ୍ୟକ୍ରମରୁ ଶିକ୍ଷା କରିବା ସହ ଅନ୍ୟମାନଙ୍କୁ ସଚେତନ କରିବାକୁ ପରାମର୍ଶ ଦେଇଥିଲେ। ଜିଲାସ୍ତରୀୟ ଅଧିକାରୀମାନେ ନିଜ ନିଜ ବିଭାଗରେ ଉପଲବ୍ଧ ସମ୍ବଳକୁ ବିନିଯୋଗ କରି ବିପର୍ଯ୍ୟୟର ମୁକାବିଲା କରିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ, ଅନୁଗୋଳ ଉପଜିଲାପାଳ ବାସୁଦେବ ଶତପଥୀ ପ୍ରମୁଖ ଯୋଗଦେଇଥିଲେ।
ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଓ ଜିଲା ପ୍ରଶାସନର ମିଳିତ ଉଦ୍ୟମରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲା ଅଗ୍ନିଶମ କର୍ମଚାରୀ ବିଭାଗ ବିଭିନ୍ନ ପ୍ରକାର କୌଶଳ ପ୍ରଦର୍ଶନ କରିଥିଲେ। ବିପର୍ଯ୍ୟୟ ସମୟରେ ଉଦ୍ଧାର କାର୍ଯ୍ୟକୁ କିପରି ତ୍ୱରାନ୍ବିତ କରାଯିବ ଓ ଆଶ୍ରୟସ୍ଥଳରେ ଅତ୍ୟାବଶ୍ୟକ ସାମଗ୍ରୀ ଉପଲବ୍ଧ ହୋଇପାରିବ ସେ ସମ୍ପର୍କରେ ତାଲିମ ପ୍ରଦାନ କରାଯାଇଥିଲା। ଜିଲା ଅଗ୍ନିଶମ ଅଧିକାରୀ ସର୍ବେଶ୍ୱର ବରାଳ ପାୱାର ବୋଟ, ପାୱାର କଟର, ପାୱାର ଲାଇଟ୍‌ ଓ ଅଗ୍ନି ନିର୍ବାପକ ଯନ୍ତ୍ରର ବ୍ୟବହାର ଉପରେ ଛାତ୍ରୀଛାତ୍ରମାନଙ୍କୁ ବୁଝାଇବା ସହ ସୁଉଚ୍ଚ ଅଟ୍ଟାଳିକା ଉପରେ ଅଚେତ ଅବସ୍ଥାରେ ପ୍ରଭାବିତ ଲୋକମାନଙ୍କୁ ଦଉଡ଼ି ଓ ଶିଡ଼ି ମାଧ୍ୟମରେ ତଳକୁ ଆଣିବାର କୌଶଳ ପ୍ରଦର୍ଶନ କରିଥିଲେ। ଏହାଛଡ଼ା ଅଗ୍ନିକାଣ୍ଡ ଘଟିଥିବା ଗୃହ ମଧ୍ୟରୁ ଲୋକମାନଙ୍କୁ ସୁରକ୍ଷିତ ଅବସ୍ଥାରେ ଉଦ୍ଧାର କରିବାର କୌଶଳ ମଧ୍ୟ ଦେଖାଇଥିଲେ। ଡେପୁଟି କଲେକ୍ଟର ବଇତୁରା ଦୀପ୍‌, ଜିଲା ସମାଜ ମଙ୍ଗଳ ଅଧିକାରୀ ଆଲମା ବରୁଆ, ଡେପୁଟି କଲେକ୍ଟର ଲମ୍ବୋଦର ମାରାଣ୍ଡି, ଆସିଷ୍ଟାଣ୍ଟ କଲେକ୍ଟର ସୋଫି ସାଇନିକାଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ, ସାମାଜିକ କର୍ମୀ, ଜିଲାପାଳ ଓ ଉପଜିଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀମାନେ ଅଂଶଗ୍ରହଣ କରିଥିଲେ। ଜିଲା ପ୍ରାକୃତିକ ବିପର୍ଯ୍ୟୟ ପ୍ରଶମନର ଡିପିଓ ପ୍ରଦୋଷ କୁମାର ଶତପଥୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ପ୍ରତ୍ୟୁଷରେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ପ୍ରାକୃତିକ ବିପର୍ଯ୍ୟୟ ସମ୍ପର୍କିତ ସଚେତନତା ବାର୍ତ୍ତା ଦିଆଯାଇ ଶୋଭାଯାତ୍ରାରେ ସହର ପରିକ୍ରମା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ

ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...

ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା

ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...

ଆଉଘରକୁ  ଫେରିଲେନି ଡେଲିଭରି ବୟ ବୟ: ଲକ୍ଷ୍ମୀବସ୍‌ ସହ ହେଲା…

ବଇଣ୍ଡା,୨୦।୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ ଥାନା ଦିନବନ୍ଧୁପୁର ନିକଟରେ ଗୁରୁବାର ସକାଳେ ଲକ୍ଷ୍ମୀ ବସ୍‌ ସହ ଏକ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏହି...

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍‌ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ...

ଅପରାଧୀଙ୍କୁ ଗିରଫ ଦାବିରେ ଜିଲାପାଳ ଅଫିସ ସମ୍ମୁଖରେ ବିକ୍ଷୋପ

ଅନୁଗୋଳ, ୧୧।୧୧ ( ମାନସ ବିଶ୍ୱାଳ): ଅଲ ଇଣ୍ଡିଆ ମୂଳନିବାସୀ ସଂଘ ପକ୍ଷରୁ ଘର ପୋଡିଥିବା ଅପରାଧୀଙ୍କୁ ଗିରଫ ଦାବିରେ ମଙ୍ଗଳବାର ଜିଲାପାଳ ଅଫିସ ସମ୍ମୁଖରେ...

ଡିଭାଇଡରରେ ପିଟିହେଲା ତୀର୍ଥଯାତ୍ରୀ ଗାଡ଼ି

ବଇଣ୍ଡା,୭ା୧୧(ପରୀକ୍ଷିତ ସାହୁ): କଟକ ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜ ପଥର ହଣ୍ଡପା ଥାନା ଲୁହାମୁଣ୍ଡାଠାରେ ଶୁକ୍ରବାର ଭୋର୍‌ ସମୟରେ ଏକ ତୀର୍ଥଯାତ୍ରୀ ଗାଡ଼ି ଡିଭାଇଡରରେ...

ଅନୁଗୋଳରେ ଲଜ୍ଜା: ନାବାଳିକା ଭଉଣୀକୁ ବଳତ୍କାର କଲା ଭାଇ

ଛେଣ୍ଡିପଦା,୩।୧୧: ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ଅଞ୍ଚଳରେ ନିଜ ନାବାଳିକା ଭଉଣୀକୁ ବଡ଼ ଭାଇ ବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘରେ କେହି ନଥିବା ବେଳେ...

ଜିଏମ୍‌ଡିସି: ଗୁଜରାଟରୁ ଆସି ଖାଇଗଲେ

ଅନୁଗୋଳ,୨୮ା୧୦(ଦିବ୍ୟଶାନ୍ତନୁ ନାଥ)/ଛେଣ୍ଡିପଦା (ଅଜିତ ଧଳ): ଖଣି ଖନନ ହେଲେ ରୋଜଗାର ବଢ଼ିବ। ଲୋକଙ୍କ ଆର୍ଥିକ ଅବସ୍ଥାରେ ସୁଧାର ଆସିବ। ଏପରି ବିଭିନ୍ନ ପ୍ରକାର ପ୍ରଲୋଭନ ଦେଖାଇ ଅନୁଗୋଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri