ପ୍ରାକ୍‌ ବାତ୍ୟା ମୁକାବିଲା ସମୀକ୍ଷା: ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୫(ବ୍ୟୁରୋ)-ଆସନ୍ତା ୧୯ କିମ୍ବା ୨୦ ତାରିଖରେ ସାମୁଦ୍ରିକ ଝଡ଼ ଅମ୍ଫନ୍‌ ସ୍ଥଳଭାଗ ଅତିକ୍ରମ କରିବ। ରାଜ୍ୟର ୧୨ଟି ଜିଲା ଏଥିରେ ପ୍ରଭାବିତ ହେବାର ଆଶଙ୍କା ରହିଛି। ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ଅମ୍ଫନ୍‌ର ମୁକାବିଲା ପାଇଁ ପ୍ରାକ୍‌ ପ୍ରସ୍ତୁତି ନେଇ ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ। ଏହାକୁ ଦୃଷ୍ଟିରେ ରଖି ମୁକାବିଲା ଯୋଜନା ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ବରିଷ୍ଠ ଅଧିକାରୀ ଓ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବାହିନୀ, ଏନ୍‌ଡିଆର୍‌ଏଫ୍‌, ଓଡ୍ରାଫ୍‌ ଟିମ୍‌କୁ ପ୍ରସ୍ତୁତ ରଖାଯାଇଛି। ବିପଦପୂର୍ଣ୍ଣ ଅଞ୍ଚଳରେ ଥିବା ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ସହ ବାତ୍ୟା ପରେ ରାସ୍ତା, ପାନୀୟ ଜଳ ଏବଂ ବିଜୁଳି ଯୋଗାଣ ସ୍ବାଭାବିକ ପାଇଁ ବିକଳ୍ପ ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ପୂର୍ତ୍ତ, ଶକ୍ତି, ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ଏବଂ ନଗର ଉନ୍ନୟନ ବିଭାଗ ସମନ୍ବୟ ରକ୍ଷା କରି କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହି ସମୟରେ ମାଛଧରା କାର୍ଯ୍ୟକୁ ସମ୍ପୂର୍ଣ୍ଣ ବନ୍ଦ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।
ଓଡ଼ିଶାବାସୀ ୧୯୯୯ ମହାବାତ୍ୟା ଠାରୁ ଆରମ୍ଭ କରି ଫାଇଲିନ, ହୁଡ୍‌ହୁଡ୍‌, ତିତ୍‌ଲି, ବୁଲବୁଲ, ଫନୀ ଭଳି ବହୁ ବାତ୍ୟାକୁ ସଫଳତାର ସହ ମୁକାବିଲା କରି ଆସିଛନ୍ତି। ଅମ୍ଫନ ବାତ୍ୟାକୁ ନେଇ ଆତଙ୍କିତ ନ ହୋଇ ମୁକାବିଲା କରିବା ପାଇଁ ସରକାରଙ୍କୁ ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।
ପ୍ରଭାବିତ ହେବାକୁ ଥିବା ୧୨ଟି ଜିଲାର ଜିଲାପାଳମାନଙ୍କ ସହ ମୁଖ୍ୟମନ୍ତ୍ରୀ ଭିଡିଓ କନଫରେନ୍ସ ଜରିଆରେ ଆଲୋଚନା କରିଛନ୍ତି। ବାତ୍ୟା ଅମ୍ପନ ମୁକାବିଲା ନେଇ ମୁଖ୍ୟ ଶାସନ ସଚିବ ଅସୀତ କୁମାର ତ୍ରିପାଠୀ କେନ୍ଦ୍ର କ୍ୟାବିନେଟ ସଚିବ ରାଜୀବ ଗୌବାଙ୍କ ସହ ଆଲୋଚନା କରିଛନ୍ତି। ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ଥିବା ମୁଖ୍ୟଶାସନ ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି। ବାତ୍ୟା ଯୋଗୁ ୪ଟି ଜିଲାର ୬୪୯ ଗାଁର ପ୍ରାୟ ୭ ଲକ୍ଷ ଲୋକ ପ୍ରଭାବିତ ହେବାର ଆଶଙ୍କା ରହିଛି। ଏଥିସହିତ ୧ ଲକ୍ଷ ହେକ୍ଟର ରବି ଫସଲ ଓ ପନିପରିବା ପ୍ରଭାବିତ ହେବା ନେଇ ଆକଳନ କରାଯାଇଛି। ଚାଷୀମାନଙ୍କୁ ସେମାନଙ୍କର ଫସଲ ଅମଳ କରିନେବା ପାଇଁ ସଚେତନ କରିବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି।
ବାତ୍ୟା ମୁକାବିଲା ପାଇଁ ୧୧ ଲକ୍ଷ ଲୋକ ରହି ପାରିବା ଭଳି ୫୬୭ଟି ବାତ୍ୟା ଆଶ୍ରୟସ୍ଥଳ ଏବଂ ୭ ହଜାର ପକ୍କାଘରକୁ ପ୍ରପ୍ରୁତ ରଖାଯାଇଛି। ଏଥିସହିତ ୩ଟି ଏନଡିଆରଏଫ ଏବଂ ୧୨ଟି ଓଡ୍ରାଫ ଟିମ ଏବଂ ୩୫୫ଟି ଅଗ୍ନିଶମ ବାହିନୀକୁ ମତୟନ କରାଯାଇଛି ବୋଲି ବୈଠକ ପରେ ସ୍ବତନ୍ତ୍ର ରିଲିଫ କମିଶନର(ଏସଆରସି) ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି।
ରାଜ୍ୟ ପ୍ରଶାସନ ବର୍ତ୍ତମାନ କୋଭିଡ-୧୯ ରୋଗ ନିୟନ୍ତ୍ରଣ ସଫଳତାର ସହ କରି ଚାଲିଥିବାରୁ ମୁଖ୍ୟମନ୍ତ୍ରୀ ତୃଣମୂଳ ସ୍ତରରୁ ଆରମ୍ଭ କରି ସର୍ବୋଚ୍ଚ ସ୍ତର ପର୍ଯ୍ୟନ୍ତ ଟିମ ଓଡିଶାର ସମସ୍ତ ସଦସ୍ୟଙ୍କୁ ନିଷ୍ଠା ଓ ଉତ୍ସର୍ଗୀକୃତ ମନୋଭାବ ପାଇଁ ଧନ୍ୟବାଦ ଦେଇଛନ୍ତି। ଏହି ଭିଡିଓ କନଫରେନ୍ସରେ ମୁଖ୍ୟଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା, ଉନ୍ନୟନ କିମାନର, ପୋଲିସ ମହାନିର୍ଦ୍ଦେଶକ, ସ୍ବତନ୍ତ୍ର ରିଲିଫ କମିଶନରଙ୍କ ସମେତ ବିଭିନ୍ନ ବିଭାଗର ସଚିବ ଏବଂ ପ୍ରଭାବିତ ଜିଲାଗୁଡିକର ଜିଲାପାଳମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri