ପ୍ରାଣାୟାମ କରନ୍ତୁ ସଂକ୍ରମିତ’

ନୂଆଦିଲ୍ଲୀ,୨୫ା୪: କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିବା ଦିଲ୍ଲୀର ପ୍ରଥମ ବ୍ୟକ୍ତି ଅନ୍ୟ ଆକ୍ରାନ୍ତଙ୍କ ପାଇଁ ପ୍ରାଣାୟାମ କରିବାକୁ ପରାମର୍ଶ ଦେଇଛନ୍ତି। କରୋନାରୁ ସୁସ୍ଥ ହେବାରେ ଏହା ବେଶ ଉପଯୋଗୀ ବୋଲି ଦିଲ୍ଲୀର ସମ୍ପୃକ୍ତ ବ୍ୟବସାୟୀ ରୋହିତ ଦତ୍ତ ଦାବି କରିଛନ୍ତି। ଚିକିତ୍ସା ସମୟରେ ସେ ଯୋଗ କରୁଥିଲେ ବୋଲି ପ୍ରକାଶ କରିଛନ୍ତି। ଏହି ସମୟରେ ନିଃଶ୍ୱାସ ପ୍ରଶ୍ୱାସରେ ନିୟନ୍ତ୍ରଣ ଅଭ୍ୟାସ କରୋନାରୁ ମୁକ୍ତି ପାଇବା ଦିଗରେ ବହୁତ ପ୍ରଭାବଶାଳୀ ବୋଲି ୪୫ ବର୍ଷୀୟ ରୋହିତ ଗଣମାଧ୍ୟମକୁ ସାକ୍ଷାତକାର ଦେଇ କହିଛନ୍ତି। ଏଥିସହ ପ୍ରାଣାୟାମ ଚିନ୍ତାସ୍ତର ହ୍ରାସ କରିବାରେ ମଧ୍ୟ ଉପଯୋଗୀ ବୋଲି ସେ ପ୍ରକାଶ କରିଛନ୍ତି।
ଫେବୃୟାରୀ ୨୪ରେ ରୋହିତ ୟୁରୋପରୁ ଫେରିବା ପରେ ତାଙ୍କୁ ପ୍ରଥମେ ଜ୍ୱର ହୋଇଥିଲା। ସଙ୍ଗେ ସଙ୍ଗେ ତାଙ୍କୁ ରାମ ମନୋହର ଲୋହିଆ ଡାକ୍ତରଖାନାକୁ ନିଆଯାଇ କରୋନା ଟେଷ୍ଟ କରାଯାଇଥିଲା। କରୋନା ପଜିଟିଭ ଆସିବା ପରେ ସେ ଚିନ୍ତାରେ ପଡ଼ିଯାଇଥିଲେ। କିନ୍ତୁ ଡାକ୍ତରଙ୍କ ପରାମର୍ଶ କ୍ରମେ ସେ ମନରେ ସକରାତ୍ମକ ଚିନ୍ତାଧାରା ଆଣିବାକୁ ଚେଷ୍ଟା କରିଥିଲେ। ତେଣୁ ଆକ୍ରାନ୍ତମାନେ ଭୟଭୀତ ନ ହୋଇ ଡାକ୍ତରଙ୍କ ଉପରେ ବିଶ୍ୱାସ ରଖିବା ସହ ପଜିଟିଭ ଚିନ୍ତା କରିବାକୁ ସେ ପରାମର୍ଶ ଦେଇଛନ୍ତି। ଡାକ୍ତର, ସ୍ବାସ୍ଥ୍ୟ କର୍ମୀଙ୍କ ଉପରେ ଆକ୍ରମଣକୁ ସେ ନିନ୍ଦା କରିବା ସହ ଏପରି ନ କରିବାକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡି ରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନ: ମଇଦାନରେ ୨୩ ପ୍ରାର୍ଥୀ, ଜଣଙ୍କ ପ୍ରାର୍ଥିପତ୍ର ନାକଚ

ପୁରୁଷୋତ୍ତମପୁର, ୯/୧୦ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁରସ୍ଥିତ ତାରାତାରିଣୀ କଲେଜରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

୨୨ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର କାଏମ: କ୍ୟାମ୍ପସ୍‌ରେ ରାଜନୈତିକ ଉଷ୍ମତା

ପାଟଣା, ୯/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ସ୍ୱାମପାଟଣାସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି। ନାମାଙ୍କନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?